Posted inଖେଳ

ବାବରଙ୍କ ରଣହୁଙ୍କାର, କହିଲେ ‘କେହି କାହାଠାରୁ କମ୍‌ ନୁହଁନ୍ତି’

ପାଲିକେଲେ,୨।୯: ଏସିଆ କପ୍‌ ୨୦୨୩ ଟୁର୍ନାମେଣ୍ଟରେ ଶନିବାର ଖେଳାଯିବାକୁ ଥିବା ମୁକାବିଲାରେ ମୁହାଁମୁହିଁ ହେବେ ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଏବଂ ପାକିସ୍ତାନ। ଶ୍ରୀଲଙ୍କାର ପାଲିକେଲେରେ ଖେଳାଯିବାକୁ ଥିବା ଏହି ହାଇ ଭୋଲ୍ଟେଜ୍‌ ମୁକାବିଲା ଉପରେ ସମସ୍ତଙ୍କ ନଜର ରହିଛି। ଦିନିକିଆ ଫର୍ମାଟରେ ଦୀର୍ଘ ୪ ବର୍ଷ ପରେ ଉଭୟ ଟିମ୍‌ ମଧ୍ୟରେ ମ୍ୟାଚ୍‌ ଖେଳାଯିବାକୁ ଥିବାରୁ ଉତ୍କଣ୍ଠା ବଢ଼ୁଛି। ତେବେ ଏହି ମ୍ୟାଚ୍‌ ପୂର୍ବରୁ ରଣହୁଙ୍କାର ଦେଇଛନ୍ତି ପାକିସ୍ତାନ ଅଧିନାୟକ ବାବର ଆଜମ।

ବାବର କହିଛନ୍ତି, ଭାରତ ପାକିସ୍ତାନ ମୁକାବିଲା ସର୍ବଦା ଏକ ହାଇଭୋଲ୍ଟେଜ୍‌ ମୁକାବିଲା ପାଲଟିଥାଏ। ଆମେ ମଧ୍ୟ ଦର୍ଶକଙ୍କ ଭଳି ଏଭଳି ମ୍ୟାଚ୍‌ ଅପେକ୍ଷାରେ ଥାଉ। ଆମ ଉପରେ କୌଣସି ଚାପ ଏବେ ନାହିଁ। କେହି କାହାଠାରୁ କମ୍‌ ବି ନୁହନ୍ତି। ଆମେ ଗତ କିଛି ଦିନ ହେବ ଭଲ ଖେଳି ଆସୁଛୁ। ଆମେ ସେଭଳି ପ୍ରଦର୍ଶନ ଜାରି ରଖିବାକୁ ଚେଷ୍ଟା କରିବୁ। ହେଲେ ପରିଣାମ ଆମ ହାତରେ ନାହିଁ। ଆମ ଖେଳାଳି ବିଭିନ୍ନ ଲିଗ୍‌ରେ ଖେଳୁଛନ୍ତି। ଏଠାରେ ବି ଆମେ ଟେଷ୍ଟ ସିରିଜ ଖେଳିଛୁ। ଏଣୁ ଏହାର ଫାଇଦା ଆମ ଖେଳାଳି ଉଠାଇବେ। ବର୍ଷା ହେଲେ ମଧ୍ୟ ସ୍ଥିତି ଅନୁରୂପ ଆଗକୁ ବଢ଼ିବୁ ବୋଲି ବାବର କହିଛନ୍ତି।

ସେହିଭଳି ଭାରତ ବିପକ୍ଷ ଟିମ୍‌ ଘୋଷଣା ସମ୍ପର୍କରେ ବାବର କହିଛନ୍ତି, ଆମେ ଆମ ସାଧାରଣ ଟିମ୍‌ ସହ ମଇଦାନକୁ ଓହ୍ଲାଇବୁ। ଟପ୍‌ ଅର୍ଡର ବ୍ୟାଟ୍ସମ୍ୟାନ୍‌ ଭଲ ଆରମ୍ଭ ଦେବାରେ ବିଫଳ ହୋଇଛନ୍ତି। ହେଲେ ମଧ୍ୟକ୍ରମରେ କିଛି ଖେଳାଳି ନିଜର ଯୋଗଦାନ ଦେଉଛନ୍ତି। ସେମାନେ ଦଳ ଏକାଦଶରେ ନିଜର ସ୍ଥାନ ପକ୍କା କରିବାକୁ ଚେଷ୍ଟା କରୁଛନ୍ତି। ଦଳର ପ୍ରତିଟି ଖେଳାଳି ଭାରତ ବିପକ୍ଷରେ ନିଜର ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…

ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦…

ଅଚାନକ ଚଢାଉ କଲା ଅବକାରୀ ବିଭାଗ: ଜବତ ହେଲା ଏତେ ପରିମାଣର ମହୁଲି ଫୁଲ ସହ…

ମୋହନା,୧୦।୮( ମନ୍ମଥ ମିଶ୍ର ): ଗଜପତି ଜିଲାରେ ଅବକାରୀ ବିଭାଗର ବଡ଼ ଧରଣର ଚଢ଼ାଉ। ଅଡବା ଥାନା ଅନ୍ତର୍ଗତ କଟାମା ଗାଁରୁ ୯୦୦ କିଲୋଗ୍ରାମ ମହୁଲି ଫୁଲ…

ପୈତୃକ ଗାଁରେ ଘର କାମ ଆରମ୍ଭ କଲେ ରିଷଭ ପନ୍ତ

ପିଥୋରାଗଡ଼(ଉତ୍ତରାଖଣ୍ଡ),୧୦ା୮: ରିଷଭ ପନ୍ତଙ୍କ ମା’ ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲାରେ ନିଜ ପୈତୃକ ଗାଁକୁ ଫେରିବା ପରେ ସେମାନଙ୍କ ଘରର ପୁନଃ ନିର୍ମାଣ କାମ ଆରମ୍ଭ ହୋଇଛି। ଏହାକୁ…

ଜିଲାପାଳଙ୍କ ବଡ଼ ଆହ୍ବାନ: ପାଳନ ହେବ ‘ଘରେ ଘରେ ତ୍ରିରଙ୍ଗା’ କାର୍ଯ୍ୟକ୍ରମ

ଛତ୍ରପୁର,୧୦।୮୯(ଦିଲ୍ଲୀପ ସାମଲ/ଦାରିକା ପଟ୍ଟନାୟକ): ପବିତ୍ର ସ୍ବାଧୀନତା ଦିବସ ଏବଂ ଜାତୀୟ ସଙ୍ଗୀତ ‘ବନ୍ଦେ ମାତରମ’ର ୧୫୦ତମ ବର୍ଷପୂର୍ତ୍ତି ଅବସରରେ ଦେଶରେ ‘ଘରେ ଘରେ ତ୍ରିରଙ୍ଗା-୨୦୨୬’ କାର୍ଯ୍ୟକ୍ରମ ପାଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri