Posted inଖେଳ

କୋହଲିଙ୍କ ମୁଣ୍ଡରୁ ମୁକୁଟ ଛଡାଇ ନେଲେ ଏହି ପାକିସ୍ତାନ ବ୍ୟାଟ୍ସମ୍ୟାନ୍

ଇସଲମାବାଦ,୧୪।୪: ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ପଛରେ ପକାଇ ପାକିସ୍ତାନ ଅଧିନାୟକ ବାବର ଆଜାମ ବିଶ୍ୱର ଏକ ନମ୍ବର ଏକଦିବସୀୟ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ୨୬ ବର୍ଷ ବୟସ୍କ ବାବର ୧୨୫୮ ଦିନ ପରେ ବିରାଟ କୋହଲିଙ୍କ ମୁଣ୍ଡରୁ ମୁକୁଟ ଛଡାନେଇଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷରେ ଶେଷ ହୋଇଥିବା ସିରିଜରେ ବାବର ଚମତ୍କାର ପ୍ରଦର୍ଶନ କରିଥିଲେ। ବୁଧବାର ଆଇସିସି ଦ୍ୱାରା ପ୍ରକାଶିତ ସର୍ବଶେଷ ର଼୍ୟାଙ୍କିଙ୍ଗରେ ସେ ୮୬୫ ପଏଣ୍ଟ ପାଇଛନ୍ତି। କୋହଲିଙ୍କ ଅପେକ୍ଷା ସେ ୮ ପଏଣ୍ଟ ଅଧିକ ଅଛି। ବିରାଟ କୋହଲି ଦ୍ୱିତୀୟ ସ୍ଥାନକୁ ଖସି ଆସିଥିବାବେଳେ ଟିମ ଇଣ୍ଡିଆର ଉପ-ଅଧିନାୟକ ରୋହିତ ଶର୍ମା ତୃତୀୟ ସ୍ଥାନରେ ଅଛନ୍ତି। ବାବର ଆଜାମ ଚତୁର୍ଥ ପାକିସ୍ତାନୀ କ୍ରିକେଟର୍‌ ଭାବେ ବିଶ୍ୱର ଏକ ନମ୍ବର ବ୍ୟାଟ୍ସମ୍ୟାନ ହୋଇଛନ୍ତି। ତାଙ୍କ ପୂର୍ବରୁ କେବଳ ଜାହିର ଅବ୍ବାସ (୧୯୮୩୮୪), ଜାଭେଦ ମିଆନ୍ଦାଦ (୧୯୮୮୮୯) ଏବଂ ମହମ୍ମଦ ୟୁସୁଫ ଏହି ସ୍ଥାନରେ ପହଞ୍ଚିଛନ୍ତି। ୨୦୧୦ ଏବଂ ୨୦୧୨ ଅଣ୍ଡର -୧୯ ବିଶ୍ୱକପର ଅଂଶବିଶେଷ ଥିବା ବାବର ୨୦୧୫ ପାକିସ୍ତାନୀ ଏକଦିବସୀୟ ଦଳରେ ଡେବ୍ୟୁ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପାକିସ୍ତାନ ବିପକ୍ଷ ବଡ଼ ମ୍ୟାଚ ପୂର୍ବରୁ ଭାରତକୁ ଝଟ୍‌କା, ଟି-୨୦ ବିଶ୍ୱକପ ମଧ୍ୟରେ ହସ୍ପିଟାଲରେ ଭର୍ତ୍ତି ହେଲେ…

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ ମଧ୍ୟରେ ଟିମ ଇଣ୍ଡିଆର ସମସ୍ୟା ବଢ଼ିଛି। ଷ୍ଟାର ଓପନର ଅଭିଷେକ ଶର୍ମା ଅସୁସ୍ଥ ଅଛନ୍ତି। ଟିମ ମ୍ୟାନେଜମେଣ୍ଟ ଏହା ଘୋଷଣା କରିଛି। ଶର୍ମା…

ନ୍ୟୁଜିଲାଣ୍ଡକୁ ବଡ଼ ଝଟକା: ଟି-୨୦ ବିଶ୍ୱକପରୁ ବାହାରିଲେ ଏହି ବଡ଼ ଖେଳାଳି

ନୂଆଦିଲ୍ଲୀ,୧୧।୨: ନ୍ୟୁଜିଲାଣ୍ଡ ICC ଟି-୨୦ ବିଶ୍ୱକପ ୨୦୨୬ରେ ଲଗାତାର ଦୁଇଟି ମ୍ୟାଚ ଜିତି ଏକ ଦୃଢ଼ ଆରମ୍ଭ କରିଥିଲା, କିନ୍ତୁ କିୱି ଦଳ ଚଳିତ ଟୁର୍ନାମେଣ୍ଟରେ ଏକ…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri