Posted inଖେଳ

କୋହଲିଙ୍କ ରେକର୍ଡ ଭାଙ୍ଗିଲେ ବାବର

ମୁଲତାନ,୧୦।୬: ପାକିସ୍ତାନ ଅଧିନାୟକ ବାବର ଆଜାମ ଅନ୍ତର୍ଜାତୀୟ କ୍ରିକେଟରେ ତାଙ୍କର ଚମତ୍କାର ଫର୍ମ ଜାରି ରଖି ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଶତକ ହାସଲ କରିଛନ୍ତି। ତାଙ୍କ ଶତକ ଯୋଗୁ ୩୦୬ ରନ୍‌ର ଟାର୍ଗେଟ ପିଛା କରୁଥିବା ପାକିସ୍ତାନ ୪ ବଲ ପୂର୍ବରୁ ମ୍ୟାଚ୍‌ ଜିତି ନେଇଥିଲା। ବାବର ୧୦୭ ବଲରେ ୧୦୩ ରନ୍‌ ପାଳି ଖେଳିଥିଲେ। ଏହା ତାଙ୍କ କ୍ୟାରିୟରର ୧୭ତମ ଦିନିକିଆ ଶତକ।

ବାବର ଏହି ଶତକୀୟ ଇନିଂସ ଅବସରରେ ପାକିସ୍ତାନ ଅଧିନାୟକ ଭାବେ ୧୦୦୦ ରନ୍‌ ପୂରଣ କରିଛନ୍ତି। ଏହି ମାଇଲଷ୍ଟୋନରେ ପହଞ୍ଚିବା ଲାଗି ତାଙ୍କୁ ମାତ୍ର ୧୩ ଇନିଂସ ଲାଗିଛି। ଏଥିସହିତ ଅଧିନାୟକ ଭାବେ ଏକ ହଜାର ରନ୍‌ ପୂରଣ କରିବାରେ ସେ ଦ୍ରୁତତମ ବ୍ୟାଟର ହେବାର ରେକର୍ଡ କରିଛନ୍ତି। ଏହି ରେକର୍ଡ ପୂର୍ବରୁ ଥିଲା ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ନାମରେ। ସେ ୧୭ତମ ଇନିଂସରେ ୧୦୦୦ ରନ୍‌ ପୂରଣ କରିଥିଲେ।

ତାଲିକାରେ ଦକ୍ଷିଣ ଆଫ୍ରିକାର ପୂର୍ବତନ ଅଧିନାୟକ ଏବି ଡି’ଭିଲିର୍ସ (୧୮ ଇନିଂସ), ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନ (୨୦) ଓ ଇଂଲଣ୍ଡର ଆଲିଷ୍ଟର କୁକ୍‌ (୨୧) ରହିଛନ୍ତି। ଏହି ରେକର୍ଡ ସମ୍ପର୍କରେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଇନ୍‌ଷ୍ଟାଗ୍ରାମ ଜରିଆରେ ସୂଚନା ଦେଇଛି। ମ୍ୟାଚ୍‌ ଆରମ୍ଭ ହେବା ପୂର୍ବରୁ କୋହଲିଙ୍କ ରେକର୍ଡ ଭାଙ୍ଗିବା ପାଇଁ ବାବରଙ୍କୁ ୯୮ ରନ୍‌ ଦରକାର ଥିଲା ବେଳେ ସେ ସମ୍ପୂର୍ଣ୍ଣ ଷ୍ଟାଇଲରେ ତାହା ହାସଲ କରି ଦେଖାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri