Posted inଖେଳ

ଦକ୍ଷିଣ ଆଫ୍ରିକା ଆଗରେ ୨୪୫ ରନ୍‌ର ବିଜୟ ଟାର୍ଗେଟ୍‌ ରଖିଲା ଆଫଗାନିସ୍ତାନ

ଅହମ୍ମଦାବାଦ,୧୦।୧୧: ଅହମ୍ମଦାବାଦ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଉଥିବା ୨୦୨୩ ବିଶ୍ୱକପର ୪୨ତମ ମ୍ୟାଚ୍‌ରେ ଆଫଗାନିସ୍ତାନ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଦଳର ଆଜମତୁଲ୍ଲା ର୍ମିଜାଙ୍କ ଦମ୍‌ଦାର ୯୭ ରନ୍‌ ବଳରେ ଆଫଗାନିସ୍ତାନ ନିର୍ଦ୍ଧାରିତ ୫୦ ଓଭରରେ ୧୦ ଉଇକେଟ ହରାଇ ୨୪୪ ରନ୍‌ କରିଛି। ଫଳରେ ଦକ୍ଷିଣ ଆଫ୍ରିକା ଆଗରେ ୨୪୫ ରନ୍‌ର ବିଜୟ ଟାର୍ଗେଟ୍‌ ରହିଛି ଆଫଗାନିସ୍ତାନ।

ଆଫଗାନିସ୍ତାନ ଦୁଇ ଓପନର ରହମାନୁଲ୍ଲା ଗୁରୁବାଜ୍‌ ଏବଂ ଇବ୍ରାହିମ ଜାଦ୍ରାନ୍‌ ପଡ଼ିଆକୁ ଓହ୍ଲାଇଥିଲେ। ଗୁରୁବାଜ୍‌ ୨୫ ରନ୍‌ କରି ଆଉଟ୍‌ ହୋଇଥିବା ବେଳେ ଜାଦ୍ରାନ୍‌ ୧୫ ରନ୍‌ କରିଥିଲେ। ଫଳରେ ଆଫଗାନିସ୍ତାନ ପ୍ରାରମ୍ଭରୁ ଉଇକେଟ୍‌ ହରାଇ ସଙ୍କଟରେ ପଡ଼ିଥିଲା। ରହମତ୍‌ ଶାହା କିଛି ସମୟ କ୍ରିଜ୍‌ରେ ରଖି ଦଳକୁ ଆଗକୁ ନେଇଥିଲେ। ହେଲେ ସେ ମଧ୍ୟ ୪୬ ବଲ୍‌ରେ ୨୬ ରନ୍‌ କରି ଆଉଟ୍‌ ହୋଇଯାଇଥିଲେ। ସେହିପରି ଅଧିନାୟକ ହସମତୁଲ୍ଲା ଶାହିଦି ମଧ୍ୟ ୨ ରନ୍‌ କରି ବିଫଳ ହୋଇଥିଲେ। ହେଲେ ଆଜମତୁଲ୍ଲା ର୍ମିଜା ଧର୍ଯ୍ୟର ସହ ଖେଳି ଦଳୀୟ ସ୍କୋରକୁ ଆଗକୁ ନେଇଥିଲେ। ସେ ୧୦୭ ବଲ୍‌ ଖେଳି ୭ ଚଉକା ଏବଂ ୩ ଛକା ସହାୟତାରେ ୯୭ ରନ୍‌ର ଗୁରୁତ୍ୱପୂର୍ଣ୍ଣ ଇନିଂସ୍‌ ଖେଳିଥିଲେ। ଫଳରେ ଆଫଗାନିସ୍ତାନ ୨୪୪ ରନ୍‌ର ସମ୍ମାନଜନକ ସ୍କୋର କରିବାରେ ସକ୍ଷମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାହସ ନାହିଁ

ଏକ ଦେଶ ଭାବରେ ଆମେ ସବୁବେଳେ କିମ୍ବା ପ୍ରାୟତଃ ଯାହା ଚାହୁଁ ତାହା ପାଇପାରିବୁ ନାହିଁ, ଏହି ବାସ୍ତବତାକୁ ସ୍ବୀକାର କରିବାରେ ମୋର କୌଣସି ସମସ୍ୟା ନାହିଁ।…

ସରକାରୀ ଉଚ୍ଚ ମାଧ୍ୟମିକ ଛାତ୍ରାବାସରେ ପିଲାଙ୍କ ସହ ମିଶି ମଧ୍ୟାହ୍ନ ଭୋଜନ କଲେ ଓଡିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ

ଦାରିଙ୍ଗବାଡି, ୭ ।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଓଡିଶା ପର୍ଯ୍ୟଟନ ବିଭାଗର ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ବଳବନ୍ତ…

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri