ସେମିଫାଇନାଲରୁ ବାଦ୍ ପଡ଼ିବା ପରେ ନିରାଶ ହୋଇ ବଡ଼ ବୟାନ ଦେଲେ ବାବର ଆଜାମ

କୋଲକାତା,୧୧।୧୧: ଶନିବାର ଖେଳାଯାଇଥିବା ଆଇସିସି ଦିନିକିଆ ବିଶ୍ୱକପ୍‌ର ଶେଷ ମ୍ୟାଚ୍‌ରେ ଇଂଲଣ୍ଡ ପାକିସ୍ତାନକୁ ୯୩ ରନରେ ପରାସ୍ତ କରିଛି। ଇଂଲଣ୍ଡ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରି ନଅ ୱିକେଟ୍ ପାଇଁ ୩୩୭ ରନ୍ ସ୍କୋର କରିଥିଲା। ଏହାର ଜବାବରେ ପାକିସ୍ତାନ ଦଳ ୪୩.୩ ଓଭରରେ ୨୪୪ ରନ୍ ସ୍କୋର କରିବା ପରେ ଆଉଟ୍ ହୋଇଥିଲେ। ଏହିପରି, ଇଂଲଣ୍ଡ ନଅ ମ୍ୟାଚ୍‌ରେ ୬ ପଏଣ୍ଟ ସହ ଅଭିଯାନ ଶେଷ କରିଛି। ଦଳ ପଏଣ୍ଟ ଟେବୁଲରେ ସପ୍ତମ ସ୍ଥାନରେ ରହିଛି।

ବିଶ୍ୱକପ୍‌ର ଶ୍ରେଷ୍ଠ ଆଠରେ ରହିଥିବା ଦଳ ଚାମ୍ପିଅନ୍ସ ଟ୍ରଫି ପାଇଁ ଯୋଗ୍ୟତା ଅର୍ଜନ କରିବେ। ପାକିସ୍ତାନ ପଞ୍ଚମ ସ୍ଥାନ ହାସଲ କରିଛି କିନ୍ତୁ ଆୟୋଜକ ହୋଇ ଏହା ଚାମ୍ପିଅନ୍ସ ଟ୍ରଫି ପାଇଁ ଯୋଗ୍ୟତା ଅର୍ଜନ କରିସାରିଛି। ତେବେ ଇଂଲଠାରୁ ହବା ପରେ ବାବର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି “, ପ୍ରଦର୍ଶନକୁ ନେଇ ମୁଁ ଅତ୍ୟନ୍ତ ନିରାଶ। ଯଦି ଆମେ ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଜିତିଥାନ୍ତୁ ତେବେ କାହାଣୀ ଭିନ୍ନ ହୋଇଥାନ୍ତା କିନ୍ତୁ ହଁ, ଆମେ ବୋଲିଂ, ବ୍ୟାଟିଂ ଏବଂ ଫିଲ୍ଡିଂରେ ଭୁଲ୍ କରିଥିଲୁ। ଆମେ ୨୦-୩୦ ରନ୍ ଅତିରିକ୍ତ ଦେଇଥିଲୁ। ଆମର ସ୍ପିନରମାନେ ୱିକେଟ୍ ନେଇ ନାହାଁନ୍ତି। ଏହାର ଏକ ବଡ ପ୍ରଭାବ ପଡିଛି। ଯଦି ସ୍ପିନରମାନେ ମଧ୍ୟ ଓଭରରେ ୱିକେଟ୍ ନ ନିଅନ୍ତି ତେବେ ଆପଣଙ୍କୁ ସଂଘର୍ଷ କରିବାକୁ ପଡିବ। ଆମେ ସକରାତ୍ମକ ଜିନିଷ ଗ୍ରହଣ କରିବୁ ଏବଂ ଆମର ଆଲୋଚନା ମଧ୍ୟ କରିବୁ।”

ଏହି ମ୍ୟାଚ୍ ପରେ ମଧ୍ୟ ଏହା ନିଶ୍ଚିତ ହୋଇଯାଇଛି ଯେ ସେମିଫାଇନାଲରେ ଭାରତ ନ୍ୟୁଜିଲ୍ୟାଣ୍ଡକୁ ଭେଟିବ ଯେତେବେଳେ ଦ୍ୱିତୀୟ ସେମିଫାଇନାଲ ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…

ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍‌ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଏତେ କୋଟି ଟଙ୍କାରେ ବିକ୍ରି ହେଲା ରାଜସ୍ଥାନ ରୟାଲ୍ସ , ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୨୪।୩: ରାଜସ୍ଥାନ ରୟାଲ୍ସ ଦଳକୁ ୧.୬୩ ବିଲିୟନ ଆମେରିକୀୟ ଡଲାରରେ ବିକ୍ରି କରାଯାଇଛି। ଆମେରିକୀୟ ବ୍ୟବସାୟୀ କାଲ ସୋମାନୀଙ୍କ ନେତୃତ୍ୱରେ ଏକ ସଂଘ ପ୍ରାୟ ୧୫,୨୮୬ କୋଟିରେ…

ଇଂଲଣ୍ଡର ମୁଖ୍ୟ କୋଚ୍‌ ଭାବେ କାର୍ଯ୍ୟ ଜାରି ରଖିବେ ମ୍ୟାକୁଲମ

ଲଣ୍ଡନ,୨୪ା୩: ନ୍ୟୁଜିଲାଣ୍ଡର ପୂର୍ବତନ ଅଧିନାୟକ ବ୍ରେଣ୍ଡନ ମ୍ୟାକୁଲମ ୩ଟି ଫର୍ମାଟରେ ଇଂଲଣ୍ଡ ଦଳର ମୁଖ୍ୟ କୋଚ୍‌ ଭାବେ କାର୍ଯ୍ୟ ଜାରି ରଖିବେ। ଏ ନେଇ ଇଂଲଣ୍ଡ ଓ…

ବଡ଼ ଖବର! RCBକୁ ଆଉ ଏକ ଝଟକା, IPL ୨୦୨୬ରୁ ବାଦ୍ ପଡିଲେ ଏହି ଖେଳାଳି

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୯ତମ ସିଜିନ୍ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି । ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟିମକୁ…

IPL 2026କୁ ନେଇ କଡ଼ା ନିୟମ: ଖେଳାଳି ତଥା ତାଙ୍କ ପରିବାର ପାଇଁ ନୂଆ ନିୟମ ଆଣିଲା BCCI, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: IPL 2026 ଆରମ୍ଭ ହେବା ପୂର୍ବରୁ, BCCI ସମସ୍ତ ୧୦ଟି ଫ୍ରାଞ୍ଚାଇଜ ପାଇଁ ଏକ ନୂଆ ଏବଂ କଠୋର ନିୟମ ଜାରି କରିଛି। ଏହି ନିୟମଗୁଡ଼ିକର…

ଷ୍ଟାର୍କଙ୍କୁ ମିଳୁନି ଏନ୍‌ଓସି: ଦଳରେ ଯୋଗଦେବା ନେଇ ବଢ଼ିଲା ଅଡୁଆ

ନୂଆଦିଲ୍ଲୀ,୨୪ା୩: ଦିଲ୍ଲୀ କ୍ୟାପିଟାଲ୍ସ ଦଳକୁ ଏପର୍ଯ୍ୟନ୍ତ ମିଚେଲ ଷ୍ଟାର୍କଙ୍କ ପାଇଁ କ୍ରିକେଟ ଅଷ୍ଟ୍ରେଲିଆ (ସିଏ)ଠାରୁ ନୋ ଅବଜେକଶନ ସାର୍ଟିଫିକେଟ (ଏନ୍‌ଓସି) ମିଳିନାହିଁ। ଏହାସତ୍ତ୍ୱେ ଦଳର ପ୍ରଥମ ମ୍ୟାଚ୍‌…

IPL 2026: କୋଲକାତାର କ୍ୟାପ୍ଟେନ ହେବେକି ରିଙ୍କୁ ସିଂ? KKRକୁ ପରାମର୍ଶ ଦେଲେ….

ନୂଆଦିଲ୍ଲୀ,୨୪।୩: ତିନିଥର ଚାମ୍ପିଅନ୍ କୋଲକାତା ନାଇଟ୍ ରାଇଡର୍ସ ପୁଣି ଥରେ ଅଜିଙ୍କ୍ୟ ରାହାଣେଙ୍କ ଅଧିନାୟକତ୍ୱରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି । ଗତ ସିଜନରେ କେକେଆରର ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri