ବି. ଫାର୍ମା ଛାତ୍ରୀ ଆତ୍ମହତ୍ୟା: ଅଭିଯୁକ୍ତ ଗିରଫ

ସାଲେପୁର, ୨୨।୧୧ (ଡି.ଏନ୍‌.ଏ.): ବି. ଫାର୍ମା ଛାତ୍ରୀ ଆତ୍ମହତ୍ୟା ମାମଲାରେ ଅଭିଯୁକ୍ତ ସିପୁନଙ୍କୁ ଗିରଫ କରାଯାଇଛି।
ସୂଚନାଯୋଗ୍ୟ, ଗତ ୯ ତାରିଖରେ କଟକ ଜିଲା ସାଲେପୁର ଥାନା ସୁନାଖଣ୍ଡି ଗାଁର ବି. ଫାର୍ମା ଛାତ୍ରୀ ଆତ୍ମହତ୍ୟା କରିଥିଲେ । ପରେ ତାଙ୍କ କୋଠରୀରୁ ଏକ ସୁଇସାଇଡ ନୋଟ ମିଳିଥିଲା । ନୋଟ୍‌ରେ ସିପୁନ ଓରଫ ସିଦ୍ଧାର୍ଥଙ୍କ ବିରୋଧରେ ମୃତ ଛାତ୍ରୀ ଜଣକ ଅଭିଯୋଗ ଆଣିଥିଲେ। ଏ ନେଇ ଛାତ୍ରୀଙ୍କ ପରିବାର ଲୋକେ ପୋଲିସରେ ଅଭିଯୋଗ କରିଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନ ଥିଲା । ଏପରିକି ଏତଲା କପିର ତାରିଖରେ ଟ୍ୟାମ୍ପରିଂ ଅଭିଯୋଗ ଆସିଥିଲା । ସାଲେପୁର ଥାନା ଅଧିକାରୀଙ୍କ ଭୂମିକାକୁ ନେଇ ମଧ୍ୟ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିଲା । ତେବେ ପୋଲିସ ସୋମବାର ଅଭିଯୁକ୍ତ ସିଦ୍ଧାର୍ଥ ରାଉତ ଓରଫ ସିପୁନକୁ କେନ୍ଦ୍ରାପଡ଼ା ଜିଲା ଚାନ୍ଦୋଳଠାରୁ ଗିରଫ କରିଛି । ଏନେଇ ସାଲେପୁର ଏସ୍‌ଡିପିଓ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ଅଡବା ପୋଲିସକୁ ବଡ଼ ସଫଳତା: ୭୨.୫ ଲିଟର ବେଆଇନ ମଦ ଜବତ, ଜଣେ ଗିରଫ

ମୋହନା, ୯।୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ପୋଲିସକୁ ବେଆଇନ ମଦ କାରବାର ବିରୋଧରେ ଏକ ବଡ଼ ସଫଳତା ମିଳିଛି। ଥାନା ଅନ୍ତର୍ଗତ ପଟୁମା ଗାଁରେ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ବେଆଇନ ବିସ୍ଫୋରକ ବିରୋଧରେ ଗଞ୍ଜାମ ପୋଲିସର ସ୍ୱତନ୍ତ୍ର ଅଭିଯାନ: ୧୮ ମାମଲା ରୁଜୁ, ୨୪ ଗିରଫ

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ଜନସାଧାରଣଙ୍କ ସୁରକ୍ଷା ନିଶ୍ଚିତ କରିବା ଏବଂ ବିସ୍ଫୋରକ ପଦାର୍ଥର ବେଆଇନ ମହଜୁଦ, ପରିବହନ ଓ ଦୁରୁପଯୋଗକୁ ରୋକିବା ଲକ୍ଷ୍ୟରେ ଗଞ୍ଜାମ ପୋଲିସ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri