Posted inଜାତୀୟ

ବାବା ସିଦ୍ଦିକୀ ହତ୍ୟାକାଣ୍ଡର ଖୋଲିଲା ବଡ଼ ଗୁମର, ପୋଲିସ କହିଲା କିଏ ମାମଲାର ମୋଷ୍ଟ ଓ୍ବାଣ୍ଟେଡ

ମୁମ୍ବାଇ,୨୬।୧୦: ବରିଷ୍ଠ ଏନସିପି ନେତା ବାବା ସିଦ୍ଦିକୀଙ୍କ ହତ୍ୟା ମାମଲାରେ ଏକ ବଡ଼ ଥା ସାମ୍ନାକୁ ଆସିଛି। ଏହି ହତ୍ୟା ମାମଲାରେ ମୁମ୍ବାଇ କ୍ରାଇମ ବ୍ରାଞ୍ଚ ଅନମୋଲ ବିଷ୍ଣୋଇଙ୍କୁ ଓ୍ବାଣ୍ଟେଡ ଅଭିଯୁକ୍ତ ବୋଲି କହିଛି। ଏହି ଘଟଣାରେ ମୁମ୍ବାଇ ପୋଲିସ ୩୨ ବର୍ଷିୟ ସୁଜିତ ସିଂଙ୍କୁ ଗିରଫ କରିଛି। ପୋଲିସର ସୂଚନାନୁସାରେ ଅଭିଯୁକ୍ତ ସୁଜିତ ସିଂ ଗ୍ୟାଙ୍ଗଷ୍ଟର ଅନମୋଲ ବିଷ୍ଣୋଇଙ୍କ ସହ ଯୋଗାଯୋଗରେ ଥିଲେ।

ପୋଲିସ ଅଧିକାରୀଙ୍କ କହିବାନୁସାରେ, ଉଭୟ ଯୋଗାଯୋଗ କରିବା ପାଇଁ ବିଭିନ୍ନ ଆପ ବ୍ୟବହାର କରୁଥିଲେ। ସେହି ଭିନ୍ନ ଆପରେ ସୃଷ୍ଟି ହୋଇଥିବା ଅନେକ ନକଲି ଆକାଉଣ୍ଟ ବିଷୟରେ ପୋଲିସ ମଧ୍ୟ ସୂଚନା ପାଇଛି। ଅନୁସନ୍ଧାନ ବେଳେ ମୁମ୍ବାଇ କ୍ରାଇମ ବ୍ରାଞ୍ଚ ଜାଣିବାକୁ ପାଇଲା ଯେ ବାବା ସିଦ୍ଦିକୀଙ୍କୁ ହତ୍ୟା ଷଡଯନ୍ତ୍ରରେ ସୁଜିତ ସିଂଙ୍କର ସମ୍ପୂର୍ଣ୍ଣ ଜ୍ଞାନ ଅଛି। ସେ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କ ଭାଇ ଅନମୋଲ ବିଷ୍ଣୋଇଙ୍କ ସହ ଯୋଗାଯୋଗରେ ଥିଲେ। ସେ ଅନ୍ୟ ଅଭିଯୁକ୍ତମାନଙ୍କୁ ଟଙ୍କା ଦେବା ଏବଂ ଅସ୍ତ୍ରଶସ୍ତ୍ର ଆଣିବାରେ ଜଡିତ ଥିଲେ।

ଖବର ମୁତାବକ ସୁଜିତ ଘଟଣାର ଏକ ମାସ ପୂର୍ବରୁ ମୁମ୍ବାଇରୁ ପଳାଇ ଯାଇଥିଲେ ଏବଂ ପରେ ଲୁଧିଆନାରେ ଲୁଚି ରହିଥିଲେ। ଏଠାରେ ମୁମ୍ବାଇ ଏବଂ ପଞ୍ଜାବ ପୋଲିସ ମିଳିତ ଅପରେସନ କରି ତାଙ୍କୁ ଗିରଫ କରିଥିଲେ। ନଭେମ୍ବର ୪ ପର୍ଯ୍ୟନ୍ତ କୋର୍ଟ ସୁଜିତଙ୍କୁ ପୋଲିସ ହେପାଜତକୁ ପଠାଇଛନ୍ତି।
ସୂଚନାଯୋଗ୍ୟ, ଶନିବାର (ଅକ୍ଟୋବର ୨୬) ରେ ପଞ୍ଜାବ ପୋଲିସର ମହାନିର୍ଦ୍ଦେଶକ ଗୌରବ ଯାଦବ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ମାଧ୍ୟମରେ କହିଛନ୍ତି ଯେ ପଞ୍ଜାବ ପୋଲିସ ଏବଂ ମୁମ୍ବାଇ ପୋଲିସର ମିଳିତ ଅପରେସନରେ ସୁଜିତ ସୁଶୀଲ ସିଂଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତଙ୍କୁ ମୁମ୍ବାଇ ପୋଲିସକୁ ହସ୍ତାନ୍ତର କରାଯାଇଛି। ଗୌରବ ଯାଦବ କହିଛନ୍ତି, ମୁମ୍ବାଇ ପୋଲିସ, ପଞ୍ଜାବ ପୋଲିସ ସହିତ ମିଳିତ ଅପରେସନରେ ବାବା ସିଦ୍ଦିକୀଙ୍କ ହତ୍ୟା ମାମଲାରେ ଚାହୁଁଥିବା ସୁଜିତ ସୁଶୀଲ ସିଂଙ୍କୁ ଗିରଫ କରିଛି। ସେ ମୁମ୍ବାଇର ବାସିନ୍ଦା।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri