ବାବା ଖଣ୍ଡୁଆଳଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ: ଯୋଗଦେଲେ ଲାଞ୍ଜିଗଡ ବିଧାୟକଙ୍କ ସହ…

ଥୁଆମୂଳ ରାମପୁର, ୨୮।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳ ଆମ୍ବପଦର ଗ୍ରାମପଞ୍ଚାୟତ ସ୍ଥିତ ଚୁଲବାଡି ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଗ୍ରାମ୍ୟ ଦେବତା ବାବା ଖଣ୍ଡୁଆଳ ଦେବଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ ବୁଧବାର ମହାସମାରୋହରେ ସମ୍ପନ୍ନ ହୋଇଯାଇଛି। ଉତ୍କଳମଣି ଗୋପବନ୍ଧୁ ଦାସ ଯୁବ ସଂଘ ଏବଂ ଗ୍ରାମ କମିଟିର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅଞ୍ଚଳର ଶତାଧିକ ଶ୍ରଦ୍ଧାଳୁ ଯୋଗଦେଇ ବାବାଙ୍କ ଆଶୀର୍ବାଦ ଭିକ୍ଷା କରିଥିଲେ।

ସୂଚନାଯୋଗ୍ୟ, ପୂର୍ବରୁ ଗ୍ରାମବାସୀମାନେ ଏକ ଶିଳାଖଣ୍ଡକୁ ବାବା ଖଣ୍ଡୁଆଳ ରୂପେ ଭକ୍ତିର ସହ ପୂଜାର୍ଚ୍ଚନା କରିଆସୁଥିଲେ। ମାତ୍ର ଚଳିତ ବର୍ଷ ଗ୍ରାମର ସ୍ୱେଚ୍ଛାସେବୀ ଯୁବକ ଓ ଗ୍ରାମବାସୀଙ୍କ ମିଳିତ ଉଦ୍ୟମ ତଥା ନିଜସ୍ୱ ଅର୍ଥ ସଂଗ୍ରହରେ ବାବାଙ୍କ ପାଇଁ ଏକ ସୁଦୃଶ୍ୟ ମନ୍ଦିର ନିର୍ମାଣ କରାଯାଇଛି। ଗ୍ରାମରେ ପ୍ରଥମ ଥର ପାଇଁ ଏଭଳି ଭବ୍ୟ ଉତ୍ସବ ଓ ପ୍ରତିଷ୍ଠା ଯାତ୍ରା ଆୟୋଜିତ ହୋଇଥିବାରୁ ସମଗ୍ର ଅଞ୍ଚଳରେ ଏବେ ଉତ୍ସାହର ମାହୋଲ। ଏହି ଅବସରରେ ଆୟୋଜିତ ସାଧାରଣ ସଭାରେ ଲାଞ୍ଜିଗଡ ବିଧାୟକ ପ୍ରଦୀପ କୁମାର ଦିଶାରୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମନ୍ଦିର ପ୍ରତିଷ୍ଠାକୁ ଶୁଭେଚ୍ଛା ଜଣାଇବା ସହ ଆଧ୍ୟାତ୍ମିକତା ମାଧ୍ୟମରେ ସାମାଜିକ ଏକତା ଓ ଭାଇଚାରା ଉପରେ ଗୁରୁତ୍ୱାରୋପ କରିଥିଲେ। ଅନ୍ୟତମ ସମ୍ମାନିତ ଅତିଥି ଭାବେ ସାଂସଦ ବ୍ଲକ ପ୍ରତିନିଧି ପବିତ୍ର ନାଏକ, ବ୍ଲକ ଚେୟାରମ୍ୟାନ ତଥା ସ୍ଥାନୀୟ ସମିତି ସଭ୍ୟ ଦୟାନିଧି ମାଝୀ, ବିଧାୟକ ପ୍ରତିନିଧି ମାଣିକ୍ୟ ଚନ୍ଦ୍ର ନାଏକ, ଭାଜପା ଲାଞ୍ଜିଗଡ ପ୍ରଭାରୀ ବିଷ୍ଣୁ ନାଏକ, ବିଜେଡି ସାଧାରଣ ସମ୍ପାଦକ କୃଷ୍ଣ ଚନ୍ଦ୍ର ନାଏକ, ବିଜେଡି ବ୍ଲକ ଯୁବ ସଭାପତି ପ୍ରଦୀପ କୁମାର ନାଏକ ଏବଂ ଭାଜପା ନେତା ବାଜ୍ରା ଭୋଇ ପ୍ରମୁଖ ଉପସ୍ଥିତ ରହିଥିଲେ। କମିଟି ସଦସ୍ୟ ବିରେନ୍ଦ୍ର ବାଗ ମଞ୍ଚ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମ ଶେଷରେ ସାଂସ୍କୃତିକ ପ୍ରତିଯୋଗିତାର କୃତୀ ବିଜେତାମାନଙ୍କୁ ଅତିଥିମାନଙ୍କ ଦ୍ୱାରା ଟ୍ରଫି ସହ ଅର୍ଥରାଶି ପ୍ରଦାନ କରାଯାଇ ପୁରସ୍କୃତ କରାଯାଇଥିଲା।

ମନୋରଞ୍ଜନ ନିମନ୍ତେ ଏକ ମେଗା ଡାନ୍ସ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ଅଞ୍ଚଳର ପ୍ରାୟ ୨୮ଟି ନୃତ୍ୟ ଦଳ ଅଂଶଗ୍ରହଣ କରିଥିଲେ। ଅନିଲ କୁମାର ନାୟକ କାର୍ଯ୍ୟକ୍ରମର ସଂଯୋଜନା କରିଥିବା ବେଳେ ବିରେନ୍ଦ୍ର ବାଗ, ତ୍ରିଲୋଚନ ନାଏକ, ମନୋଜ କୁମାର ମହାନନ୍ଦ ଓ ଶ୍ରୀଚନ୍ଦନ ନାଏକ ବିଚାରକ ମଣ୍ଡଳୀ ଦାୟିତ୍ୱ ତୁଲାଇଥିଲେ।
ସ୍ଥାନୀୟ ସରପଞ୍ଚ ପ୍ରକାଶ ମାଝୀ ସମଗ୍ର ଉତ୍ସବର ପ୍ରତ୍ୟକ୍ଷ ତଦାରଖ କରିଥିବା ବେଳେ ଉତ୍ସବ ପାଳନ କମିଟି ସଭାପତି ବୈକୁଣ୍ଠ ବାଗଙ୍କ ନେତୃତ୍ୱରେ ଯୁବ ସାମ୍ବାଦିକ ମହେଶ୍ୱର ବାଗ, ସାନୁର୍ଯ୍ୟ ରାଉତ୍, ଜିତେନ୍ଦ୍ର ମାଝୀ, ମନୋରଞ୍ଜନ ବାଗ, ଅନ୍ତ ପ୍ରଧାନୀ, ଜଗତ୍ରାମ ମାଝୀ, ସଞ୍ଜୀବ ମାଝୀ ଓ ଆରୁଞ୍ଜନ ସାହୁ ପ୍ରମୁଖ ସକ୍ରିୟ ସହଯୋଗ କରିଥିଲେ। ବାବାଙ୍କ ପାରମ୍ପରିକ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା ଓ ବଳି ପ୍ରଥା ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ ହୋଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ଝଗଡ଼ପଲ୍ଲୀକୁ ହରାଇ ଗୋକର୍ଣ୍ଣପୁର ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଖମାରିଗାଁ ପଞ୍ଚାୟତ ଅଧୀନ ଗୋଲଣ୍ଡା ଗ୍ରାମରେ ଚାଲିଥିବା ବୃନ୍ଦାବନ ଚନ୍ଦ୍ର କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି ।…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri