ବିଟେକ୍‌ ଛାତ୍ରୀଙ୍କ ଆତ୍ମହତ୍ୟା

ଭୁବନେଶ୍ୱର,୮।୯ (ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ରେଳବିହାରରେ ଜଣେ ବିଟେକ୍‌ ଛାତ୍ରୀ ଫ୍ୟାନ୍‌ରେ ଓଢ଼ଣି ଦ୍ୱାରା ଝୁଲି ଆତ୍ମହତ୍ୟା କରିଛନ୍ତି। ମୃତା ଛାତ୍ରୀ ହେଲେ ଆର.ଏନ୍‌.ନିୟତି ନାୟକ(୨୪)। ପୋଲିସ ମୃତଦେହ ଜବତ କରି କ୍ୟାପିଟାଲ ହସ୍ପିଟାଲକୁ ପଠାଇବା ସହ ଏକ ଅପମୃତ୍ୟୁ ମାମଲା (ନଂ.୬୨/୨୦୨୨) ରୁଜୁ କରି ତଦନ୍ତ ଆରମ୍ଭ କରିଛି।

ମୃତା ନିୟତିଙ୍କ ବାପା ନାରାୟଣ ଚନ୍ଦ୍ର ନାୟକ ପୂର୍ବତଟ ରେଳପଥରେ ଇଞ୍ଜିନିୟର ଅଛନ୍ତି। ରେଳବିହାରସ୍ଥିତ ସରକାରୀ କ୍ୱାର୍ଟର୍ସରେ ସେ ପରିବାର ସହ ରହୁଛନ୍ତି। ତାଙ୍କର ୨ଝିଅଙ୍କ ମଧ୍ୟରୁ ନିୟତି ବଡ଼ ହୋଇଥିବାବେଳେ ସ୍ଥାନୀୟ ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ବିଟେକ୍‌ ପଢୁଥିଲେ। ତେବେ କିଛି ମାସ ହେଲା ବାପା ନାରାୟଣ କିଡ୍‌ନୀ ଓ ହାର୍ଟ ରୋଗରେ ଆକ୍ରାନ୍ତ ହେବା ପରେ ପରିବାର ସଦସ୍ୟମାନେ ଭାଙ୍ଗି ପଡ଼ିଥିଲେ। ୨ ମାସ ତଳେ ସାନ ଝିଅ ମଧ୍ୟ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ନିୟତି ମଧ୍ୟ ବାପାଙ୍କ ରୋଗକୁ ନେଇ ସବୁବେଳେ ଚିନ୍ତାରେ ରହୁଥିଲେ। ବୁଧବାର ନାରାୟଣଙ୍କୁ ନେଇ ପରିବାର ଲୋକେ ଏକ ଘରୋଇ ହସ୍ପିଟାଲକୁ ଯାଇଥିଲେ। ଘରେ ନିୟତି ଏକୁଟିଆ ଥିଲେ। ସାରେ ପରିବାର ଲୋକ ଘରକୁ ଫେରିବା ପରେ ନିୟତିଙ୍କ ରୁମ୍‌ ଭିତରପଟୁ ବନ୍ଦ ଥିବା ଦେଖି ତାଙ୍କୁ ଡାକିଥିଲେ ମଧ୍ୟ ସେ କବାଟ ଖୋଲି ନ ଥିଲେ। ପରେ ପଡୋଶୀଙ୍କ ସହାୟତାରେ କବାଟ ଭାଙ୍ଗିବା ପରେ ନିୟତି ଫ୍ୟାନ୍‌ରେ ଓଢ଼ଣି ଦ୍ୱାରା ଝୁଲି ପଡ଼ିଥିବା ଦେଖିଥିଲେ। ଖବର ପାଇ ପୋଲିସ ସେଠାରେ ପହଞ୍ଚତ୍ଥିଲା। ଘଟଣା ସଂକ୍ରାନ୍ତରେ ଥାନାଧିକାରୀ ପ୍ରକାଶ ଚନ୍ଦ୍ର ମାଝୀ କହିଛନ୍ତି, ନାରାୟଣଙ୍କ ରୋଗ ଯୋଗୁ ପରିବାର ଲୋକ ମାନସିକ ଚାପରେ ଥିଲେ। ଏହି କାରଣରୁ ନିୟତି ଆତ୍ମହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା କରାଯିବା ସହ ଅନ୍ୟ ଦିଗକୁ ନେଇ ତଦନ୍ତ ହେଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

୧୦ ଜିଲାରେ ହେବ ବମ୍ପର ନିଯୁକ୍ତି: ୨,୭୮୦ କୋଟିର ନିବେଶ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଓଡ଼ିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଶିଳ୍ପ ଓ ପୁଞ୍ଜି ନିବେଶ ଉପରେ ଗୁରୁତ୍ୱ ଦିଆଯାଉଥିବାବେଳେ ଶୁକ୍ରବାର ୨,୭୮୦ କୋଟି ଟଙ୍କାର…

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri