B.Ed ନାଁ ଲେଖା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି: ଏହି ତାରିଖରୁ ଆରମ୍ଭ ଆବେଦନ

ଭୁବନେଶ୍ୱର,୨୦।୩: ଆଗାମୀ ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ଦୁଇ ବର୍ଷିଆ ବି. ଏଡ଼/ଏମ. ଏଡ଼/ ବି.ଏଚ.ଏଡ଼ ପାଠ୍ୟକ୍ରମରେ ନାମଲେଖା ପ୍ରକିୟା ଶୀଘ୍ର ଆରମ୍ଭ କରାଯିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ଓ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଶିକ୍ଷାବର୍ଷ ୨୦୨୫-୨୬ ପାଇଁ ନାମଲେଖା ପ୍ରକିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।

ଏଥିପାଇଁ ଆବେଦନକାରୀମାନଙ୍କ ପାଇଁ ଆସନ୍ତା ମାର୍ଚ୍ଚ ୨୪ ତାରିଖ (୨୪.୦୩.୨୦୨୫) ଠାରୁ Common Application Form (CAF) ପୂରଣ ପ୍ରକିୟା ଆରମ୍ଭ ହେବ।

ବିଗତ ବର୍ଷ ଭଳି ଆଗାମୀ ଶିକ୍ଷା ବର୍ଷ ୨୦୨୫-୨୬ ପାଇଁ ମଧ୍ୟ ଦୁଇ ବର୍ଷିଆ ବି. ଏଡ଼/ଏମ. ଏଡ଼/ ବି.ଏଚ. ଏଡ଼ ପାଠ୍ୟକ୍ରମରେ ନାମଲେଖା ଏବଂ ଚୟନ ପ୍ରକିୟା ଏଥିପାଇଁ ଉଦ୍ଦିଷ୍ଟ ପ୍ରବେଶିକା ପରୀକ୍ଷାର ମାର୍କ ଆଧାରରେ ହିଁ କରାଯିବ। ପ୍ରବେଶିକା ପରୀକ୍ଷା ଆସନ୍ତା ଜୁନ୍‌ ମାସ ପ୍ରଥମ ସପ୍ତାହରେ ଅନୁଷ୍ଠିତ ହେବ।

ଏଥିସହ ଶିକ୍ଷା ବର୍ଷ ୨୦୨୫-୨୬ରେ ଦୁଇ ବର୍ଷିଆ ବି. ଏଡ଼/ଏମ. ଏଡ଼/ ବି.ଏଚ. ଏଡ଼ ପାଠ୍ୟକ୍ରମକୁ ଆସନ୍ତା ୨୪ ଜୁଲାଇ, ୨୦୨୫ ତାରିଖ ସୁଦ୍ଧା ଆରମ୍ଭ କରାଯିବା ପାଇଁ ଲକ୍ଷ୍ୟ ରଖାଯାଇଛି।

ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ସଠିକ ସମୟରେ ପାଠ୍ୟକ୍ରମ ଆରମ୍ଭ ହୋଇ ସଠିକ ସମୟରେ ପରୀକ୍ଷା କରାଯାଇ ଫଳାଫଳ ମଧ୍ୟ ଘୋଷଣା କରାଯାଇପାରିବ, ଯାହାଦ୍ୱାରା ଛାତ୍ରଛାତ୍ରୀମାନେ ଉପକୃତ ହୋଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

VIDEO:ଷ୍ଟେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri