Posted inଖେଳ

ଏକାଥରକେ ୫ କିମ୍ବଦନ୍ତୀଙ୍କ ରେକର୍ଡ ଭାଙ୍ଗି ବିଶ୍ୱ କ୍ରିକେଟ୍‌ରେ ନୂଆ କାରନାମା କଲେ ବାବର ଆଜମ

ପର୍ଥ,୧୭।୧୨: ପାକିସ୍ତାନର ପୂର୍ବତନ ଅଧିନାୟକ ବାବର ଆଜାମ ଟେଷ୍ଟ ମ୍ୟାଚରେ ବ୍ୟାଟ୍ସମ୍ୟାନଙ୍କ ସହ ବିଶେଷ କିଛି କରିପାରି ନ ଥିଲେ ମଧ୍ୟ ସେ ଅନ୍ତର୍ଜାତୀୟ କ୍ରିକେଟରେ ଏକ ସ୍ବତନ୍ତ୍ର ସ୍ଥାନ ହାସଲ କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟରେ ବାବର ଆଜାମ ତାଙ୍କର ୧୩ ହଜାର ରନ ପୂରଣ କରିଛନ୍ତି। ଟେଷ୍ଟ, ଦିନିକିଆ ଏବଂ ଟି -୨୦ ମିଳିତ ଭାବେ ୧୩୦୦୦ ରନ ସ୍କୋର କରିବାରେ ବାବର ଦ୍ରୁତତମ ପାକିସ୍ତାନୀ ବ୍ୟାଟ୍ସମ୍ୟାନ ହୋଇପାରିଛନ୍ତି। ଏହା କରି ବାବର ଏକକାଳୀନ ୫ ଜଣ ପୂର୍ବତନ କିମ୍ବଦନ୍ତୀ ଖେଳାଳିଙ୍କ ରେକର୍ଡ ଭାଙ୍ଗିଛନ୍ତି। ବାବର ତାଙ୍କର ୩୦୧ ତମ ଅନ୍ତର୍ଜାତୀୟ ଇନିଂସରେ ୧୩ ହଜାର ରନ ପୂରଣ କରିଥିଲେ, ଏହା କରି ସେ ପୂର୍ବତନ ମହାନ ଜାଭେଦ ମିଆଁଦାଦଙ୍କ ରେକର୍ଡ ଭାଙ୍ଗିଥିଲେ। ମିଆଁଦାଦ ୩୦୪ ଇନିଂସ ଖେଳି ଅନ୍ତର୍ଜାତୀୟ କ୍ରିକେଟରେ ୧୩୦୦୦ ରନ ପୂରଣ କରିଥିଲେ। ମିଆଁଦାଦଙ୍କ ବିଷୟରେ ବିଶେଷ କଥା ହେଲା, ସେ ଟି-୨୦ କ୍ରିକେଟ ଖେଳି ନାହାଁନ୍ତି। ମହମ୍ମଦ ୟୁସୁଫ ୩୨୨ ଇନିଂସ, ଇଞ୍ଜାମାମ ଉଲ ହକ ୩୫୨ ଇନିଂସ ଏବଂ ୟୁନିସ ଖାନ ୩୭୨ ତମ ଇନିଂସରେ ୧୨ ହଜାର ଅନ୍ତର୍ଜାତୀୟ ରନ ପୂରଣ କରିଛନ୍ତି।
ଦ୍ରୁତତମ ୧୩ ହଜାର ଅନ୍ତର୍ଜାତୀୟ ରନ (ପାକିସ୍ତାନ ପାଇଁ)
ବାବର ଆଜାମ – ୩୦୧ ଇନିଂସ
ଜାଭେଦ ମିଆନାଡ – ୩୦୪ ଇନିଂସ
ମହମ୍ମଦ ୟୁସୁଫ – ୩୨୨ ଇନିଂସ
ଇନଜାମାମ ଉଲ ହକ – ୩୫୨ ଇନିଂସ
ୟୁନିସ ଖାନ – ୩୭୨ ଇନିଂସ
ଏହା ବ୍ୟତୀତ ବାବର ଅନ୍ତର୍ଜାତୀୟ କ୍ରିକେଟରେ ପାକିସ୍ତାନ ପାଇଁ ସର୍ବାଧିକ ରନ ସଂଗ୍ରହ କରିବାରେ ପଞ୍ଚମ ବ୍ୟାଟ୍ସମ୍ୟାନ ହୋଇପାରିଛନ୍ତି। ସମସ୍ତ ଫର୍ମାଟରେ ମିଳିତ ଭାବେ ପାକିସ୍ତାନ ପାଇଁ ଇଞ୍ଜାମାମ ଉଲ ହକ ସର୍ବାଧିକ ରନ ସଂଗ୍ରହ କରିଛନ୍ତି। ଇଞ୍ଜାମାମ ପାକିସ୍ତାନ ପାଇଁ ୨୦୫୪୧ ରନ ସଂଗ୍ରହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?