ବି. ଆର୍‌. ଆମ୍ବେଡକରଙ୍କ ଜୟନ୍ତୀ ପାଳିତ

ଭଞ୍ଜନଗର,୧୪।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଉନ ହଲରେ ସୋମବାର ସନ୍ଧ୍ୟାରେ ଭାରତ ରତ୍ନ ବାବା ସାହେବ ଡ. ଭୀମରାଓ ଆମ୍ବେଡକରଙ୍କ  ଜୟନ୍ତୀ ପାଳିତ ହୋଇଯାଇଛି। ଓଡିଶା ରାଜ୍ୟ ଅନୁସୂଚିତ ଜାତି ଓ ଜନଜାତି ଶିକ୍ଷକ କଲ୍ୟାଣ ମହାସଂଘ ଭଞ୍ଜନଗର ଶାଖା, ଗଞ୍ଜାମ ଜିଲା ପଛୁଆ ବର୍ଗ, ସଂଖ୍ୟା ଲଘୁ, ଦଳିତ ସମାଜ ଓ ଆଦିବାସୀ ବିଚାର ମଞ୍ଚ ପକ୍ଷରୁ ମିଳିତ ଭାବେ ଏହି କାର୍ଯ୍ୟକ୍ରମ ହୋଇଥିଲା।
ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଶିକ୍ଷୟିତ୍ରୀ ସୁନନ୍ଦା ବେହେରା ସ୍ବାାଗତ ସଙ୍ଗୀତ ଗାନ କରିଥିବା ବେଳେ ଶିକ୍ଷକ ପ୍ରସନ କୁମାର ବେହେରା ସ୍ବାଗତ ଭାଷଣ ଦେଇଥିଲେ। ବରିଷ୍ଠ ଆଇନଜୀବୀ ସୋମନାଥ ନାୟକ, ରାଜ୍ୟ ଏସ୍‌ଏସ୍‌ଟି ଶିକ୍ଷକ କଲ୍ୟାଣ ମହାସଙ୍ଘ ସଭାପତି ବଂଶୀଧର ନାୟକ, ଏନ୍‌ଏସି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର, ନରେନ୍ଦ୍ର ମୋଦି ବିଚାରମଞ୍ଚ ସଭାପତି ଅମର ଜ୍ୟୋତି ପଟ୍ଟନାୟକ, ଭଞ୍ଜନଗର ଏବିଇଓ ସୂର୍ଯ୍ୟ ନାୟକ, ଭଞ୍ଜନଗର ବାର ଆସୋସିଏଶନ ସଭାପତି ଲକ୍ଷ୍ମୀକାନ୍ତ ମହାପାତ୍ର, ଘୁମୁସର ସଂଗ୍ରାମ ସମିତି ଆବାହକ ଦେବୀ ପ୍ରସାଦ ବିଷୋୟୀ, ପ୍ରସନ୍ନ ସେଠୀ, ଅଭିମନ୍ୟୁ ନାଇକ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏହା ପୂର୍ବରୁ ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଭେଜିପୁଟ ଠାରେ ଅନୁଷ୍ଟିତ ହନୁମାନ ଜୟନ୍ତୀ ସମାରୋହରେ ଯୋଗଦେଇ ଆୟୋଜିତ ଶୋଭାଯାତ୍ରାରେ ଭାଗ ନେଇଥିଲେ। ଏଥିସହ ଭଞ୍ଜନଗର ସହର ପାତ୍ର କଲୋନୀରେ ହେବାକୁ ଥିବା ଶ୍ରୀଜଗନ୍ନାଥ କଲ୍ୟାଣ ମଣ୍ଡପର ଶିଳାନ୍ୟାସ ମଧ୍ୟ କରିଥିଲେ। ଡ.ବି ଆର୍‌ ଆମ୍ବେଡକରଙ୍କ ଜୟନ୍ତୀ ସମାରୋହକୁ ପରିଚାଳନା କରିବାରେ ଶିକ୍ଷକ ନେତା ସୁଧୀର ବେହେରା, ବୃନ୍ଦାବନ ସେଠୀ, କାଳୀ ଚରଣ ନାଇକ, ଦିବାକର ସେଠୀ, ବଂଶୀଧର ଦଣ୍ଡିଆ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri