ବି ଟେକ ଛାତ୍ରଙ୍କ ମୃତ୍ୟୁ ଘଟଣା: ଏତେ ଟଙ୍କା ସହାୟତା ଦେଲେ ବିଡିଓ

ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଡେଙ୍ଗାଓସ୍ତା ଗ୍ରାମ ମେନ ରୋଡ଼ର ଯୁକ୍ତ ୩ ଛାତ୍ର ସୁଧାକର ମାଦଳା ଗୁରୁବାର ଅପରାହ୍ନ ୧ଟାରେ ମୃତ୍ୟୁବରଣ କରିଥିଲେ। ଶୁକ୍ରବାର ସକାଳେ ବ୍ରହ୍ମପୁର ବଡ ଡାକ୍ତରଖାନାରେ ତାଙ୍କ ମୃତଦେହ ବ୍ୟବଚ୍ଛେଦ କରାଯିବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନଙ୍କ ନିର୍ଦ୍ଦେଶକ୍ରମେ ସାନଖେମୁଣ୍ଡି ବିଡ଼ିଓ ଜିତେନ୍ଦ୍ର ମିଶ୍ର ଶୋକ ସନ୍ତପ୍ତ ପରିବାର ଲୋକଙ୍କୁ ଭେଟି ସାନ୍ତନା ଦେବା ସହ ସୁଧାକରଙ୍କ ବାପା ବିଜୟ କୁମାର ମାଦଳାଙ୍କୁ ରେଡକ୍ରସ ପାଣ୍ଠିରୁ ଅନ୍ତେଷ୍ଟି କ୍ରିୟା ପାଇଁ ୩୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରିଥିବା ଜଣାପଡିଛି। ବିଜୟଙ୍କ ଏକମାତ୍ର ପୁଅ ସୁଧାକର ବ୍ରହ୍ମପୁର ସ୍ଥିତ ଏକ ଘରୋଇ ଶିକ୍ଷାନୁଷ୍ଠାନରେ ବି – ଟେକ ଇଞ୍ଜିନିୟରିଂ ପାଠ ପଢୁଥିଲେ। କୌଣସି କାରଣରୁ ସେଠାରେ ଅଧା ପାଠ ପଢି ଘରକୁ ଚାଲିଆସିଥିଲେ। ପରେ ସେ ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଯୁକ୍ତ ୩ ବିଜ୍ଞାନ ବିଭାଗରେ ନାମ ଲେଖାଇ ପଢୁଥିଲେ। କୌଣସି କାରଣରୁ ମାନସିକ ଭାରସାମ୍ୟ ହରାଇ ଗୁରୁବାର ମଧ୍ୟାହ୍ନ ପ୍ରାୟ ୧ ଟାରେ ସେ ଘର ମଧ୍ୟରେ ବେକରେ ଗାମୁଛା ବାନ୍ଧି ଆତ୍ମହତ୍ୟା କରିଥିଲେ। ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ଆଇଆଇସି କହିଛନ୍ତି। ସାନଖେମୁଣ୍ଡି ବିଧାୟକ ରମେଶ ଚନ୍ଦ୍ର ଜେନା ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନରେ ୨ ଲକ୍ଷରୁ ଉର୍ଦ୍ଧ୍ୱ କଇଁଛଙ୍କ ଅଣ୍ଡାଦାନ: ସୁରକ୍ଷା ବ୍ୟବସ୍ଥା କଡାକଡି

ଗଞ୍ଜାମ,୧୯।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଋଷିକୁଲ୍ୟା ମୁହାଁଣ ବେଳାଭୂମିର ବିସ୍ତିର୍ଣ୍ଣ ବାଲୁକା ଶଯ୍ୟାରେ ଚତୁର୍ଥ ରାତ୍ର ସୁଦ୍ଧା ୨ ଲକ୍ଷରୁ ଉର୍ଦ୍ଧ୍ୱ ସାମୁଦ୍ରିକ…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ଘନେଇଲା ୩ୟ ବିଶ୍ୱଯୁଦ୍ଧର ଭୟ: ଯୁଦ୍ଧକୁ ଡେଇଁବେ ଭାରତ-ପାକିସ୍ତାନ?

ନୂଆଦିଲ୍ଲୀ,୧୯।୩: “ତୃତୀୟ ବିଶ୍ୱ” ବା ଥାର୍ଡ ଓ଼୍ବାଲର୍‌ଡ ଏହା ପ୍ରାୟତଃ ପଛୁଆତା କିମ୍ୱା ଦାରିଦ୍ର୍ୟ ସହିତ ଜଡିତ ଏକ ଶବ୍ଦ; ତଥାପି, ଆପଣ କ’ଣ ଜାଣନ୍ତି ଯେ…

ଶୋଇଥିଲେ ଚକ୍ରଧର: ଘରେ ପଶିଲେ ଦୁବୃର୍ତ୍ତ, ଆଉ ତା’ପରେ…

ସିମୁଳିଆ,୧୯।୩(ସନ୍ତୋଷ କୁମାର ନାୟକ) ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଭୁଗୁପୁର ଶାସନରେ କୃଷ୍ଣ ଚନ୍ଦ୍ର ଉପାଧ୍ୟାୟ ଓ ଚକ୍ରଧର ଉପାଧ୍ୟାୟଙ୍କ ପରିବାର ଶୋଇଥିବାବେଳେ…

ଆଳୁ ବୋଝେଇ ଟ୍ରକକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ୨ ଜୀବନ

ସୋର,୧୯।୩(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ନଂ ଜାତୀୟ ରାଜପଥ ତଳନଗରଠାରେ ଗୁରବାର ଭୋର ଏକ ଟ୍ରକ ଓ ଅନ୍ୟ ଏକ ଆଳୁ ବୋଝେଇ ଟ୍ରକ…

ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ: ଭକ୍ତ ଭାବବିହ୍ବଳ

ବଲାଙ୍ଗୀର,୧୯।୩ (ସୁନିଲ କୁମାର ମହାନ୍ତି): ଚୈତ୍ର ମାସରେ ଏବେ ଗାଁ ଗାଁରେ ଦେଖିବାକୁ ମିଳୁଛି ଦଣ୍ଡଯାତ୍ରା। ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ। ଧାର୍ମିକ ଆସ୍ଥା ଓ ମନୋରଞ୍ଜନର…

ଜଙ୍ଗଲ ନିଆଁ ରୋକିବା ପାଇଁ ସାଇକେଲ ରାଲି: କଣ୍ଟେଇପଲ୍ଲୀ ଭିଏସଏସ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି

ଭଞ୍ଜନଗର,୧୯।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri