ବିି.ଏଡ୍‌. ପ୍ରବେଶିକା ପରୀକ୍ଷା ପାଇଁ ୨୩ରୁ ଆବେଦନ

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ୨ବର୍ଷିଆ ବି.ଏଡ୍‌, ବିଏଚ୍‌.ଏଡ୍‌. ଓ ଏମ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଲାଗି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିପାଇଁ ସୋମବାରଠାରୁ ଏପ୍ରିଲ ୬ ମଧ୍ୟରେ ଆଶାୟୀ ଛାତ୍ରୀଛାତ୍ର ଆବେଦନ କରିପାରିବେ। ଆବେଦନ ସମୟରେ କୌଣସି ତ୍ରୁଟି ଥିଲେ ୭ ତାରିଖରେ ସଂଶୋଧନ କରିପାରିବେ। ଆବେଦନକାରୀଙ୍କ ସମସ୍ତ ତଥ୍ୟ ଓକାକ୍‌ ପକ୍ଷରୁ ୧୩ ତାରିଖରେ ପରୀକ୍ଷା ପରିଚାଳନା କରୁଥିବା ରାଜ୍ୟ ପ୍ରବରଣ ମଣ୍ଡଳୀ (ଏସ୍‌ଏସ୍‌ବି)କୁ ପ୍ରଦାନ କରାଯିବ। ମେ ୨୭ରେ ଏସ୍‌ଏସ୍‌ବି ୱେବ୍‌ସାଇଟ୍‌ରେ ଆଡ୍‌ମିଟ୍‌ କାର୍ଡ ଉପଲବ୍ଧ ହେବ। ମେ’ ୩୧ରେ ବି.ଏଡ୍‌. ପାଠ୍ୟକ୍ରମ ପାଇଁ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସେହିପରି ଜୁନ୍‌ ୩ରେ ବିଏଚ୍‌.ଏଡ୍‌. ଓ ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷା ହେବ। ଜୁନ୍‌ ୪ରେ ପ୍ରୋଭିଜନାଲ ଆନ୍‌ସାର କି ପ୍ରକାଶ ପାଇବା ପରେ ଉତ୍ତରକୁ ନେଇ କୌଣସି ଅସନ୍ତୋଷ ଥିଲେ ୫ରୁ ୭ ତାରିଖ ମଧ୍ୟରେ ଆବେଦନ କରିପାରିବେ। ଚୂଡ଼ାନ୍ତ ଆନ୍‌ସାର କି କେବେ ପ୍ରକାଶ ପାଇବ, ସେନେଇ ପରବର୍ତ୍ତୀ ସମୟରେ ସୂଚନା ଦିଆଯିବ। ସ୍ନାତକ ପରୀକ୍ଷାଫଳ ପ୍ରକାଶ ପାଇ ନ ଥିଲେ ମଧ୍ୟ ଛାତ୍ରୀଛାତ୍ର ପ୍ରବେଶିକା ପରୀକ୍ଷା ପାଇଁ ଆବେଦନ କରିପାରିବେ। ରେଜଲ୍ଟ ବାହାରିବା ପରେ ତାକୁ ଅପ୍‌ଡେଟ୍‌ କରିବେ। ବିଭାଗ ପକ୍ଷରୁ ପ୍ରଦାନ କରାଯାଉଥିବା ବୃତ୍ତିରାଶି ପାଇଁ ଆବେଦନ ସମୟରେ ହିଁ ରେସିଡେଣ୍ଟ ସହ ଜାତି ଓ ଆୟ ପ୍ରମାଣପତ୍ରର ଆବଶ୍ୟକତା ରହିଛି। ଆବେଦନ ପୂର୍ୱରୁ ଏସବୁ ପ୍ରମାଣପତ୍ର ପ୍ରସ୍ତୁତକରିବା ପାଇଁ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଡ଼ ବନ୍ଧା ହୋଇ ଘରେ ପଡୁଛି ପୁଅ, ଅର୍ଥ ଅଭାବରୁ ଚିକିିତ୍ସା ପାଇଁ ମା-ବାପା…

କୁଜଙ୍ଗ,୬ା୫(ମନୋଜ ପ୍ରଧାନ): ଏରସମା ବ୍ଲକ ବାମଦେଇପୁର ପଞ୍ଚାୟତ ବାରାକଣା ଗ୍ରାମର ସୁରେଶ ଚନ୍ଦ୍ର ପାଣି (୪୫) ଜଣେ ଦିନମଜୁରିଆ ଭାବେ କାର୍ଯ୍ୟ କରି ପରିବାର ଚଳାଉଥିଲେ। ପରିବାର…

‘ପାଠ ପଢ଼ି ମାର୍କ ଆଣିବା ଚିନ୍ତାରୁ ବାହାରି ଗବେଷଣା କରିବା ଜରୁରୀ’

ଭଞ୍ଜନଗର,୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଇଲୋକ୍ଟ୍ରୋନିକ୍ସ ବିଭାଗ ପକ୍ଷରୁ ବୁଧବାର ଏକ ପାଠଚକ୍ର ଅନୁଷ୍ଠିତ ହୋଇଥିଲା। ଏଥିସହ ଯୁକ୍ତ…

ଟାଙ୍କିରେ ମିଳୁନି ପେଟ୍ରୋଲ-ଡିଜେଲ, ଚଢ଼ା ଦରରେ ଉପଭୋକ୍ତା କିଣି …

ଦାରିଙ୍ଗବାଡ଼ି,୬ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଏବେ ପେଟ୍ରୋଲ ଓ ଡିଜେଲର ଘୋର ସଙ୍କଟ ଦେଖାଯାଇଛି। ଉକ୍ତ ବ୍ଲକର ୨୫ଟି ପଞ୍ଚାୟତ ପାଇଁ ମାତ୍ର ୨ଟି ଟାଙ୍କି…

ଶେଷ ହେବ ଯୁଦ୍ଧ! ଇରାନ-ଆମେରିକା ମଧ୍ୟରେ ଚୁକ୍ତିନାମା, ଏହି 3 ଟି ପ୍ରସଙ୍ଗରେ ସହମତି…

ଓ୍ବାଶିଂଟନ,୬ା୫: ଇରାନ ଏବଂ ଆମେରିକା ମଧ୍ୟରେ ଶତ୍ରୁତା ବନ୍ଦ କରିବା ନେଇ ଏକ ସହମତି ହୋଇଛି । ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦୁଇ ରାଷ୍ଟ୍ର ମଧ୍ୟରେ…

ସ୍ବାସ୍ଥ୍ୟ ପାଇଁ ବିପଦ ସାଜିଛି ସାର-ଔଷଧ, ଜୈବିକ ସାର ପ୍ରୟୋଗ କରି…

ଭଞ୍ଜନଗର,୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କଲ୍ୟାଣ ମଣ୍ଡପରେ ବୁଧବାର ଅନନ୍ୟା ଜୈବିକ ପନିପରିବା ଓ ବିହନ ମେଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ଓଡ଼ିଶା ଚାଖିବ ଭିଏତନାମ ଡୁରିଆନ, ଦୁଇ ଦେଶ ମଧ୍ୟରେ ୧୦ ଚୁକ୍ତିନାମା

ନୂଆଦିଲ୍ଲ,୬ା୫: ଭାରତ ଏବଂ ଭିଏତନାମ ମଧ୍ୟରେ ସମ୍ପର୍କ ଆହୁରି ମଜବୁତ ହେବାକୁ ଯାଉଛି । ରାଷ୍ଟ୍ରପତି ଟୋ ଲାମଙ୍କ ଭାରତ ଗସ୍ତ ପରେ – ତାଙ୍କ ନିର୍ବାଚନର…

ତାମିଲନାଡ଼ୁରେ ସରକାର ଗଢ଼ିବେ ଥଲାପତି ବିଜୟ, ରାଜ୍ୟପାଳଙ୍କୁ ଭେଟିଲେ TVK ମୁଖ୍ୟ

ଚେନ୍ନାଇ,୬।୫:  ବୁଧବାର ଦିନ ତାମିଲନାଡୁ ରାଜନୀତିରେ ଏକ ବଡ଼ ମୋଡ଼ ଦେଖିବାକୁ ମିଳିଛି । ସୁପରଷ୍ଟାର ଥଲାପତି ବିଜୟଙ୍କ ଦଳ ଟିଭିକେକୁ ସରକାର ଗଠନ ପାଇଁ ଭାରତୀୟ…

ମହୁ ସଂଗ୍ରହ କରିବାକୁ ଯାଇ ପଥରଖୋଲରେ ଫସିଗଲେ ନାବାଳକ, ପଥରସନ୍ଧିରେ ମୁଣ୍ଡ ପଶି…

ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ଫସିଯାଇଛନ୍ତି ଜଣେ ନାବାଳକ। ବାଉଁଶଗାଡ଼ିଆ ସ୍ଥିତ ଜଙ୍ଗଲରେ ମହୁ ସଂଗ୍ରହବେଳେ ଫସିଯାଇଛନ୍ତି। ପଥରସନ୍ଧିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri