ନାଗୋରନ-କରାବାଖ ତୈଳ ଡିପୋ ବିସ୍ଫୋରଣ: ୬୮ମୃତ

ବାକୁ,୨୭।୯: ଅଜରବୈଜାନର ନାଗୋରନ-କରାବାଖ ଅଞ୍ଚଳରେ ଥିବା ଏକ ତୈଳ ଡିପୋରେ ବିସ୍ଫୋରଣରେ ଏପର୍ଯ୍ୟନ୍ତ ୬୮ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୩୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ମିଡିଆ ରିପୋର୍ଟ ଅନୁଯାୟୀ, ସୋମବାର ବିଳମ୍ବିତ ରାତିରେ ଲୋକମାନେ ସେମାନଙ୍କ ଗାଡିରେ ଇନ୍ଧନ ଭରିବା ପାଇଁ ଏକ ତୈଳ ଡିପୋରେ ଲାଇନରେ ଛିଡା ହୋଇଥିଲେ। ଏହି ସମୟରେ ସେଠାରେ ବିସ୍ଫୋରଣ ଘଟିଥିଲା।

ସ୍ବାସ୍ଥ୍ୟ ବିଭାଗ କହିଛି ଯେ, ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ ଘଟଣାସ୍ଥଳରୁ ୧୩ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ଏଥିସହ ୩୦୦ରୁ ଅଧିକ ଆହତଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ଯେଉଁଥିରେ ଅନେକ ଲୋକଙ୍କ ଅବସ୍ଥା ଗୁରୁତର ରହିଛି।
ନାଗୋରନ-କରାବାଖର ରାଷ୍ଟ୍ରପତିଙ୍କ ସହଯୋଗୀ ଡେଭିଡ ବାବାୟାନ କହିଛନ୍ତି ଯେ ଅବହେଳା ହେତୁ ଏହି ଦୁର୍ଘଟଣା ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨।୮: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ…

ହଜିଯାଉଛି ଭୋଟବ୍ୟାଙ୍କ

ଦିଲ୍ଲୀର ଯନ୍ତରମନ୍ତରରେ ହୋଇଥିବା ଛାତ୍ର ପ୍ରତିବାଦଜନିତ ଅସ୍ବାଭାବିକତା ବିଷୟ ଦେଶବାସୀଙ୍କ ମନରେ ତାଜା ଥିବା ବେଳେ ଅନୁରୂପ ଘଟଣା ଝାଡ଼ଖଣ୍ଡରେ ଦେଖାଯାଇଛି। ଯନ୍ତରମନ୍ତର ଆନ୍ଦୋଳନକାରୀମାନେ ‘ଚଲୋ ସଂସଦ’…

କ୍ୟାନ୍‌ସର ଚିହ୍ନଟ ହେଲେ ସରକାରଙ୍କୁ ଜଣାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୨ା୮: କ୍ୟାନ୍‌ସରର ସଅଳ ଚିହ୍ନଟ ଓ ତୁରନ୍ତ ଚିକିତ୍ସା ପାଇଁ ଏହାକୁ ଏକ ‘ଅଧିସୂଚିତ ରୋଗ’ ଭାବେ ଘୋଷଣା କରିବା ନିମନ୍ତେ ସୁପ୍ରିମକୋର୍ଟ ମଙ୍ଗଳବାର ଅବଶିଷ୍ଟ ୧୯ଟି…

ଗଞ୍ଜେଇ ଖାଇଥିଲେ ପାଇଲଟ: ଏୟାର ଇଣ୍ଡିଆ ବିମାନ ୩୦୦ ଫୁଟ୍‌ ଖସିବା ଘଟଣାରେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୨ା୮:ଏୟାର ଟର୍ବୁଲାନ୍ସ ଯୋଗୁ ଗତ ୪ ତାରିଖରେ ଫୁକେଟ୍‌ରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆ ବିମାନ ହଠାତ୍‌ ୩୦୦ ଫୁଟ୍‌ ତଳକୁ ଖସିବାରୁ ୧୭ ଜଣ ଯାତ୍ରୀ…

ହାତୀ ବଞ୍ଚିଲେ ଜଙ୍ଗଲ ରହିବ: ଘାତକ ସାଜୁଛି ବିଦ୍ୟୁତ୍‌ ତାର

ପରିବେଶ ସନ୍ତୁଳନ ରକ୍ଷା ଏବଂ ଜଙ୍ଗଲ ସୃଷ୍ଟିରେ ହାତୀଙ୍କର ରହିଛି ପ୍ରମୁଖ ଭୂମିକା। କିନ୍ତୁ ହାତୀ-ମଣିଷ ସଂଘର୍ଷ, ଆବାସସ୍ଥଳୀର କ୍ଷୟ ଏବଂ ହାତୀଙ୍କର ସୁରକ୍ଷିତ ଚଳପ୍ରଚଳ ଏବେ…

ଧବଳେଶ୍ୱରଙ୍କୁ ଖୋଜୁଛନ୍ତି ମା’ବାପା: ପୋଲିସ କହୁଛି କିନ୍ନରଙ୍କ ସହ ରହୁଛନ୍ତି…

ଭୁବନେଶ୍ୱର, ୧୨ା୮(ପ୍ରସନଜିତ୍‌ ସାହୁ):ବରମୁଣ୍ଡାର ଦଶମ ଶ୍ରେଣୀ ଛାତ୍ର ପ୍ରିୟାଂଶୁ ବେହେରାଙ୍କ ନିଖୋଜ ଘଟଣାକୁ ଏକ ମାସରୁ ଅଧିକ ଦିନ ବିତିଥିବା ବେଳେ ପୁଣି ଜଣେ ନାବାଳକ ନିଖୋଜ…

ଝଡ଼ବର୍ଷା ପ୍ରଭାବିତଙ୍କୁ ମିଳିନି କ୍ଷତିପୂରଣ: ଜିଲାପାଳଙ୍କୁ ପଡ଼ାବାସୀ ଫେରାଦ

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ଜୁଲାଇ ୨୮ତାରିଖରେ ହୋଇଥିବା ଝଡ଼ବର୍ଷା ଜିଲାବାସୀଙ୍କ ନିଦ ହଜାଇ ଦେଇଥିଲା। ଏଥିରେ ବରଗଡ଼ ବ୍ଲକ ଅନ୍ତର୍ଗତ ଚକରକେନ୍ଦ ସର୍ବାଧିକ ପ୍ରଭାବିତ ହୋଇଥିଲା।…

ହୀରାପୁର ଛକରେ ହେବ ଇଞ୍ଜିନିୟରିଂ କଲେଜ: ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର

ଲୋଇସିଂହା,୧୨।୮(ସୁଶାନ୍ତ ବାରିକ):ସ୍ବାଧୀନତା ଦିବସ ପୂର୍ବରୁ ବଲାଙ୍ଗୀର ଜିଲା ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର ଆସିଛି। ଲୋଇସିଂହା ଥାନା ହୀରାପୁର ଛକ ଅଞ୍ଚଳରେ ଚିହ୍ନଟ ଜାଗାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri