ବାବା ଆଖଣ୍ଡଳମଣୀଙ୍କ ନୀତିକାନ୍ତି, ଜାଣନ୍ତୁ କେତେବେଳେ ଉଠିବ ମହାଦୀପ

ଆରଡ଼ି,୨୮।୨(ଡି.ଏନ୍‌.ଏ.): ବାବା ଆଖଣ୍ଡଳମଣୀଙ୍କ ପୀଠରେ ମଙ୍ଗଳବାର ଜାଗର ଯାତ୍ରା ଅନୁଷ୍ଠିତ ହେବ। ବାବାଙ୍କ ନୀତିକାନ୍ତି ଓ ମହାଦୀପ ଉଠିବା ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ଚୂଡ଼ାନ୍ତ ଚିଠା ପ୍ରକାଶ ପାଇଛି ।
ମଙ୍ଗଳବାର ଭୋର ୪ଟାରେ ବାବାଙ୍କ ମଙ୍ଗଳବାର ଆଳତି ହେବ । ୪ଟା ୩୦ ମିନିଟ୍‌ରେ କନିକା ରାଜାଙ୍କର ପହିଲି ଘର୍ଷଣଲାଗି ହେବ । ସକାଳ ୫ଟାରେ ପାଳିଆ ସେବାୟତଙ୍କ ପକ୍ଷରୁ ଖେଚୁଡ଼ି ଅନ୍ନନୀତି ଭୋଗ ଲାଗି ହେବ । ସକାଳ ୫ଟାରୁ ୧୧ଟା ପର୍ଯ୍ୟନ୍ତ ସର୍ବସାଧାରଣ ବାବାଙ୍କ ଦର୍ଶନ କରିପାରିବେ ।
ସା ୬ଟାରେ ପ୍ରଥମ ପ୍ରହର ଘର୍ଷଣଲାଗି, ଜଳାଭିଷେକ, ପଞ୍ଚ ଉପଚାର ପୂଜା କରାଯିବ । ସା ୮ଟାରେ ଦ୍ବିତୀୟ ପ୍ରହର ଘର୍ଷଣଲାଗି, ଜଳାଭିଷାକ, ମଧୁସ୍ନାନ, ପଞ୍ଚ ଉପଚାର ପୂଜା ନୀତି ସମ୍ପନ୍ନ ହେବ । ରାତି ୧୦ଟାରେ ତୃତୀୟ ପ୍ରହର ଘର୍ଷଣଲାଗି, ଜଳାଭିଷେକ, ଦୁଗ୍ଧସ୍ନାନ, ପଞ୍ଚ ଉପଚାର ରୀତି ହେବ । ସେହିପରି ରାତି ୧୧ଟାରେ ବାବାଙ୍କ ଚତୁର୍ଥ ପ୍ରହର ପୂଜା, ଘୃତସ୍ନାନ, ଘର୍ଷଣଲାଗି, ୧୦୮ କଳସ ଜଳଲାଗି, ପଞ୍ଚ ଉପଚାର ପୂଜା ସମ୍ପନ୍ନ ହେବ ।
ରାତି ୧୨ଟାରେ ମଣିବାବାଙ୍କ ସୁନାବେଶ ଆରମ୍ଭ ହେବ । ରାତି ଗୋଟାଏ ୩୦ରେ ବାବାଙ୍କ ସୁନାବେଶ ସମ୍ପନ୍ନ ଓ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ । ରାତି ୨ଟାରେ ମହାଦୀପ ପ୍ରସ୍ତୁତି ହେବ । ରାତି ୩ଟା ୧୫ ମିନିଟରେ ମହାଦୀପ ଷୋଡଶ ଉପଚାରରେ ପୂଜା ପ୍ରତିଷ୍ଠା, ଅଗ୍ନି ସଂଯୋଗ, ଯଜ୍ଞ ଆରମ୍ଭ । ଭୋର ୪ଟାରେ ମହାଦୀପ ବେଢା ପରିକ୍ରମା କରିବ । ଭୋର ୪ଟା ୩୦ରୁ ୫ଟା ମଧ୍ୟରେ ମହାଦୀପ ମନ୍ଦିର ଚୂଡ଼ାରେ ସ୍ଥାପନ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri