ସାରା ଓଡ଼ିଶାରେ ବିଏର ୫ଜି ନେଟ୍‌ଓ୍ବର୍କ

ଭୁବନେଶ୍ୱର,୨୯।୫: ଦେଶର ପ୍ରମୁଖ ଘରୋଇ ଟେଲିକମ୍‌ ସେବା ପ୍ରଦାନକାରୀ କମ୍ପାନୀ ଭାରତୀ ଏୟାରଟେଲ(ବିଏ)ର ଓଡ଼ିଶା ୟୁନିଟ ନିକଟରେ ଏକ ନୂଆ ମାଇଲଖୁଣ୍ଟ ହାସଲ କରିଛି। ଏପରିକି କମ୍ପାନୀ ସାରା ଓଡ଼ିଶାରେ ୫ଜି ନେଟଓ୍ବର୍କ ଉପଲବ୍ଧ କରାଇବା ସହ ରାଜ୍ୟରେ ମୋଟ ୧୯ ଲକ୍ଷ ଗ୍ରାହକ ୫ଜି ସେବା ଉପଭୋଗ କରୁଛନ୍ତି। କମ୍ପାନୀ ରାଜ୍ୟର ସମସ୍ତ ସହର ଓ ଜିଲାରେ ୫ଜି ସେବାକୁ ସଫଳତାର ସହ ନିୟୋଜିତ କରିଛି, ଯାହା ପରବର୍ତ୍ତୀ ପିଢ଼ିର ମୋବାଇଲ ସଂଯୋଗ ପ୍ରଦାନ ଦିଗରେ ଏକ ଆଶାଜନକ ପରିବର୍ତ୍ତନକୁ ପ୍ରତିଫଳିତ କରୁଛି। ଗତ ୬ ମାସ ମଧ୍ୟରେ ରାଜ୍ୟର ଏୟାରଟେଲ ୫ଜି ଉପଭୋକ୍ତାଙ୍କ ସଂଖ୍ୟା ଉଲ୍ଲେଖନୀୟ ଭାବେ ବୃଦ୍ଧି ଘଟିଛି। କମ୍ପାନୀର ବିସ୍ତୃତ ନେଟୱର୍କ ନିୟୋଜନ ସହ ସମଗ୍ର ରାଜ୍ୟରେ କମ୍ପାନୀ ସେବାକୁ ପ୍ରଭାବଶାଳୀ ଭାବେ ବିସ୍ତାର କରିଛି, ଯାହା ଗ୍ରାହକମାନଙ୍କୁ ୫ଜି ଗ୍ରହଣ କରିବାର ପ୍ରକ୍ରିୟାକୁ ବହୁତ ସରଳ କରିଛି। ବିଏର ଓଡ଼ିଶା ସିଓଓ ଆର ବାଲାଜୀ ସିଂହ କହିଛନ୍ତି, ଓଡ଼ିଶାରେ ୫ଜି ସେବାକୁ ବ୍ୟାପକ ଭାବେ ଗ୍ରହଣ କରିବା ପାଇଁ ଆବଶ୍ୟକ ନେଟୱର୍କ ଭିତ୍ତିଭୂମି ନିର୍ମାଣ ଦିଗରେ ଆମେ ଉଲ୍ଲେଖନୀୟ ଅଗ୍ରଗତି କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

BSNLର ୩୩୬ ଦିନିଆ ପ୍ଲାନ୍‌, ଫେଲ୍‌ ମାରିବେ ଜିଓ, ଏୟାରଟେଲ୍‌

ନୂଆଦିଲ୍ଲୀ,୨୬।୦୭: ଖୁବ୍‌ଶୀଘ୍ର ଦେଶରେ ୪ଜି ସେବା ଲଞ୍ଚ୍‌ କରିବାକୁ ଯାଉଛି ଭାରତ ସଞ୍ଚାର ନିଗମ ବା ବିଏସ୍‌ଏନ୍‌ଏଲ୍‌ । ପ୍ରାଇଭେଟ୍‌ ଟେଲିକମ୍‌ କମ୍ପାନୀମାନଙ୍କୁ ଟକ୍କର ଦେବା...

ବଜେଟ ପରେ ନିର୍ମଳା ସୀତାରମଣଙ୍କ ବଡ଼ ପ୍ରତିକ୍ରିୟା: ‘ମୁଁ ମଧ୍ୟବିତ୍ତ ପରିବାରକୁ ରିହାତି ଦେବାକୁ ଚାହେଁ, କିନ୍ତୁ…’

ନୂଆଦିଲ୍ଲୀ,୨୬ା୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲଗାତାର ସପ୍ତମ ଥର ପାଇଁ ବଜେଟ ଉପସ୍ଥାପନା କରି ରେକର୍ଡ କରିଥିବା ବେଳେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଏକ...

ଆଜିଠୁୁ ଜିଓର ଫ୍ରିଡମ ଅଫର: ଜାଣନ୍ତୁ କ’ଣ ରହିଛି ସୁବିଧା

ନୂଆଦିଲ୍ଲୀ,୨୬।୭: ଦେଶର ପ୍ରମୁଖ ଘରୋଇ ଟେଲିକମ୍‌ ସେବା ପ୍ରଦାନକାରୀ ‘ଜିଓ’ର ବହୁ ପ୍ରତୀକ୍ଷିତ ସ୍କିମ୍‌ ‘ ଫ୍ରିଡମ ଅଫର’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି...

ପୁଣି କମିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ୱରରେ କେତେ…

ନୂଆଦିଲ୍ଲୀ,୨୫।୭: ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୦ ଟଙ୍କା କମି ୬୪,୯୪୦ ଟଙ୍କା ହୋଇଥିବା ବେଳେ ୨୪...

ସିଜିୟୁ ଅନ୍ତର୍ଜାତୀୟ ଛାତ୍ରୀଛାତ୍ରଙ୍କ ସ୍ନାତକୋତ୍ତର ଦିବସ

ଭୁବନେଶ୍ୱର, ୨୫।୭: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭୁବନେଶ୍ୱରର ସି.ଭି. ରମଣ ଗ୍ଲୋବାଲ ୟୁନିଭର୍ସିଟି (ସିଜିୟୁ)  ଅନ୍ତର୍ଜାତୀୟ ଛାତ୍ରୀଛାତ୍ରମାନଙ୍କର ସ୍ନାତକୋତ୍ତର ଦିବସ ନିକଟରେ ପାଳିତ...

ସୀମା ଶୁଳ୍କ ହ୍ରାସ ନିଷ୍ପତ୍ତିକୁ ଲାଲ୍‌ଚାନ୍ଦ୍‌ର ପ୍ରଶଂସା

ଭୁବନେଶ୍ୱର, ୨୫।୭: ଚଳିତ ଆର୍ଥିକ ବର୍ଷର କେନ୍ଦ୍ରୀୟ ବଜେଟରେ କେନ୍ଦ୍ର ସରକାର ସୁନା ଆମଦାନୀ ଶୁକ୍ଳ ହ୍ରାସ କରିଛନ୍ତି। ଏପରିକି ସୀମା ଶୁଳ୍କ ୧୫% ରୁ...

ବଜାରରେ ଅଲ୍‌ ନ୍ୟୁ ବିଏମ୍‌ଡବ୍ଲ୍ୟୁ ସିଇ ୦୪

ନୂଆଦିଲ୍ଲୀ,୨୫।୭: ଦେଶର ପ୍ରମୁଖ ପ୍ରିମିୟମ ବ୍ରାଣ୍ଡ୍‌ ତଥା ବିଏମ୍‌ଡବ୍ଲ୍ୟୁ ମୋଟୋରାଡ ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ବିଏମ୍‌ଡବ୍ଲ୍ୟୁ ସିଇ...

ଜିଏସ୍‌ଟି ସ୍ଲାବ୍‌ର ହୋଇପାରେ ସରଳୀକରଣ

ଭୁବନେଶ୍ୱର, ୨୫।୭(ଅନୁରାଧା ମହାରଣା): ଗୁଡ୍‌ ଆଣ୍ଡ ସର୍ଭିସ୍‌ ଟ୍ୟାକ୍ସ(ଜିଏସ୍‌ଟି) ସ୍ଲାବ୍‌ରେ ସରକାର ବଡ଼ ପରିବର୍ତ୍ତନ ଆଣିବାକୁ ପ୍ରସ୍ତୁତ ହେଉଛନ୍ତି। ଆଗାମୀ ଦିନରେ ଜିଏସ୍‌ଟି ଟ୍ୟାକ୍ସ ସ୍ଲାବ୍‌...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri