ବରଗଡ଼ରେ ହେବ ବାଲ୍‌ ଧନୁଯାତ୍ରା

ମଥୁରାନଗରୀ,୬।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ସନ୍ଧ୍ୟାରୁ ଆରମ୍ଭ ହୋଇଛି। ଦୀର୍ଘ ୧୧ଦିନ ବ୍ୟାପୀ ଏହି ମହୋତ୍ସବ ଚାଲିବ। ତେବେ ଏହି ମହୋତ୍ସବ ଚାଲିଥିବା ବେଳେ ଜିଲା ଶିକ୍ଷା ବିଭାଗ ପକ୍ଷରୁ ଆଉ ଏକ ୩ଦିନିଆ ବାଲ୍‌ ଧନୁଯାତ୍ରା ହେବ। ଆସନ୍ତା ୯ତାରିଖରୁ ୧୧ତାରିଖ ପର୍ଯ୍ୟନ୍ତ ଏହା ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହେବ। ଏଥିରେ ଉକ୍ତ ବିଦ୍ୟାଳୟର ୩୨ ଛାତ୍ରୀ ବିଭିନ୍ନ ଚରିତ୍ରରେ ଅଭିନୟ କରିବେ। ସେମାନଙ୍କ ମଧ୍ୟରୁ ଛାତ୍ରୀ ବର୍ଷା ପଟେଲ କଂସ ଭୂମିକାରେ ଅଭିନୟ କରିବେ। ସେହିପରି ଧନୁଯାତ୍ରା ଭଳି ଉଗ୍ରସେନ, ଶ୍ରୀକୃଷ୍ଣ, ବଳରାମ, ଶ୍ରୀରାଧା ଆଦି ଚରିତ୍ର ଗୁଡ଼ିକରେ ମଧ୍ୟ ଉକ୍ତ ବିଦ୍ୟାଳୟର ଛାତ୍ରୀ ଅଭିନୟ କରିବେ। ଏହାସହିତ ଧନୁଯାତ୍ରା ଭଳି ଏଠାରେ ମଧ୍ୟ ରଙ୍ଗସଭା ଦୃଶ୍ୟାଭିନୟ ଅଭିନୀତ ହେବ ଏବଂ ଏଥିରେ ଜିଲା ଶିକ୍ଷା ବିଭାଗର ବିଭିନ୍ନ ପଦପଦବୀରେ ରହିଥିବା ୧୬ ଅଧିକାରୀ ଉପସ୍ଥିତ ରହିବେ।
ଏଥିପାଇଁ ବରଗଡ଼ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଛାତ୍ରୀମାନଙ୍କ ରିହର୍ସାଲ ଆରମ୍ଭ ହୋଇଯାଇଛି। ନାଟ୍ୟକାର ନକୁଳ ବାଦୀ ଏହାର ନିର୍ଦ୍ଦେଶନା ଦେଉଛନ୍ତି। ସେହିପରି ନୃତ୍ୟଗୁରୁ ଶଙ୍କର ପଟ୍ଟନାୟକ ନୃତ୍ୟ, ସଙ୍ଗୀତ ନିର୍ଦ୍ଦେଶନା ଦେଉଛନ୍ତି। କଂସ ଭୂମିକାରେ ଅଭିନୟ ପାଇଁ ମନୋନୀତ ଛାତ୍ରୀ ବର୍ଷା କହିଛନ୍ତି, ଦୃଶ୍ୟାଭିନୟ ପାଇଁ ସାର୍‌ମାନେ ଭଲ ଶିକ୍ଷା ଦେଉଛନ୍ତି। ଏହି କାର୍ଯ୍ୟକ୍ରମରେ କଂସ ଭୂମିକାରେ ଅଭିନୟ କରିବାର ସୁଯୋଗ ପାଇଥିବା ଯୋଗୁ ସେ ଗର୍ବିତ। ସେହିପରି ନିର୍ଦ୍ଦେଶକ ତଥା ନାଟ୍ୟକାର ବାଦୀ କହିଛନ୍ତି, ଜିଲା ଶିକ୍ଷାଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଏହି କାର୍ଯ୍ୟକ୍ରମ କରାଯାଉଛି। ଛାତ୍ରୀମାନଙ୍କ ମଧ୍ୟରେ ଥିବା ଅନ୍ତର୍ନିହିତ ପ୍ରତିଭାର ପରିପ୍ରକାଶ ସହିତ ବାଲ୍‌ ଧନୁଯାତ୍ରା ମାଧ୍ୟମରେ ବହୁକିଛି ଶିକ୍ଷଣୀୟ ବାର୍ତ୍ତା ଦେବା ଉକ୍ତ କାର୍ଯ୍ୟକ୍ରମର ମୂଳଲକ୍ଷ୍ୟ ରହିଛି। ସେହିପରି ନୃତ୍ୟଗୁରୁ ପଟ୍ଟନାୟକ କହିଛନ୍ତି, ଛାତ୍ରୀମାନଙ୍କ ମଧ୍ୟରେ ଅନ୍ତର୍ନିହିତ ଗୁଣାବଳୀ ଭରି ରହିଛି। ତାର ପରିପ୍ରକାଶ କରିବା ପାଇଁ ଜିଲା ଶିକ୍ଷା ବିଭାଗର ଏଭଳି ଉଦ୍ୟମ ସ୍ବାଗତଯୋଗ୍ୟ ପଦକ୍ଷେପ ବୋଲି ପଟ୍ଟନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ମା’ ରାମଚଣ୍ଡୀ ମହୋତ୍ସବର ଦ୍ୱିତୀୟ ସଂଧ୍ୟା: ଦର୍ଶକଙ୍କ ମନ ମୋହିଲା ପ୍ରିନ୍ସ ଡ୍ୟାନ୍ସ ଗ୍ରୁପ୍‌ର ନୃତ୍ୟ 

ଗଞ୍ଜାମ, ୭।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମ ନିକଟରେ ତିନିଦିନ ଧରି ହେବାକୁ ଥିବା ମାଁ ରାମଚଣ୍ଡୀ ମହୋତ୍ସବର ଶୁକ୍ରବାର ଶୁଭାରମ୍ଭ…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍‌ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA 

ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା…

ରଙ୍ଗାରଙ୍ଗ ଉଦ୍‌ଘାଟନୀରେ ଟି୨୦ ବିଶ୍ୱକପ୍‌ ଆରମ୍ଭ

ମୁମ୍ବାଇ, ୭ା୨: ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍‌ ଶନିବାର ସନ୍ଧ୍ୟାରେ ଓ୍ବାଙ୍ଖ୍‌ଡେ ଷ୍ଟାଡିୟମରେ ଏକ ରଙ୍ଗାରଙ୍ଗ ଉଦ୍‌ଘାଟନୀ ଉତ୍ସବ ସହ ଆରମ୍ଭ ହୋଇଛି। ଭାରତ ଓ ଆମେରିକା…

ଶ୍ରୀଲଙ୍କାର ବଡ଼ ଅନୁରୋଧ: ମ୍ୟାଚ୍‌ ବର୍ଜନ ଉପରେ ପୁନଃ ବିଚାର କରିପାରେ ପାକିସ୍ତାନ

କରାଚୀ,୭ା୨- ଆସନ୍ତା ୧୫ ତାରିଖରେ କଲମ୍ବୋରେ ଭାରତ ବିପକ୍ଷ ଟି୨୦ ମ୍ୟାଚ୍‌କୁ ବର୍ଜନ କରିବା ନିଷ୍ପତ୍ତି ଉପରେ ପାକିସ୍ତାନ ପୁନଃ ବିଚାର କରିପାରେ। ଭାରତ-ପାକିସ୍ତାନ ବହୁ ପ୍ରତିକ୍ଷିତ…

ଅଳିଆ ପକାଇବାକୁ ନେଇ ତୁମୁଳକାଣ୍ଡ: ଉତ୍ତେଜିତ ହୋଇ ମରଣାନ୍ତକ ଆକ୍ରମଣ

ଦିଗପହଣ୍ଡି,୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମର ସୀମାଞ୍ଚଳ ମହାପାତ୍ର(୨୪) ଙ୍କୁ ଶନିବାର ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି।ବୁଧବାର ସକାଳେ ଡ୍ରେନରେ…

ପ୍ରଧାନଶିକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଲେ ମହିଳା

ମୋରଡ଼ା,୭ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ନୂଆଗାଁସ୍ଥିତ ହରପ୍ରସାଦ ଶିକ୍ଷା ସଦନ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିଶୁ ସେବିକା ନିଯୁକ୍ତିରେ ଅନିୟମିତତା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri