Posted inଜାତୀୟ

ଘୃଣା ମନ୍ତବ୍ୟ ମାମଲାରେ ଆଜମ ଖାନ୍‌ଙ୍କୁ ଝଟ୍‌କା

ଲକ୍ଷ୍ନୌ,୧୦।୧୧: ଘୃଣା ମନ୍ତବ୍ୟ ମାମଲାରେ ଆଜମ ଖାନ୍‌ଙ୍କୁ ଏମ୍‌ପି-ଏମ୍‌ଏଲ୍‌ଏ କୋର୍ଟରୁ ଏକ ଝଟ୍‌କା ମିଳିଛି। ଆଜମଙ୍କ ପକ୍ଷରୁ ଦାଖଲ ହୋଇଥିବା ଆବେଦନକୁ କୋର୍ଟ ଗୁରୁବାର ପ୍ରତ୍ୟାଖ୍ୟାନ କରିଛନ୍ତି। ସର୍ବପ୍ରଥମେ ରାମପୁର କୋର୍ଟ ଆଜମଙ୍କୁ ଘୃଣା ମନ୍ତବ୍ୟ ମାମଲାରେ ଦୋଷୀ ସାବ୍ୟସ୍ତ କରି ତାଙ୍କୁ ୩ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଥିଲେ। ଏଥିସହ ତାଙ୍କ ବିଧାନସଭା ସଦସ୍ୟତାକୁ ମଧ୍ୟ ବାତିଲ କରିଦେଇଥିଲେ। ଏହାପରେ ରାମପୁର କୋର୍ଟଙ୍କ ନିଷ୍ପତ୍ତିକୁ ଏସ୍‌ପି ପକ୍ଷରୁ ସେସନ୍‌ କୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ଆଶା କରାଯାଉଥିଲା ଯେ, ଆଜମଙ୍କୁ ସେଠାରୁ ଆଶ୍ୱିସ୍ତି ମିଳିବ। କିନ୍ତୁ କୋର୍ଟ ଏସ୍‌ପି ନେତାଙ୍କୁ ଏକ ବଡ ରାଜନୈତି ଝଟ୍‌କା ଦେଇଛନ୍ତି। ଏହାପୂର୍ବରୁ ସୁପ୍ରିମକୋର୍ଟ ଆଜମଙ୍କୁ ଆଶ୍ୱସ୍ତି ପ୍ରଦାନ କରି ରାମପୁରର ଉପ-ନିର୍ବାଚନ ପ୍ରକ୍ରିୟା ଉପରେ କିଛି ସମୟ ପାଇଁ ରୋକୋ ଲଗାଇଥିଲେ। ପ୍ରଥମେ ଆଜମ ଖାନ୍‌ଙ୍କ ଆବେଦନ ଉପରେ ବିଚାର କରିବାକୁ ସୁପ୍ରିମକୋର୍ଟ ରାମପୁର ସେସନ କୋର୍ଟକୁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ଫଳାଫଳକୁ ଆଧାର କରି ନଭେମ୍ବର ୧୧ରେ କିମ୍ବା ପରେ ନିର୍ବାଚନ ଆୟୋଗଙ୍କୁ ରାମପୁର ବିଧାନସଭା ଆସନର ନିର୍ବାଚନ ସୂଚୀ ଘୋଷଣା କରିବାରଥିଲା। କିନ୍ତୁ ବର୍ତ୍ତମାନ ସେସନ୍‌ କୋର୍ଟର ନିଷ୍ପତ୍ତି ପରେ ରାମପୁର ବିଧାନସଭା ଆସନ ନିର୍ବାଚନକୁ ନେଇ ସ୍ଥିତି ସ୍ପଷ୍ଟ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri