B.Ed ନାଁ ଲେଖା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି: ଏହି ତାରିଖରୁ ଆରମ୍ଭ ଆବେଦନ

ଭୁବନେଶ୍ୱର,୨୦।୩: ଆଗାମୀ ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ଦୁଇ ବର୍ଷିଆ ବି. ଏଡ଼/ଏମ. ଏଡ଼/ ବି.ଏଚ.ଏଡ଼ ପାଠ୍ୟକ୍ରମରେ ନାମଲେଖା ପ୍ରକିୟା ଶୀଘ୍ର ଆରମ୍ଭ କରାଯିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ଓ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଶିକ୍ଷାବର୍ଷ ୨୦୨୫-୨୬ ପାଇଁ ନାମଲେଖା ପ୍ରକିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।

ଏଥିପାଇଁ ଆବେଦନକାରୀମାନଙ୍କ ପାଇଁ ଆସନ୍ତା ମାର୍ଚ୍ଚ ୨୪ ତାରିଖ (୨୪.୦୩.୨୦୨୫) ଠାରୁ Common Application Form (CAF) ପୂରଣ ପ୍ରକିୟା ଆରମ୍ଭ ହେବ।

ବିଗତ ବର୍ଷ ଭଳି ଆଗାମୀ ଶିକ୍ଷା ବର୍ଷ ୨୦୨୫-୨୬ ପାଇଁ ମଧ୍ୟ ଦୁଇ ବର୍ଷିଆ ବି. ଏଡ଼/ଏମ. ଏଡ଼/ ବି.ଏଚ. ଏଡ଼ ପାଠ୍ୟକ୍ରମରେ ନାମଲେଖା ଏବଂ ଚୟନ ପ୍ରକିୟା ଏଥିପାଇଁ ଉଦ୍ଦିଷ୍ଟ ପ୍ରବେଶିକା ପରୀକ୍ଷାର ମାର୍କ ଆଧାରରେ ହିଁ କରାଯିବ। ପ୍ରବେଶିକା ପରୀକ୍ଷା ଆସନ୍ତା ଜୁନ୍‌ ମାସ ପ୍ରଥମ ସପ୍ତାହରେ ଅନୁଷ୍ଠିତ ହେବ।

ଏଥିସହ ଶିକ୍ଷା ବର୍ଷ ୨୦୨୫-୨୬ରେ ଦୁଇ ବର୍ଷିଆ ବି. ଏଡ଼/ଏମ. ଏଡ଼/ ବି.ଏଚ. ଏଡ଼ ପାଠ୍ୟକ୍ରମକୁ ଆସନ୍ତା ୨୪ ଜୁଲାଇ, ୨୦୨୫ ତାରିଖ ସୁଦ୍ଧା ଆରମ୍ଭ କରାଯିବା ପାଇଁ ଲକ୍ଷ୍ୟ ରଖାଯାଇଛି।

ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ସଠିକ ସମୟରେ ପାଠ୍ୟକ୍ରମ ଆରମ୍ଭ ହୋଇ ସଠିକ ସମୟରେ ପରୀକ୍ଷା କରାଯାଇ ଫଳାଫଳ ମଧ୍ୟ ଘୋଷଣା କରାଯାଇପାରିବ, ଯାହାଦ୍ୱାରା ଛାତ୍ରଛାତ୍ରୀମାନେ ଉପକୃତ ହୋଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପହଲଗାମ ଛାତିଥରା ଆକ୍ରମଣ ପଛରେ ପାକିସ୍ତାନ ହାତ, ଖୋଜି ଖୋଜି ହିନ୍ଦୁଙ୍କୁ ଗୁଳି କଲେ ଆତଙ୍କବାଦୀ

ନୂଆଦିଲ୍ଲୀ, ୨୨।୪: ଭାରତ ଇତିହାସରେ ଏହି ତାରିଖ ସମୂହିକ ସ୍ମୃତିରେ ଚିରସ୍ଥାୟୀ ହୋଇ ରହିବ। ଯେଉଁଦିନ ଆତଙ୍କବାଦୀମାନେ ଭାରତର “ମିନି ସ୍ୱିଜରଲ୍ୟାଣ୍ଡ” କୁହାଯାଉଥିବା ପହଲଗାମର ଅପୂର୍ବ...

ଅଂଶୁଘାତରେ ନିର୍ବାହୀ ଅଧିକାରୀ ଗୁରୁତର

ଦିଗପହଣ୍ଡି,୨୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡି ପେଣ୍ଠ ପଞ୍ଚାୟତର କାର୍ଯ୍ୟ ନିର୍ବାହୀ ଅଧିକାରୀ ପିଇଓ କାଳିଆ ମଲ୍ଲିକ ମଙ୍ଗଳବାର ଅଂଶୁଘାତରେ ଗୁରୁତର...

ଓଡ଼ିଶାରେ କାଲିଠୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ: ରାଜ୍ୟ ସରକାରଙ୍କ ଘୋଷଣା

ଭୁବନେଶ୍ୱର, ୨୨।୪: ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା। ଅପ୍ରେଲ ୨୩ ତାରିଖ ଠାରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି...

ଖୋଜି ଖୋଜି ହିନ୍ଦୁଙ୍କୁ ହତ୍ୟା କଲେ ଆତଙ୍କବାଦୀ; ମୋଦି କହିଲେ-‘କାହାରିକୁ ଛଡ଼ାଯିବ ନାହିଁ’

ନୂଆଦିଲ୍ଲୀ, ୨୨।୪: ଏକ ଭୟଙ୍କର ଲକ୍ଷ୍ୟଭିତ୍ତିକ ଆତଙ୍କବାଦୀ ଘଟଣାରେ, ଇସଲାମିକ ଉଗ୍ରପନ୍ଥୀମାନେ ମଙ୍ଗଳବାର ଦକ୍ଷିଣ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଏକ ଦଳ ଉପରେ ଆକ୍ରମଣ କରିଥିଲେ,...

ପହଲଗାମ ଆତଙ୍କବାଦୀ ଆକ୍ରମଣ: ଅତିକମରେ ୨୪ ହିନ୍ଦୁ ପର୍ଯ୍ୟଟକ ମୃତ, ପୁଲିସ ସୂତ୍ରରୁ ମିଳିଲା ବଡ ସୂଚନା

ନୂଆଦିଲ୍ଲୀ, ୨୨।୪: ଏକ ବିନାଶକାରୀ ଆତଙ୍କବାଦୀ କାର୍ଯ୍ୟରେ, ପହଲଗାମ ନିକଟସ୍ଥ ବୈସାରଣ ମେଦୋରେ ବନ୍ଧୁକଧାରୀମାନେ ପର୍ଯ୍ୟଟକଙ୍କ ଏକ ଦଳ ଉପରେ ଗୁଳି ଚଳାଇବାରେ ଅତିକମରେ ୨୪...

ବିଶ୍ବ ଧରିତ୍ରୀ ଦିବସ ପାଳିତ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଶିଳ୍ପ ତାଲିମ କେନ୍ଦ୍ର ରେ ମଙ୍ଗଳବାର ବିଶ ଧରିତ୍ରୀ ଦିବସ ପାଳିତ ହୋଇଯାଇଛି। ଏଥିରେ ପରିବେଶବିତ୍ ଶୁଳପାଣି ଶତପଥି...

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଶାସନ ଲାଗୁ ଦାବି

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ବିଶ୍ବହିନ୍ଦୁ ପରିଷଦ ଓଡ଼ିଶା ପ୍ରଦେଶର ଆହ୍ବାନକ୍ରମେ ବିଶ୍ବହିନ୍ଦୁ ପରିଷଦ ଭଞ୍ଜନଗର ଶାଖା ପକ୍ଷରୁ ମଙ୍ଗଳବାର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଭଞ୍ଜନଗର ଉପଜିଲାପାଳ...

ପହଲଗାମ୍‌ରେ ଆତଙ୍କୀ ହମ୍‌ଲା: ଓଡ଼ିଆ ଯୁବକ ମୃତ

ନୂଆଦିଲ୍ଲୀ,୨୨।୪: ଜମ୍ମୁ-କାଶ୍ମୀରର ଅନନ୍ତନାଗ ଜିଲାର ପହଲଗାମ୍‌ରେ ମଙ୍ଗଳବାର ଆତଙ୍କବାଦୀଙ୍କ ଆକ୍ରମଣରେ ଓଡ଼ିଶାର ପ୍ରଶାନ୍ତ ଶତପଥୀ ନାମକ ଯୁବକ ମୃତ୍ୟୁ ବରଣ କରିଛନ୍ତି। ସେ ପତ୍ନୀ ପ୍ରିୟଦର୍ଶିନୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri