Posted inଜାତୀୟ

ଆଜମ୍‌ ଖାନ୍‌ଙ୍କ ବିଧାୟକ ପଦ ଗଲା

ଲକ୍ଷ୍ନୌ,୨୯ା୧୦(ପି.ଟି.): ଘୃଣା ମନ୍ତବ୍ୟ ମାମଲାରେ ଦୋଷୀସାବ୍ୟସ୍ତ ହେବା ସହ ୩ ବର୍ଷ ଜେଲଦଣ୍ଡ ପାଇଥିବା ବରିଷ୍ଠ ସମାଜବାଦୀ ପାର୍ଟି ନେତା ଆଜମ୍‌ ଖାନ୍‌ଙ୍କୁ ଶୁକ୍ରବାର ଉତ୍ତରପ୍ରଦେଶ ବିଧାନସଭାରୁ ଅଯୋଗ୍ୟ ଘୋଷଣା କରାଯାଇଛି। ଆଜମ୍‌ ଅଯୋଗ୍ୟ ଘୋଷିତ ହେବା ସହ ରାମପୁର ସଦର ଆସନ ଖାଲି ପଡ଼ିଲା ବୋଲି ବିଧାନସଭାର ପ୍ରମୁଖ ସଚିବ ପ୍ରଦୀପ ଦୁବେ କହିଛନ୍ତି।
୨୦୧୯ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବିରୋଧରେ ଘୃଣିତ ମନ୍ତବ୍ୟ ପାଇଁ ବରିଷ୍ଠ ନେତା ଆଜମଙ୍କୁ ଗୁରୁବାର ରାମପୁର ଜିଲାର ଏକ ସ୍ବତନ୍ତ୍ର ଅଦାଲତ ଦୋଷୀସାବ୍ୟସ୍ତ କରିବା ସହ ୩ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଥିଲେ। ରାୟ ବିରୋଧରେ ସପ୍ତାହେ ମଧ୍ୟରେ ଅପିଲ କରିବାକୁ ତାଙ୍କୁ ସମୟ ଦିଆଯାଇଛି। ତାଙ୍କ ନାମରେ ୧୫୩ଏ (ଦୁଇ ଗୋଷ୍ଠୀ ମଧ୍ୟରେ ଶତ୍ରୁତା ବଢ଼ାଇବା), ୫୦୫-୧(ସର୍ବସାଧାରଣରେ ପରିହାସ କରିବା) ଏବଂ ଜନପ୍ରତିନିଧି ଆଇନ, ୧୯୫୧ର ଧାରା ୧୨୫ ଅନୁଯାୟୀ ମାମଲା ରୁଜୁ ହୋଇଥିଲା। ୩ଟି ଯାକ ଧାରାରେ ଅଦାଲତ ତାଙ୍କୁ ଦୋଷୀସାବ୍ୟସ୍ତ କରିଥିଲେ। ଜନପ୍ରତିନିଧି ଆଇନ ଅନୁଯାୟୀ କୌଣସି ବିଧାୟକ, ବିଧାନ ପରିଷଦ ସଦସ୍ୟ କିମ୍ବା ଏମ୍‌ପି କୌଣସି ଆପରାଧିକ ମାମଲାରେ ଦୋଷୀସାବ୍ୟସ୍ତ ହୋଇ ଯଦି ସର୍ବନିମ୍ନ ୨ ବର୍ଷ ଜେଲ ଯାଆନ୍ତି, ତେବେ ସେ ଗୃହର ସଦସ୍ୟତା ହରାଇବେ। ଏପରିକି ଜେଲଦଣ୍ଡ ଭୋଗିସାରିବା ପରେ ମଧ୍ୟ ସେ ପରବର୍ତ୍ତୀ ୬ ବର୍ଷ ନିର୍ବାଚନ ଲଢ଼ିବା ଲାଗି ଯୋଗ୍ୟ ବିବେଚିତ ହେବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri