ବରଗଡ଼ରେ ହେବ ବାଲ୍‌ ଧନୁଯାତ୍ରା

ମଥୁରାନଗରୀ,୬।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ସନ୍ଧ୍ୟାରୁ ଆରମ୍ଭ ହୋଇଛି। ଦୀର୍ଘ ୧୧ଦିନ ବ୍ୟାପୀ ଏହି ମହୋତ୍ସବ ଚାଲିବ। ତେବେ ଏହି ମହୋତ୍ସବ ଚାଲିଥିବା ବେଳେ ଜିଲା ଶିକ୍ଷା ବିଭାଗ ପକ୍ଷରୁ ଆଉ ଏକ ୩ଦିନିଆ ବାଲ୍‌ ଧନୁଯାତ୍ରା ହେବ। ଆସନ୍ତା ୯ତାରିଖରୁ ୧୧ତାରିଖ ପର୍ଯ୍ୟନ୍ତ ଏହା ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହେବ। ଏଥିରେ ଉକ୍ତ ବିଦ୍ୟାଳୟର ୩୨ ଛାତ୍ରୀ ବିଭିନ୍ନ ଚରିତ୍ରରେ ଅଭିନୟ କରିବେ। ସେମାନଙ୍କ ମଧ୍ୟରୁ ଛାତ୍ରୀ ବର୍ଷା ପଟେଲ କଂସ ଭୂମିକାରେ ଅଭିନୟ କରିବେ। ସେହିପରି ଧନୁଯାତ୍ରା ଭଳି ଉଗ୍ରସେନ, ଶ୍ରୀକୃଷ୍ଣ, ବଳରାମ, ଶ୍ରୀରାଧା ଆଦି ଚରିତ୍ର ଗୁଡ଼ିକରେ ମଧ୍ୟ ଉକ୍ତ ବିଦ୍ୟାଳୟର ଛାତ୍ରୀ ଅଭିନୟ କରିବେ। ଏହାସହିତ ଧନୁଯାତ୍ରା ଭଳି ଏଠାରେ ମଧ୍ୟ ରଙ୍ଗସଭା ଦୃଶ୍ୟାଭିନୟ ଅଭିନୀତ ହେବ ଏବଂ ଏଥିରେ ଜିଲା ଶିକ୍ଷା ବିଭାଗର ବିଭିନ୍ନ ପଦପଦବୀରେ ରହିଥିବା ୧୬ ଅଧିକାରୀ ଉପସ୍ଥିତ ରହିବେ।
ଏଥିପାଇଁ ବରଗଡ଼ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଛାତ୍ରୀମାନଙ୍କ ରିହର୍ସାଲ ଆରମ୍ଭ ହୋଇଯାଇଛି। ନାଟ୍ୟକାର ନକୁଳ ବାଦୀ ଏହାର ନିର୍ଦ୍ଦେଶନା ଦେଉଛନ୍ତି। ସେହିପରି ନୃତ୍ୟଗୁରୁ ଶଙ୍କର ପଟ୍ଟନାୟକ ନୃତ୍ୟ, ସଙ୍ଗୀତ ନିର୍ଦ୍ଦେଶନା ଦେଉଛନ୍ତି। କଂସ ଭୂମିକାରେ ଅଭିନୟ ପାଇଁ ମନୋନୀତ ଛାତ୍ରୀ ବର୍ଷା କହିଛନ୍ତି, ଦୃଶ୍ୟାଭିନୟ ପାଇଁ ସାର୍‌ମାନେ ଭଲ ଶିକ୍ଷା ଦେଉଛନ୍ତି। ଏହି କାର୍ଯ୍ୟକ୍ରମରେ କଂସ ଭୂମିକାରେ ଅଭିନୟ କରିବାର ସୁଯୋଗ ପାଇଥିବା ଯୋଗୁ ସେ ଗର୍ବିତ। ସେହିପରି ନିର୍ଦ୍ଦେଶକ ତଥା ନାଟ୍ୟକାର ବାଦୀ କହିଛନ୍ତି, ଜିଲା ଶିକ୍ଷାଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଏହି କାର୍ଯ୍ୟକ୍ରମ କରାଯାଉଛି। ଛାତ୍ରୀମାନଙ୍କ ମଧ୍ୟରେ ଥିବା ଅନ୍ତର୍ନିହିତ ପ୍ରତିଭାର ପରିପ୍ରକାଶ ସହିତ ବାଲ୍‌ ଧନୁଯାତ୍ରା ମାଧ୍ୟମରେ ବହୁକିଛି ଶିକ୍ଷଣୀୟ ବାର୍ତ୍ତା ଦେବା ଉକ୍ତ କାର୍ଯ୍ୟକ୍ରମର ମୂଳଲକ୍ଷ୍ୟ ରହିଛି। ସେହିପରି ନୃତ୍ୟଗୁରୁ ପଟ୍ଟନାୟକ କହିଛନ୍ତି, ଛାତ୍ରୀମାନଙ୍କ ମଧ୍ୟରେ ଅନ୍ତର୍ନିହିତ ଗୁଣାବଳୀ ଭରି ରହିଛି। ତାର ପରିପ୍ରକାଶ କରିବା ପାଇଁ ଜିଲା ଶିକ୍ଷା ବିଭାଗର ଏଭଳି ଉଦ୍ୟମ ସ୍ବାଗତଯୋଗ୍ୟ ପଦକ୍ଷେପ ବୋଲି ପଟ୍ଟନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ...

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri