ବି.ଏଡ୍‌ ଶିକ୍ଷକ ମହାସଂଘର ଆନ୍ଦୋଳନ ଚେତାବନୀ

ଭୁବନେଶ୍ୱର, ୧୧।୯: (ଅସମାପିକା ସାହୁ)- ମିଳିତ ପ୍ରାଥମିକ ମୂଳ ନିଯୁକ୍ତ ବି.ଏଡ୍‌ ଶିକ୍ଷକ ମହାସଂଘର ଏକ ଜରୁରୀକାଳୀନ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ରବିବାର ବୁଦ୍ଧମନ୍ଦିର ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ବିଧାନସଭା ପୂର୍ବରୁ ଯଦି ସରକାର ଦାବି ସମ୍ପର୍କରେ କୌଣସି ପଦକ୍ଷେପ ନ ନିଅନ୍ତି, ତେବେ ଆନ୍ଦୋଳନ କରାଯିବ ବୋଲି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି। ସଭାପତିମଣ୍ଡଳୀ ସଭ୍ୟ ଅଜୟ ଧଳ, ସନ୍ତୋଷ କୁମାର ପ୍ରଧାନ କ୍ଷୋଭ ପ୍ରକାଶ କରି କହିଛନ୍ତି, ସରକାର ତୁରନ୍ତ ପ୍ରାଥମିକ ଓ ଉଚ୍ଚପ୍ରାଥମିକ ବିଦ୍ୟାଳୟରୁ ଠିକା ପ୍ରଥା ଉଚ୍ଛେଦ କରନ୍ତୁ। ଠିକା କାର୍ଯ୍ୟକାଳକୁ ମୂଳ ଚାକିରିରେ ଗଣନା କରିବା ସହିତ ୬ଟି ନୋସନାଲ୍‌ ଇନ୍‌କ୍ରିମେଣ୍ଟ ଓ ପେ ବ୍ୟାଣ୍ଡ-୨ ବେସିକ୍‌ ୯,୩୦୦/- ଓ ଜି.ପି. ୪,୨୦୦/- ପ୍ରଦାନ କରନ୍ତୁ। ଏଥିସହିତ ନୂତନ ପେନ୍‌ସନ୍‌ ଯୋଜନାକୁ ଉଚ୍ଛେଦ କରି ପୁରୁଣା ପେନ୍‌ସନ୍‌ ଯୋଜନାକୁ କାର୍ଯ୍ୟକାରୀ କରାଯାଉ। ସଂଘର ମହାସଚିବ ଉମେଶ ଚନ୍ଦ୍ର ନାୟକ ସରକାରଙ୍କୁ ଚେତାବନୀ ଦେଇ କହିଛନ୍ତି, ଯଦି ଆସନ୍ତା ବିଧାନସଭା ଅଧିବେଶନ ପୂର୍ବରୁ ଆମର ସମସ୍ତ ନ୍ୟାୟୋଚିତ ଦାବି ପୂରଣ ନ କରନ୍ତି, ତା’ହେଲେ ବାଧ୍ୟ ହୋଇ ବିଧାନସଭା ସମ୍ମୁଖରେ ଦୁର୍ବାର ଆନ୍ଦୋଳନ କରିବୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

ସାଲେପୁରରୁ ଟିକେଟ ମିଳିବା ପରେ ଏମିତି ପ୍ରତିକ୍ରିୟା ଦେଲେ ଅରିନ୍ଦମ, କହିଲେ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ତାଲିକାରେ ସାଲେପୁରରୁ ଅରିନ୍ଦମ ରାୟଙ୍କୁ ଟିକେଟ ମିଳିଛି।...

ଗୌତମବୁଦ୍ଧଙ୍କୁ ଟିକେଟ୍‌, ଅନନ୍ତ ଦାସଙ୍କ ପୁଅ ନିରାଶ

ଭୋଗରାଇ,୨୭।୪: ୩ଟି ଆସନରେ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଗୌତମବୁଦ୍ଧ ଦାସଙ୍କୁ ଟିକେଟ୍‌ ମିଳିଛି। ଗୌତମଙ୍କୁ ଭୋଗରାଇ ଆସନରୁ ଟିକେଟ୍‌ ମିଳିଛି।...

ତେଲକୋଇରୁ ଫକୀରମୋହନ, ଚମ୍ପୁଆରୁ ଲଢ଼ିବେ ମୁରଲୀ

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ଘୋଷଣା ହୋଇ ପାରୁ ନ ଥିବା ଚମ୍ପୁଆ ଏବଂ ତେଲକୋଇ ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ଶନିବାର ତା’ର...

ଏହି ୨ ବିଧାୟକଙ୍କ ଟିକେଟ୍‌ କାଟିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଜେଡି ପକ୍ଷରୁ ଶନିବାର ୩ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ଆସନରୁ ୨ ବିଧାୟକଙ୍କ ଟିକେଟ କଟିଥିବା ଦେଖାଯାଇଛି। ଖୋର୍ଦ୍ଧା...

୩ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୭ା୪: ଶନିବାର ବିଜେଡି ତା’ର ଆଉ ୩ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଭୋଗରାଇରୁ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଏବଂ ବେଗୁନିଆରୁ ପ୍ରଦୀପ...

ଚାଲାଣ ସମୟରେ ଜବତ ହୋଇଥିବା ଗୋରୁମାନଙ୍କୁ ଅଭିଯୁକ୍ତ ମାଲିକଙ୍କୁ ହସ୍ତାନ୍ତର କରାଯାଇପାରିବ ନାହିଁ: ଓଡ଼ିଶା ହାଇକୋର୍ଟ

କଟକ,୨୭।୪: ନିର୍ଦୟ ଭାବେ ଚାଲାଣ ହେବା ସମୟରେ ଜବତ ହୋଇଥିବା ଗୋରୁ ମାନଙ୍କୁ ସେମାନଙ୍କର ମାଲିକଙ୍କୁ ହସ୍ତାନ୍ତର କରାଯିବ ନାହିଁ। ଗୋରୁ ମାନଙ୍କ ପ୍ରତି କରାଯାଉଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri