ବାବା ଆଖଣ୍ଡଳମଣୀଙ୍କ ନୀତିକାନ୍ତି, ଜାଣନ୍ତୁ କେତେବେଳେ ଉଠିବ ମହାଦୀପ

ଆରଡ଼ି,୨୮।୨(ଡି.ଏନ୍‌.ଏ.): ବାବା ଆଖଣ୍ଡଳମଣୀଙ୍କ ପୀଠରେ ମଙ୍ଗଳବାର ଜାଗର ଯାତ୍ରା ଅନୁଷ୍ଠିତ ହେବ। ବାବାଙ୍କ ନୀତିକାନ୍ତି ଓ ମହାଦୀପ ଉଠିବା ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ଚୂଡ଼ାନ୍ତ ଚିଠା ପ୍ରକାଶ ପାଇଛି ।
ମଙ୍ଗଳବାର ଭୋର ୪ଟାରେ ବାବାଙ୍କ ମଙ୍ଗଳବାର ଆଳତି ହେବ । ୪ଟା ୩୦ ମିନିଟ୍‌ରେ କନିକା ରାଜାଙ୍କର ପହିଲି ଘର୍ଷଣଲାଗି ହେବ । ସକାଳ ୫ଟାରେ ପାଳିଆ ସେବାୟତଙ୍କ ପକ୍ଷରୁ ଖେଚୁଡ଼ି ଅନ୍ନନୀତି ଭୋଗ ଲାଗି ହେବ । ସକାଳ ୫ଟାରୁ ୧୧ଟା ପର୍ଯ୍ୟନ୍ତ ସର୍ବସାଧାରଣ ବାବାଙ୍କ ଦର୍ଶନ କରିପାରିବେ ।
ସା ୬ଟାରେ ପ୍ରଥମ ପ୍ରହର ଘର୍ଷଣଲାଗି, ଜଳାଭିଷେକ, ପଞ୍ଚ ଉପଚାର ପୂଜା କରାଯିବ । ସା ୮ଟାରେ ଦ୍ବିତୀୟ ପ୍ରହର ଘର୍ଷଣଲାଗି, ଜଳାଭିଷାକ, ମଧୁସ୍ନାନ, ପଞ୍ଚ ଉପଚାର ପୂଜା ନୀତି ସମ୍ପନ୍ନ ହେବ । ରାତି ୧୦ଟାରେ ତୃତୀୟ ପ୍ରହର ଘର୍ଷଣଲାଗି, ଜଳାଭିଷେକ, ଦୁଗ୍ଧସ୍ନାନ, ପଞ୍ଚ ଉପଚାର ରୀତି ହେବ । ସେହିପରି ରାତି ୧୧ଟାରେ ବାବାଙ୍କ ଚତୁର୍ଥ ପ୍ରହର ପୂଜା, ଘୃତସ୍ନାନ, ଘର୍ଷଣଲାଗି, ୧୦୮ କଳସ ଜଳଲାଗି, ପଞ୍ଚ ଉପଚାର ପୂଜା ସମ୍ପନ୍ନ ହେବ ।
ରାତି ୧୨ଟାରେ ମଣିବାବାଙ୍କ ସୁନାବେଶ ଆରମ୍ଭ ହେବ । ରାତି ଗୋଟାଏ ୩୦ରେ ବାବାଙ୍କ ସୁନାବେଶ ସମ୍ପନ୍ନ ଓ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ । ରାତି ୨ଟାରେ ମହାଦୀପ ପ୍ରସ୍ତୁତି ହେବ । ରାତି ୩ଟା ୧୫ ମିନିଟରେ ମହାଦୀପ ଷୋଡଶ ଉପଚାରରେ ପୂଜା ପ୍ରତିଷ୍ଠା, ଅଗ୍ନି ସଂଯୋଗ, ଯଜ୍ଞ ଆରମ୍ଭ । ଭୋର ୪ଟାରେ ମହାଦୀପ ବେଢା ପରିକ୍ରମା କରିବ । ଭୋର ୪ଟା ୩୦ରୁ ୫ଟା ମଧ୍ୟରେ ମହାଦୀପ ମନ୍ଦିର ଚୂଡ଼ାରେ ସ୍ଥାପନ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri