ଏନ୍‌ଏଲ୍‌ୟୁଓରେ ଆରମ୍ଭ ହେବ ବିଏ ସ୍ପେଶିଆଲାଇଜେଶନ ଡିଗ୍ରୀ

କଟକ ଅଫିସ, ୭।୮: ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ ଓଡ଼ିଶା (ଏନ୍‌ଏଲ୍‌ୟୁଓ) ପକ୍ଷରୁ ବିଏ ସ୍ପେଶିଆଲାଇଜେଶନ ଡିଗ୍ରୀ ପାଠ୍ୟକ୍ରମ ୨୦୨୨-୨୩ ଶିକ୍ଷାବର୍ଷରୁ ଆରମ୍ଭ ହେବାକୁ ଯାଉଛି। ଏହି ପାଠ୍ୟକ୍ରମକୁ ଜାତୀୟ ଶିକ୍ଷା ନୀତି (ଏନ୍‌ଇପି) ୨୦୨୦ର ନିୟମ ଅନୁସାରେ ପ୍ରସ୍ତୁତ କରାଯାଇଛି। ଏଥିସହ ‘ନିଯୁକ୍ତି ନିମନ୍ତେ ପ୍ରସ୍ତୁତ’ ପାଠ୍ୟକ୍ରମ ସାମିଲ କରିବାକୁ ପରାମର୍ଶ ଦିଆଯାଇଛି। ବିଏ ବିଶେଷଜ୍ଞତା ପାଠ୍ୟକ୍ରମରେ ୫ଟି ଷ୍ଟ୍ରିମ୍‌ ଯଥା ଲିଗାଲ କାଉନସେଲିଂ, ଲିଗାଲ ଜର୍ନାଲିଜିମ୍‌, ଆଡଭୋକେସି, ଲିଗାଲ ପ୍ରଫେଶନ ଆସିଷ୍ଟାଣ୍ଟସ୍‌ ଆଣ୍ଡ ଲ’ ଏବଂ ଏଣ୍ଟରପ୍ରେନ୍ୟୁରଶିପ୍‌ ରହିବ। ଏହି ପାଠ୍ୟକ୍ରମକୁ ରାଷ୍ଟ୍ରୀୟ କୌଶଳ ଯୋଗ୍ୟତା ଫ୍ରେମୱାର୍କ (ଏନ୍‌ଏସ୍‌କ୍ୟୁଏଫ୍‌)ର ମାନଦଣ୍ଡ ଅନୁସାରେ ଡିଜାଇନ କରାଯାଇଛି। ଏହି ବିଏ ଡିଗ୍ରୀ ପ୍ରୋଗ୍ରାମକୁ ଭୁବନେଶ୍ୱରସ୍ଥିତ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ସୋସିଆଲ ୱାର୍କ ଆଣ୍ଡ ସୋସିଆଲ ସାଇନ୍ସ ଏବଂ କଟକସ୍ଥିତ ଶ୍ରୀ ଶ୍ରୀ ୟୁନିଭର୍ସିଟି ମିଳିତ ସହଯୋଗରେ ପଢାଯିବ। ପାଠ୍ୟକ୍ରମ ନିମନ୍ତେ ମୋଟ ୫୦ ସିଟ୍‌ ରହିବ। ସରକାରୀ ଗାଇଡ୍‌ଲାଇନ ଅନୁସାରେ ସିଟ୍‌ ସଂରକ୍ଷଣ ରଖାଯିବ। ଏହି ପାଠ୍ୟକ୍ରମରେ ପ୍ରବେଶ ନିମନ୍ତେ କୌଣସି ବୟସ ସୀମା ରଖାଯାଇ ନାହିଁ ଏବଂ ଏହା ନିୟମିତ ବ୍ୟବସ୍ଥା ଅନୁସାରେ ଚାଲିବ। ବିଭିନ୍ନ ବିଷୟରେ ପଢାଇବା ପାଇଁ ବିଭିନ୍ନ କ୍ଷେତ୍ରର ବିଶେଷଜ୍ଞମାନଙ୍କୁ ଆମନ୍ତ୍ରିତ କରାଯିବ। ଏ ସମ୍ପର୍କିତ ସମସ୍ତ ବିବରଣୀ ଏନ୍‌ଏଲ୍‌ୟୁଓର ୱେବ୍‌ସାଇଟ୍‌ରେ ଉପଲବ୍ଧ ରହିଛି ବୋଲି ବିଶ୍ୱବିଦ୍ୟାଳୟ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri