Posted inUncategorized

ପୁଣି କାନ୍ଦିଲେ ବାବା

ସୋସିଆଲ ମିଡିଆରେ ଦିଲ୍ଲୀର ‘ବାବା କା ଢାବା’ର ମାଲିକ କାନ୍ତା ପ୍ରସାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ଏବେ ନିଜ ଜୀବନ ଜୀବନ ବଞ୍ଚାଇବା ପ୍ରାର୍ଥନା କରିଛନ୍ତି। ସେ ଏତେ ଭୟରେ ଅଛନ୍ତି ଯେ ଘରୁ ବାହାରକୁ ଯିବାକୁ ଡରୁଛନ୍ତି। ବାବା ଅଭିଯୋଗ କରିଛନ୍ତି ଯେ ତାଙ୍କ ଢାବା ଜାଳିଦେବାକୁ ଧମକ ଦେଉଛନ୍ତି। ହଠାତ୍‌ ଖ୍ୟାତି ଯୋଗୁ ଅନେକ ଲୋକ ତାଙ୍କ ସଫଳତା ସହି ପାରୁନାହାନ୍ତି, ଇର୍ଷା କରୁଛନ୍ତି ବୋଲି ବାବା କହିଛନ୍ତି। ଯଦିଓ ବାବାଙ୍କ ପୂର୍ବରୁ କାହା ସହିତ କୌଣସି ପ୍ରତିଦ୍ୱନ୍ଦ୍ୱିତା କିମ୍ବା ଝଗଡା ନ ଥିଲା, କିନ୍ତୁ ଗତ କିଛି ଦିନ ହେବ ଫୋନରେ ବାବାଙ୍କ ନିକଟକୁ ଧମକ ଆସିବାକୁ ଲାଗିଛି। ବାବାଙ୍କ ଢାବାକୁ ଜାଳିଦେବାକୁ ମଧ୍ୟ ଧମକ ଦିଆଯାଇଛି। ଲଗାତାର ଧମକ ଯୋଗୁ ବାବା ସ୍ଥାନୀୟ ପୋଲିସ ଷ୍ଟେଶନରେ ଅଭିଯୋଗ କରିଛନ୍ତି। ପୋଲିସ ଏପର୍ଯ୍ୟନ୍ତ ଏଫଆଇଆର୍‌ ଦାଖଲ କରି ନ ଥିଲେ ମଧ୍ୟ ଅଭିଯୋଗ ଆଧାରରେ ତଦନ୍ତ ଆରମ୍ଭ କରିଛି। ସୂଚନାଯୋଗ୍ୟ, କାନ୍ତା ପ୍ରସାଦଙ୍କ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ବାବାଙ୍କୁ ହିଟ କରିଥିବା ୟୁଟ୍ୟୁବର ଗୌରବ ଓ୍ବାସନ ତାଙ୍କୁ ରାତାରାତି ଷ୍ଟାର୍‌ କରିଦେଇଥିଲେ। କିନ୍ତୁ ପରବର୍ତ୍ତୀ ମୂହୁର୍ତ୍ତରେ ବାବା ଗୌରବ ତାଙ୍କଠାରୁ ଟଙ୍କା ନେଇ ଯାଇଥିବା ଅଭିଯୋଗ କରିଥିଲେ। କିନ୍ତୁ ଗୌରବ ତାଙ୍କ ବିରୋଧରେ ଆସିଥିବା ସମସ୍ତ ଅଭିଯୋଗ ମିଥ୍ୟା ଅଟେ। କେହି କେହି ବାବାଙ୍କୁ ବିଭ୍ରାନ୍ତ କରୁଛନ୍ତି, ମୋତେ ଉଦ୍ଦେଶ୍ୟମୂଳକ ଭାବେ ବାହାର କରାଯାଇଛି, ପୋଲିସ ବର୍ତ୍ତମାନ ଏହି ଘଟଣାର ସତ୍ୟତା ପ୍ରକାଶ କରିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଯଦି ଇଥାନଲ ନଥାନ୍ତା, ତେବେ ପେଟ୍ରୋଲ ଲିଟର ପିଛା ୧୨୫ ଟଙ୍କାରେ ବିକ୍ରି ହେଉଥାନ୍ତା’: E-20 ଇନ୍ଧନକୁ ନେଇ ସଂସଦରେ ସରକାରଙ୍କ ଦାବି

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ସଂସଦରେ ପେଟ୍ରୋଲରେ ଇଥାନଲ ମିଶ୍ରଣ ନୀତିକୁ ଦୃଢ଼ ଭାବରେ ସମର୍ଥନ କରିଛନ୍ତି। ସରକାର ସ୍ପଷ୍ଟ କରିଛନ୍ତି ଯେ ଯଦି ଏହି ପଦକ୍ଷେପ ନିଆଯାଇ…

ବୈତରଣୀରେ ବ୍ୟାରେଜ ନିର୍ମାଣ ନେଇ ନୂଆପଡ଼ାରେ ସ୍ଥିତି ଅନୁଧ୍ୟାନ କଲେ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ

ପାଟଣା,୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତର ନୂଆପଡ଼ାଠାରେ ବୈତରଣୀ ନଦୀ ଉପରେ ବ୍ୟାରେଜ ନିର୍ମାଣ ଦାବିକୁ ନେଇ ସରକାରୀ ପଦକ୍ଷେପ ଆଗକୁ ବଢ଼ିଛି।…

Odisha Floods: ବନ୍ୟା କ୍ଷୟକ୍ଷତିର ରିପୋର୍ଟ ୩ ଦିନ ମଧ୍ୟରେ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୧।୮: ରାଜ୍ୟର ବିଭିନ୍ନ ଜିଲାରେ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତି ଯୋଗୁ ହୋଇଥିବା କ୍ଷୟକ୍ଷତିର ଆକଳନ ପାଇଁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ…

ହଠାତ ସ୍ଥଗିତ ରହିଲା ଟାଟା ଇନଷ୍ଟିଚ୍ୟୁଟରେ ଥିବା ସମାବର୍ତ୍ତନ ଉତ୍ସବ; ମୁଖ୍ୟ ବିଚାରପତି ଥିଲେ ମୁଖ୍ୟ ଅତିଥି, ଜାଣନ୍ତୁ ଏହାର କାରଣ

ମୁମ୍ବାଇ,୧।୮: ମୁମ୍ବାଇର ଟାଟା ସାମାଜିକ ବିଜ୍ଞାନ ପ୍ରତିଷ୍ଠାନ ବା ଟାଟା ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନସେସ୍‌ (TISS) ଅଗଷ୍ଟ ୨ରେ ହେବାକୁ ଥିବା ୮୬ତମ ସମାବର୍ତ୍ତନ ଉତ୍ସବକୁ…

ସମ୍ବଲପୁରୀ ଭାଷାକୁ ମାନ୍ୟତା ଦାବିରେ ଆମରଣ ଅନଶନକୁ ଓହ୍ଲାଇଲେ କୋଶଳ ସଂଗ୍ରାମୀ

ବରଗଡ଼,୧ା୮(ପ୍ରେମାନନ୍ଦ ଖମାରୀ): ଆଜି ସମ୍ବଲପୁରୀ ଦିନ। ଏହି ପରିପ୍ରେକ୍ଷୀରେ ପଶ୍ଚିମ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ପୁରପଲ୍ଲୀରେ ସମ୍ବଲପୁରୀ ପୋଷାକ ପରିଧାନ ସହିତ ନାଚଗୀତ, ସଭା, ସମିତି…

ଚାଉଳ ବଣ୍ଟନ ସମସ୍ୟା ନେଇ ବଡ଼ କଥା କହିଲେ ମନ୍ତ୍ରୀ, ଏଣିକି….

ଭୁବନେଶ୍ୱର, ୧।୮: ରାଜ୍ୟରେ ସରକାରୀ ଚାଉଳ ବଣ୍ଟନକୁ ନେଇ କୌଣସି ସମସ୍ୟା ନଥିବା ସ୍ପଷ୍ଟ କରିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ଚାଉଳ ବଣ୍ଟନକୁ…

ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ; ରାଷ୍ଟ୍ରପତି ଦେଲେ ଅନୁମୋଦନ

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ଦେଶବ୍ୟାପୀ ପ୍ରତିଯୋଗିତାମୂଳକ ପରୀକ୍ଷାଗୁଡ଼ିକୁ ପେପର ଲିକ, ଠକେଇ ଏବଂ ଅନ୍ୟାନ୍ୟ ଅନିୟମିତତା ମୁକ୍ତ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ‘ସାର୍ବଜନୀନ…

ଜାରକା ପୋଲିସ ବିଟ୍‌ ହାଉସ୍‌ ଛାତରୁ ଗଳୁଛି ପାଣି, ଭାଙ୍ଗିପଡ଼ିଛି ନାମଫଳକ

ଧର୍ମଶାଳା,୧ା୮(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧିନସ୍ଥ ଜାରକା ପୋଲିସ ବିଟ୍‌ ହାଉସ୍‌ (ଫାଣ୍ଡି) ବର୍ତ୍ତମାନ ବିଭିନ୍ନ ଅବ୍ୟବସ୍ଥା ମଧ୍ୟରେ ଘେରି ରହିଛି। ବର୍ଷା ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri