Posted inଜାତୀୟ

କଙ୍ଗନାଙ୍କୁ ରକ୍ଷାବନ୍ଧନର ବିଶେଷ ଉପହାର ପଠାଇଲେ ବାବା ରାମଦେବ, ଜାଣନ୍ତୁ କ’ଣ ଦେଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨୮।୮: ରାଜନୈତିକ ଓ ସାର୍ବଜନୀନ ଜୀବନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିବାଦ ମଧ୍ୟରେ ସଂଳାପର ଆବଶ୍ୟକତା ଉପରେ ବଡ଼ ବାର୍ତ୍ତା ଦେଇଛନ୍ତି ଯୋଗଗୁରୁ ବାବା ରାମଦେବ। ହରିଦ୍ୱାରରେ ସେ ଅଭିନେତ୍ରୀ ତଥା ସାଂସଦ କଙ୍ଗନା ରଣାୱତଙ୍କୁ ନିଜ ‘ଭଉଣୀ’ ବୋଲି ସମ୍ବୋଧନ କରି ତାଙ୍କ ପାଇଁ ଡାକ ଯୋଗେ ମିଠା ଓ ଉପହାର ପଠାଇଥିବା କହିଛନ୍ତି।

ବାବା ରାମଦେବ ସ୍ପଷ୍ଟ ଭାବେ କହିଛନ୍ତି ଯେ ଦେଶରେ କୌଣସି କାରଣରୁ ଘୃଣା କିମ୍ବା ପରସ୍ପର ପ୍ରତି ଶତ୍ରୁତାର ଭାବନା ରହିବା ଉଚିତ୍‌ ନୁହେଁ। କଙ୍ଗନାଙ୍କ ସହ ମତଭେଦକୁ ଆଲୋଚନା ମାଧ୍ୟମରେ ଶେଷ କରିବାର ଏହା ଏକ ପ୍ରୟାସ ବୋଲି ତାଙ୍କ ବୟାନରୁ ସଙ୍କେତ ମିଳିଛି।

ରାମଦେବ କହିଛନ୍ତି, ଭଉଣୀ କଙ୍ଗନା ରଣାୱତଙ୍କୁ ଗିଫ୍ଟ ଓ ମିଠା ଆମେ ଡାକ ଯୋଗେ ପଠାଉଛୁ। କୌଣସି କାରଣରୁ ଦେଶରେ ଘୃଣା ରହିବା ଉଚିତ୍‌ ନୁହେଁ କିମ୍ବା ପରସ୍ପର ପ୍ରତି ବୈର ଭାବନା ରହିବା ଉଚିତ୍‌ ନୁହେଁ।

ସେ ଆହୁରି କହିଛନ୍ତି ଯେ ଗତ କିଛି ଦିନ ଧରି ସ୍ବାମୀ ରାମଦେବ ଓ କଙ୍ଗନାଙ୍କ ମଧ୍ୟରେ କୌଣସି ବିବାଦ ହୋଇଛି କି ନାହିଁ, ତାହାକୁ ନେଇ ଚର୍ଚ୍ଚା ହେଉଥିଲା। ଏହି ବିବାଦକୁ ସଂଳାପ ମାଧ୍ୟମରେ ଶେଷ କରିବା ଦରକାର ବୋଲି ସେ କହିଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଜି କମିଛି ସୁନା ଦର! ରୁପା ଦରରେ ବି ବଡ଼ ପରିବର୍ତ୍ତନ; ଚେକ୍ କରନ୍ତୁ ନୂଆ ମୂଲ୍ୟ…

ରାଖୀ ପୂର୍ଣ୍ଣିମା ଅବସରରେ ସୁନା ଓ ରୁପା ଦରକୁ ନେଇ ଆସିଲା ବଡ଼ ଖବର। କାଲି ଅପେକ୍ଷା ଆଜି କମିଛି ସୁନା ଦର। କିଣିବା ପୂର୍ବରୁ ଏଠାରେ…

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

ଭାଗ୍ୟ ବଦଳାଇବ ସୂର୍ଯ୍ୟଙ୍କ ମହାଗୋଚର! ସେପ୍ଟେମ୍ବରରୁ ଏହି ୩ ରାଶିଙ୍କୁ ମିଳିବ ବଡ଼ ଫାଇଦା! କ୍ୟାରିୟରରୁ ବ୍ୟବସାୟ ଯାଏ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ମହାଗୋଚର କରିବେ। ସିଂହ ରାଶିରେ ନିଜ ଯାତ୍ରା ଶେଷ କରି ସୂର୍ଯ୍ୟ କନ୍ୟା ରାଶିରେ ପ୍ରବେଶ କରିବେ।…

ମ୍ୟୁଟେଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି

ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି…

ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ

କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ…

ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି

କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା…

ବିଧାନସଭାର ପୁରୁଣା ପରମ୍ପରା ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ବିଜୟ: କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ

ଚେନ୍ନାଇ,୨୮।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ବିଜୟ ଗୁରୁବାର ବିଧାନସଭାରେ ଏକ ପୁରୁଣା ପରମ୍ପରା ଭାଙ୍ଗି ଚର୍ଚ୍ଚାକୁ ଆସିଛନ୍ତି। ବିଧାନସଭାର ଅପରାହ୍ନ ଅଧିବେଶନ ସମୟରେ ସେ ନିଜ ପାଇଁ ନିର୍ଦ୍ଧାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri