Posted inଜାତୀୟ

ଆଜମ ଖାନ୍‌ଙ୍କୁ ୨ ବର୍ଷ ଜେଲ

ବରେଲି, ୧୬।୭: ୨୦୧୯ର ଘୃଣା ଭାଷଣ ମାମଲାରେ ବରିଷ୍ଠ ସମାଜବାଦୀ ପାର୍ଟି ନେତା ଆଜମ ଖାନ୍‌ଙ୍କୁ ଶନିବାର ଉତ୍ତରପ୍ରଦେଶ ରାମପୁରର ସ୍ବତନ୍ତ୍ର ଏମ୍‌ପି/ଏମ୍‌ଏଲ୍‌ଏ କୋର୍ଟ ଦୋଷୀସାବ୍ୟସ୍ତ କରିବା ସହ ୨ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଅତିରିକ୍ତ ମୁଖ୍ୟ ବିଚାରବିଭାଗୀୟ ମାଜିଷ୍ଟ୍ରେଟ୍‌ ଶୋଭିତ୍‌ ବଂଶଲଙ୍କ ଅଦାଲତ ତାଙ୍କୁ ୧,୦୦୦ ଟଙ୍କା ଅର୍ଥଦଣ୍ଡରେ ଦଣ୍ଡିତ କରିଛନ୍ତି।
୨୦୧୯ ଲୋକ ସଭା ନିର୍ବାଚନ ପାଇଁ ପ୍ରଚାର ବେଳେ ସମାଜବାଦୀ ପାର୍ଟିର ଉତ୍ତରପ୍ରଦେଶର ଏକ ରାଲିରେ ଆଜମ ଖାନ୍‌ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବିରୋଧରେ ଘୃଣିତ ମନ୍ତବ୍ୟ ଦେଇଥିଲେ। ଏଥିସହ ସେ ନିର୍ବାଚନ କମିଶନ ଏବଂ ତତ୍କାଳୀନ ରାମପୁର ଜିଲାପାଳଙ୍କ ବିରୋଧରେ ମଧ୍ୟ ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ। ନିର୍ବାଚନକୁ ନେଇ ମିଥ୍ୟା ମନ୍ତବ୍ୟ ଦେବା, ସର୍ବସାଧାରଣରେ କୁତ୍ସା ରଟନା କରିବା ନେଇ ଆଜମଙ୍କ ବିରୋଧରେ ଆଇପିସିର ବିଭିନ୍ନ ଧାରା ଏବଂ ଜନପ୍ରତିନିଧି ଆଇନ, ୧୯୫୧ର ଧାରା ୧୨୫ରେ ମାମଲା ରୁଜୁ ହୋଇଥିଲା। ଶାହଜାଦନଗରର ଧାମୋରାରେ ରାଲିକୁ ସମ୍ବୋଧିତ କଲାବେଳେ ୟୁପି ମୁଖ୍ୟମନ୍ତ୍ରୀ ଜଣେ ହତ୍ୟାକାରୀ ଏବଂ ଅଫିସରମାନେ ତାଙ୍କୁ ମାରିଦେବାକୁ ଚାହାନ୍ତି ବୋଲି ଆଜମ କହିଥିଲେ। ନିର୍ବାଚନ କମିଶନଙ୍କ ବିରୋଧରେ ସେ ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ମଡେଲଙ୍କୁ ଛୁରିଭୁସି ହତ୍ୟା

ନୂଆଦିଲ୍ଲୀ,୨୭ା୮: ଦିଲ୍ଲୀର ତିଲକନଗର ଅଧୀନ ନ୍ୟୁ ମହାବୀରନଗର ଅଞ୍ଚଳରେ ଏକ ଭଡ଼ାଘରେ ଜଣେ ୨୧ ବର୍ଷୀୟା ଛାତ୍ରୀ ତଥା ମଡେଲଙ୍କୁ ଛୁରିଭୁସି ହତ୍ୟା କରାଯାଇଛି। ମୁସ୍କାନ ନାମ୍ନୀ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri