Posted inଖେଳ

କୋଟିଏ ଟଙ୍କାର ଅଫରକୁ ପ୍ରତ୍ୟାଖାନ କଲେ ବାବର ଆଜମ, ରିଜୱାନ, ଜାଣନ୍ତୁ ଏହାର କାରଣ…

ନୂଆଦିଲ୍ଲୀ,୬।୧୧: ବିଶ୍ୱକପରେ ପାକିସ୍ତାନୀ ଖେଳାଳିଙ୍କ ପ୍ରଦର୍ଶନ ଏତେ ଟା ଭଲ ନାହିଁ । ଆଫଗାନିସ୍ତାନ ଭଳି ଟିମ୍‌ ବିପକ୍ଷରେ ହାରିଯିବା ପରେ ପାକିସ୍ତାନ ଅନେକ ଲଜ୍ଜାର ସମ୍ମୁଖୀନ ହୋଇଛି। ବିଶେଷ କରି ପାକିସ୍ତାନର ପୂର୍ବତନ କ୍ରିକେଟରମାନେ ଅଧିନାୟକ ବାବର ଆଜମଙ୍କ ସମେତ ସମଗ୍ର ଦଳକୁ ଏଥିପାଇଁ ଦାୟୀ କରିଥିଲେ। ଶେଷ ମ୍ୟାଚରେ ପାକିସ୍ତାନ ନ୍ୟୁଜିଲ୍ୟାଣ୍ଡକୁ ପରାସ୍ତ କରିଛି। ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ବିଜୟ ପରେ ସେମିଫାଇନାଲରେ ପ୍ରବେଶ କରିବାର ପାକିସ୍ତାନର ଆଶା ରହିଛି। ତେବେ ପାକିସ୍ତାନ ପାଇଁ ଆଗାମୀ ରାସ୍ତା ସହଜ ହେବ ନାହିଁ। ନିଜ ମ୍ୟାଚ ବ୍ୟତୀତ ପାକିସ୍ତାନକୁ ଅନ୍ୟ ଦଳର ଫଳାଫଳ ଉପରେ ନିର୍ଭର କରିବାକୁ ପଡିବ।

ଏହି ସମୟରେ ପାକିସ୍ତାନ ଅଧିନାୟକ ବାବର ଆଜମ ଏବଂ ଉଇକେଟ୍‌ କିପର ବ୍ୟାଟ୍ସମ୍ୟାନ ମହମ୍ମଦ ରିଜୱାନ କୋଟି ଟଙ୍କାର ଚୁକ୍ତିନାମାକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ମିଡିଆ ରିପୋର୍ଟ ଅନୁଯାୟୀ, ବାବର ଆଜମ ଏବଂ ମହମ୍ମଦ ରିଜୱାନ ଏକ ବେଟିଂ କମ୍ପାନୀର ଅଫରକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହି ଅଫରକୁ ପ୍ରତ୍ୟାଖ୍ୟାନ କରିବା ପରେ ବାବର ଆଜମ ପ୍ରାୟ ୨୫୦ ନିୟୁତ ଟଙ୍କା କ୍ଷତି ସହିଛନ୍ତି। ସେହିପରି ମହମ୍ମଦ ରିଜୱାନଙ୍କୁ ପ୍ରାୟ ୧୦୦ ମିଲିୟନ ଟଙ୍କା ହରାଇବାକୁ ପଡିଛି। ଏଥିସହ ବାବର ଆଜମ ଏବଂ ମହମ୍ମଦ ରିଜୱାନ କହିଛନ୍ତି ଯେ, ମୁସଲମାନ ହୋଇଥିବାରୁ ସେମାନେ କୌଣସସି ବ୍ୟାଟିଂ ବ୍ରାଣ୍ଡକୁ ସମର୍ଥନ କରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାଜଳରେ ବୁଡ଼ିଲା କୁକୁଡ଼ା ଫାର୍ମ, ୩ ହଜାରରୁ ଅଧିକ କୁକୁଡ଼ା ମୃତ

ଗଞ୍ଜାମ, ୨୬/୯ (ଅନାଥ ତରାଇ/ଦିଲୀପ ସାମଲ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଅଞ୍ଚଳରେ ଏକ କୁକୁଡ଼ା ଫାର୍ମରେ ପାଣି…

ବାଇକ୍‌-ବୋଲେରୋ ମୁହାଁମୁହିଁ ଧକ୍କା: ଯୁବକ ମୃତ

ବଲାଙ୍ଗିର, ୨୬।୯(ସୁନିଲ ମହାନ୍ତି ): ବଲାଙ୍ଗୀର-ସୋନପୁର ରାସ୍ତାର ମଳମୁଣ୍ଡା ନିକଟରେ ଶୁକ୍ରବାର ଏକ ବାଇକ୍‌ ଓ ବୋଲେରୋ ମଧ୍ୟରେ ଦୁର୍ଘଟଣା ଘଟି ଜଣେ ଯୁବ ବାଇକ୍‌ ଚାଳକଙ୍କ…

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…

ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ…

ମାଡ଼ି ଆସୁଛି ସମୁଦ୍ର: ଗର୍ଭରେ ଲୀନ ହେବାକୁ ବସିଲାଣି ଆଉ ଦୁଇ ମନ୍ଦିର

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ରକୂଳରେ ଦିନକୁ ଦିନ ସମୁଦ୍ର ଅତିକ୍ରମଣ କରିବା ସହ ଉଚ୍ଚ ଜୁଆର ଢେଉ…

ଘରେ ତାଲା ଭାଙ୍ଗି ଗହଣା ଲୁଟ୍‌

ଡେରାବିଶ, ୨୬।୯ (ବାର୍ତ୍ତାଦାତା ଅଜୟ ଦାସ): ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ଛୋଟୀ ପଞ୍ଚାୟତର ଛୋଟୀ ଗ୍ରାମରେ ଗୃହକର୍ତ୍ତାଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଶୁକ୍ରବାର ବିଳମ୍ବିତ…

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

ବ୍ୟାଟେରି ଚୋରି କରି ବନ୍ଧାହେଲେ ଦୁଇ ଅଭିଯୁକ୍ତ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ପୋଲିସ ଶନିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଗ୍ରାମର ଏସ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?