ଚିତ୍ରୋତ୍ପଳା ନଦୀରେ ବୁଡ଼ି ବି-ଟେକ୍‌ ଛାତ୍ର ନିଖୋଜ

ପାଟକୁରା,୨୧ା୭(ରବୀନ୍ଦ୍ର ନାଥ ବାରିକ): ଶନିବାର କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ ଅଧୀନ ପାଟକୁରା ଗ୍ରାମପଞ୍ଚାୟତର ଜଗନ୍ନାଥପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି ା ଗ୍ରାମର ଧୀରେନ କୁମାର ବାରିକ ଓ କ୍ଷଣପ୍ରଭା ପରିଡ଼ାଙ୍କ ଏକମାତ୍ର ପୁଅ କୌଶିକ ବାରିକ(୧୮)ଚିତ୍ରୋତ୍ପଳା ନଦୀରେ ବୁଡି ନିଖୋଜ ଅଛନ୍ତି ା ଏହି ରିପୋର୍ଟ ଲେଖାହେବା ପର୍ଯ୍ୟନ୍ତ ଅଗ୍ନିଶମ ବାହିନୀ ଓ ଓଡ୍ରାଫ୍‌ ଟିମ୍‌ ନଦୀରେ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ା ସୂଚନା ଅନୁଯାୟୀ, କୌଶିକ ଭୁବନେଶ୍ୱର ରୟାଲ କଲେଜରେ +୨ବିଜ୍ଞାନ ପଢିବା ପରେ ସିଲକନ ଇଞ୍ଜିନିୟରିଂ କଲେଜରେ ବି-ଟେକ୍‌ କରୁଥିଲେ ା କଲେଜ ଛୁଟି ଥିବାରୁ ସେ ଗାଁକୁ ଆସିଥିଲେ ା ଶନିବାର ସକାଳ ପ୍ରାୟ ସାଢ଼େ ୯ଟା ସମୟରେ କୌଶିକ ଗ୍ରାମର ଅନ୍ୟ ୩ ଜଣ ସାଙ୍ଗଙ୍କ ସହିତ ଚିତ୍ରୋତ୍ପଳା ନଦୀର ମହାପୁରୁଷ ତୁଠକୁ ଗାଧୋଇବାକୁ ଯାଇଥିଲେ ା ଗାଧୋଇବାବେଳେ କୌଣସି କାରଣରୁ କୌଶିକ ନଦୀରେ ବୁଡ଼ିଯାଇ ପ୍ରଖର ସ୍ରୋତରେ ଭାସି ଯାଇଥିଲେ ା ଏହା ଦେଖି ଅନ୍ୟ ସାଙ୍ଗମାନେ ତାଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରିଥିଲେ ା ହେଲେ ସେଥିରେ ବିଫଳ ହେବାରୁ ସେମାନେ ଚିତ୍କାର କରିଥିଲେ ା ସେଠାରେ ଥିବା ଗାଁର ଲୋକମାନେ କୌଶିକଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରିଥିଲେ ା ହେଲେ ସେଥିରେ ବିଫଳ ହେବା ପରେ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା ା ଅପରାହ୍ନରେ ପ୍ରଶାସନ ପକ୍ଷରୁ ଓଡ୍ରାଫ୍‌ ଟିମ୍‌କୁ ଉଦ୍ଧାର କାର୍ଯ୍ୟରେ ନିୟୋଜିତ କରାଯାଇଛି ା ଏହି ଘଟଣା ପରେ ଜଗନ୍ନାଥପୁର ଗ୍ରାମ ତଥା ପାଟକୁରାରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବୋଲରଙ୍କ ନୂଆ ରାଙ୍କିଙ୍ଗ୍‌ ଜାରି କଲା ଆଇସିସି: ନମ୍ବର-୧ ବୋଲର ହେଲେ ପାକିସ୍ତାନର ଏହି ଖେଳାଳି

ନୂଆଦିଲ୍ଲୀ,୨୩।୯: ଆଇସିସି ପକ୍ଷରୁ ଟି-୨୦ ବୋଲରଙ୍କ ନୂଆ ରାଙ୍କିଙ୍ଗ୍‌ ଜାରି କରାଯାଇଛି। ଏଥିରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପାକିସ୍ତାନର ସ୍ପିନର ଅବରାର ଅହମ୍ମଦ ୭୩୬ ରେଟିଂ…

ରେଳଧାରଣାରେ ଯିବାବେଳେ ୪ ଜଣଙ୍କୁ ଚାପିଦେଲା ରାଜାରାଣୀ ଏକ୍ସପ୍ରେସ

ଗଜପତି,୨୩।୯(ଗିରିଧାରୀ ପରିଛା): ଭୁବନେଶ୍ୱରରୁ ପାରଳାଖେମୁଣ୍ଡି ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଧକ୍କାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆନ୍ଧ୍ରପ୍ରଦେଶର ଟେକେଲି ଗ୍ରାମ ନିକଟସ୍ଥ…

ବିଧାନସଭାରେ ମନ୍ତ୍ରୀଙ୍କ ବଡ଼ ସୂଚନା: ରାଶନ କାର୍ଡରୁ ବାଦ୍‌ ପଡିଲେ…

ଭୁବନେଶ୍ୱର,୨୩।୯: ରାଜ୍ୟରେ ନୂତନ ରାଶନ କାର୍ଡ (Ration Card) ପାଇଁ ଆବେଦନ କରିଥିବା ହିତାଧିକାରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ବିଧାନସଭାରେ ବିଧାୟକ ବ୍ୟୋମକେଶ ରାୟଙ୍କ…

ସମୁଦ୍ର ଅଶାନ୍ତ: ପାରାଦୀପ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି

ପାରାଦୀପ,୨୩।୯(ଶରତ ରାଉତ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବୁଧବାର ସମୁଦ୍ର ଅତ୍ୟନ୍ତ ଅଶାନ୍ତ ହୋଇପଡ଼ିଛି। ସମୁଦ୍ରରେ ଉଚ୍ଚ ଢେଉ ସହ ବିପଦଜନକ ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସମୁଦ୍ର…

ଆଇସିସି ଟି-୨୦ ରାଙ୍କିଙ୍ଗ୍‌ରେ ବଡ଼ ଅଦଳବଦଳ: ଜାଣନ୍ତୁ କେଉଁ ଖେଳାଳି କେତେ ସ୍ଥାନରେ…

ନୂଆଦିଲ୍ଲୀ,୨୩।୯: ଆଇସିସି ଟି-୨୦ ରାଙ୍କିଙ୍ଗ୍‌ରେ ପୁଣିଥରେ ବଡ଼ ଅଦଳବଦଳ ଦେଖିବାକୁ ମିଳିଛି। ନୂଆ ରାଙ୍କିଙ୍ଗ୍‌ରେ ଭାରତର ଇଶାନ କିଶନ ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ତେବେ ତାଙ୍କ…

ଝରକା ଗ୍ରୀଲ କାଟି ବ୍ୟାଙ୍କରୁ ଲୁଟ: ପୋଲିସ ତଦନ୍ତ ଆରମ୍ଭ

ବାଲେଶ୍ୱର, ୨୩।୯ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସଦର ବ୍ଲକ ଅନ୍ତର୍ଗତ ଶ୍ରୀରାମପୁରସ୍ଥିତ ଷ୍ଟେଟ୍‌ ବ୍ୟାଙ୍କ ଶାଖାରୁ ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଝରକା ଗ୍ରୀଲ କାଟି…

ଗୋରୁ ଗୁହାଳରୁ ୧୫ ଫୁଟର ବଉଳା କୁମ୍ଭୀର ଉଦ୍ଧାର: ଖେଳିଗଲା ଆତଙ୍କ,ଦେଖନ୍ତୁ VIDEO

ମହାକାଳପଡ଼ା,୨୩।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ନଦୀ-ନାଳରେ ଏବେ ମାଳ ମାଳ କୁମ୍ଭୀର ଭାସୁଥିବା ଦେଖିବାକୁ ମିଳୁଛି। ନଦୀରେ ପ୍ରାକୃତିକ ଖାଦ୍ୟ ମାଛ ଓ…

ରାଜନୀତିରେ ବଡ଼ ହଲଚଲ: ହଠାତ୍‌ ଇସ୍ତଫା ଦେଲେ କଂଗ୍ରେସ ବିଧାୟକ

ବେଙ୍ଗାଲୁରୁ,୨୩।୯: କଂଗ୍ରେସ ବିଧାୟକ ୟଶବନ୍ତରାୟଗୌଡା ପାଟିଲ ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। ‘ଇଣ୍ଡି ତାଲୁକ’କୁ ମରୁଡ଼ିଗ୍ରସ୍ତ ଘୋଷଣା ନକରାଯିବାର ପ୍ରତିବାଦରେ ସେ ଏହି ପଦକ୍ଷେପ ନେଇଥିବା ଜଣାପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?