ବାବା ଶଗଡେଶ୍ୱରଙ୍କ ପୀଠରେ ଗଣ୍ଠିଲି ଫିଟା ଓ ଥାଳଉଠା ନୀତି

ଜମନକିରା,୨୪ା୪(ଡି.ଏନ.ଏ.): ଶୀତଳଷଷ୍ଠୀ ପୂଜା ପାଇଁ ଜମନକିରା ବ୍ଲକ ଡିମିରିମୁଣ୍ଡା ପଞ୍ଚାୟତସ୍ଥିତ ବାବା ଶଗଡେଶ୍ୱର ପୀଠରେ ଗଣ୍ଠିଲି ଫିଟା ଓ ଥାଳ ଉଠା କାର୍ଯ୍ୟକ୍ରମ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବ ବର୍ଷରେ ପିତାମାତା ହୋଇଥିବା ଅଜୟ ବେହେରା ଓ ସହଧର୍ମିଣୀ କାଦମ୍ବିନୀ ବେହେରା ଗଣ୍ଠିଲି ଫିଟାଇଥିଲେ। ଚଳିତ ବର୍ଷ ମାତା ପାର୍ବତୀ ପିତାମାତା ଭାବେ ରଞ୍ଜନ କୁମାର ପଣ୍ଡା ଓ ସହଧର୍ମିଣୀ ମୋନାଲିସା ପଣ୍ଡା କାର୍ଯ୍ୟ ତୁଲାଇଥିଲେ। ଶିବ ବାବାଙ୍କ ପିତାମାତା ଭାବେ ଦେବଗଡ଼ ଜିଲା ଡେରାପତରା ଗାଁର ସଞ୍ଜିତ ପ୍ରଧାନ ଓ ସହଧର୍ମିଣୀ ମାମିଲତା ପ୍ରଧାନ କାର୍ଯ୍ୟ ତୁଲାଇଥିଲେ। ଆସନ୍ତା ମେ ୨୪ ତାରିଖରେ ହେବାକୁ ଥିବା ଶଗଡେଶ୍ୱର ମହୋତ୍ସବ ଓ ଶୀତଳଷଷ୍ଠୀ ଯାତ୍ରା ପାଇଁ ବାବା ମଠ ସନ୍ନିକଟ ହିମାଳୟସ୍ଥିତ ସ୍ଥାନରେ ପିତ୍ରାଳୟ ହେବାକୁ ସ୍ଥିର ହୋଇଛି। ପୂଜାକାର୍ଯ୍ୟ ନିତ୍ୟାନନ୍ଦ ମିଶ୍ରଙ୍କ ଦ୍ୱାରା ଅନୁଷ୍ଠିତ ହୋଇଥିଲା। ଅନ୍ୟମାନଙ୍କ ମଧ୍ୟରେ ମନ୍ଦିର ପରିଚାଳନା କମିଟିର ରୁଦ୍ର ନାରାୟଣ ବେହେରା, ସମ୍ପାଦକ ସୁମନ୍ତ ବେହେରା, କୋଷାଧ୍ୟକ୍ଷ ରତନ ଲାଲ ସିଂ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

ଉତ୍କଟ ପାନୀୟ ଜଳ ସମସ୍ୟା: ଗରା-ମାଠିଆ ଧରି ୨୦ କିଲୋମିଟର ପଦଯାତ୍ରା କଲେ ଶତାଧିକ ମହିଳା,ପ୍ରତିବାଦ…

ବଲାଙ୍ଗିର, ୨୬।୫ (ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଏବେ ଉତ୍କଟ ରୂପ ଧାରଣ କରିଛି। ପିଇବା ପାଣି…

କଂଗ୍ରେସର ବଡ଼ ନିଷ୍ପତ୍ତି: ୧୭ କର୍ମୀଙ୍କ ନିଲମ୍ବନ ପ୍ରତ୍ୟାହାର, ଚିଠି ଲେଖିଲେ ରାଜ୍ୟ ସଭାପତି

ଦାରିଙ୍ଗବାଡି, ୨୬।୫ (ଅରୁଣ ସାହୁ): କନ୍ଧମାଳ ଜିଲା ପ୍ରଦେଶ କଂଗ୍ରେସ କମିଟିର ଜିଲ୍ଲା ସଭାପତି ଚନ୍ଦ୍ରଶେଖର ପରିଡା ଗତ କିଛି ଦିନ ପୁର୍ବରୁ ଦାରିଙ୍ଗବାଡି ଏବଂ ରାଇକିଆ…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ: ଶତରୁଦ୍ର ମହାଯଜ୍ଞରେ ପୂଜାର୍ଚ୍ଚନା କଲେ ଖଣି ମନ୍ତ୍ରୀ

ଦିଗପହଣ୍ଡି,୨୬।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର ମହାଯଜ୍ଞର…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri