Posted inଜାତୀୟ

କଳା ଇତିହାସକାର ବି.ଏନ୍‌. ଗୋସ୍ବାମୀଙ୍କ ପରଲୋକ

ନୂଆଦିଲ୍ଲୀ,୧୮ା୧୧(ପି.ଟି.): ଖ୍ୟାତନାମା କଳା ଇତିହାସକାର ତଥା ଲେଖକ ବ୍ରିଜେନ୍ଦ୍ର ନାଥ ଗୋସ୍ବାମୀଙ୍କର ଶୁକ୍ରବାର ଚଣ୍ଡିଗଡ଼ର ପିଜିଆଇଏମ୍‌ଇଆର୍‌ରେ ପରଲୋକ ହୋଇଯାଇଛି। ତାଙ୍କୁ ୯୦ ବର୍ଷ ହୋଇଥିଲା। ସେ ଫୁସ୍‌ଫୁସ୍‌ ସଂକ୍ରମଣରେ ପୀଡ଼ିତ ଥିଲେ ବୋଲି ତାଙ୍କ ପରିବାରର ବନ୍ଧୁ ତଥା ଅଭିନେତା ନୀଲମ ମାନ୍‌ସିଂ କହିଛନ୍ତି। ୧୯୩୩ ଅଗଷ୍ଟ ୧୫ରେ ଜନ୍ମିତ ଗୋସ୍ବାମୀ ତାଙ୍କର ପାହାରି ଶୈଳୀର ଚିତ୍ରାଙ୍କନ ପାଇଁ ବେଶ୍‌ ଜଣାଶୁଣା ଥିଲେ। ଏଥିପାଇଁ ତାଙ୍କୁ ପଦ୍ମଶ୍ରୀ ଓ ପଦ୍ମ ଭୂଷଣ ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ସେ ଶିକ୍ଷା ଓ ଗବେଷଣାରେ କ୍ୟାରିୟର କରିବା ପାଇଁ ୯୫୮ରେ ସମ୍ମାନଜନକ ସିଭିଲ୍‌ ସର୍ଭିସ୍‌ ଛାଡ଼ିଥିଲେ। ପାହାରି ପେଣ୍ଟିଂ, କ୍ଷୁଦ୍ର ପ୍ରତିରୂପ ଚିତ୍ରାଙ୍କନ, କୋର୍ଟ ପେଣ୍ଟର ଏବଂ ମାଷ୍ଟର୍ସ ଅଫ୍‌ ଇଣ୍ଡିଆନ୍‌ ପେଣ୍ଟିଂ ଆଦିରେ ସେ ୨୬ରୁ ଊର୍ଦ୍ଧ୍ୱ ପୁସ୍ତକ ରଚନା କରିଛନ୍ତି। ତାଙ୍କର ଶେଷ ପୁସ୍ତକ ‘ଦି ଇଣ୍ଡିଆନ୍‌ କ୍ୟାଟ୍‌: ଷ୍ଟୋରିଜ୍‌, ପେଣ୍ଟିଂସ୍‌, ପୋଏଟ୍ରି ଆଣ୍ଡ ପ୍ରୋଭର୍ବସ୍‌’। ଗୋସ୍ବାମୀଙ୍କ ସ୍ତ୍ରୀ କରୁଣା ମଧ୍ୟ ଜଣେ କଳା ଇତିହାସକାର ଥିଲେ। ୨୦୨୦ରେ ତାଙ୍କର ପରଲୋକ ହୋଇଥିଲା। ଗୋସ୍ବାମୀ ତାଙ୍କ ଝିଅ ମାଳବିକା ସହ ରହୁଥିଲେ। ତାଙ୍କ ପରଲୋକରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

ଏମ୍‌କେସିଜି ଚିକିତ୍ସକଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜର ସ୍ନାୟୁ ଶଲ୍ୟ ବିଭାଗ ମୁଖ୍ୟ ଚିକିତ୍ସକଙ୍କ ସମେତ ଅନ୍ୟସମସ୍ତ ଚିକିତ୍ସକଙ୍କୁ ଖେମୁଣ୍ଡି ଓକିଲ ସଂଘ…

କାଳବୈଶାଖୀ ତାଣ୍ଡବ: ଅନ୍ଧାରରେ ୪ଗାଁ

ଗଞ୍ଜାମ,୯।୬(ବିଦ୍ୟାଧର ସାହୁ): କାଳବୈଶାଖୀ ପ୍ରଭାବରେ ଝଡତୋଫାନ ଘଟି ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମରେ କ୍ଷୟକ୍ଷତି ହୋଇଥିବା ଅଭିଯୋଗ ହୋଇଛି। ଝଡ଼ତୋଫାନ ବର୍ଷା ଯୋଗୁ ଅଞ୍ଚଳର…

ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ୱ; ଆଣିଲା ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ,୯।୬:ଭାରତରେ ଖାଦ୍ୟ, ଫଳ ଓ ପନିପରିବା ଆଦି ଉପରେ ଅତ୍ୟଧିକ ପରିମାଣରେ କେମିକଲ୍ସ ସ୍ପ୍ରେ ଓ ମିଶ୍ରଣ ଯୋଗୁ ଏସବୁ ନେଇ ଲୋକଙ୍କ ଭରସା ଏକପ୍ରକାର ଉଠିଗଲାଣି।…

ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ

ଲଣ୍ଡନ,୯ା୬: ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସ ଓ ତାଙ୍କ ଟିମ୍‌ମେଟ୍‌ ଗସ୍‌ ଆଟକିନସନ ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ କ୍ରିକେଟରୁ ବାଦ୍‌ ପଡ଼ିଛନ୍ତି। ଦଳର ପ୍ରୋଟୋକଲ ଭଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri