Posted inଖେଳ

ଭାରତ-ପାକିସ୍ତାନ ମ୍ୟାଚ୍‌ ସମୟରେ ଭେଣ୍ଟିଲେଟରରେ ଥିଲେ ଏହି କ୍ରିକେଟରଙ୍କ ମା’; ଭାବୁକ ପୋଷ୍ଟ ଲେଖି ବାପା କହିଲେ…

ନୂଆଦିଲ୍ଲୀ, ୩୧।୧୦: ମା’ ଭେଣ୍ଟିଲେଟରରେ ଥିଲେ। ତଥାପି ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍‌ରେ ଭାରତ ବିପକ୍ଷରେ ଖେଳି ଦଳକୁ ବିଜେତା କରାଇଥିଲେ କ୍ରିକେଟର। ଆମେ କଥା ହେଉଛୁ ପାକିସ୍ତାନ ଅଧିନାୟକ ବାବର ଆଜମଙ୍କ ବିଷୟରେ। ଶନିବାର ବାବରଙ୍କ ବାପା ଆଜମ ସିଦ୍ଧକୀ ଏକ ଭାବବିହ୍ବଳ ପୋଷ୍ଟ ଲେଖି ଏନେଇ ଜଣାଇଛନ୍ତି। ଏହି ଡାହାଣହାତୀ ବ୍ୟାଟ୍ସମ୍ୟାନ୍‌ ଦୁବାଇରେ ଅପରାଜିତ ୬୮ ରନ୍‌ କରିଥିଲେ, ହେଲେ ମ୍ୟାଚ୍‌ ସମୟରେ ତାଙ୍କ ହୃଦୟ ମା’ଙ୍କ ପାଖରେ ରହିଥିଲା। କାରଣ ସେ ସର୍ଜରୀ ପରେ ଭେଣ୍ଟିଲେଟରରେ ଥିଲେ।

ନିଜ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ପରିବାରର ଫଟୋ ପୋଷ୍ଟ କରି ବାବର କହିଥିଲେ, ଏବେ ମୋ ଦେଶକୁ କିଛି ସତ ବିଷୟରେ ଜାଣିନେବା ଉଚିତ। ଆପଣ ସମସ୍ତଙ୍କୁ ୩ଟି ବିଜୟର ଶୁଭେଚ୍ଛା। ଆମ ଘରେ କିନ୍ତୁ ଏକ ବଡ଼ ପରୀକ୍ଷା ଚାଲିଥିଲା। ଯେଉଁଦିନ ଭାରତ ବିପକ୍ଷରେ ମ୍ୟାଚ୍‌ ଥିଲା, ସେଦିନ ବାବରଙ୍କ ମା’ ଭେଣ୍ଟିଲେଟରରେ ଥିଲେ। ସେ ତିନୋଟି ଯାକ ମ୍ୟାଚ୍‌କୁ ବହୁତ କଷ୍ଟର ସହକାରେ ଖେଳିଛନ୍ତି। ପୋଷ୍ଟ ଏଥିପାଇଁ କରୁଛି କାରଣ ରାଷ୍ଟ୍ରୀୟ ନାୟକଙ୍କର ଅନାବଶ୍ୟକ ଆଲୋଚନା କରନ୍ତୁ ନାହିଁ। ଯଦି କେଉଁ ସଫଳତା ମିଳୁଛି, ତେବେ ସେଥିପାଇଁ ଆପଣଙ୍କୁ ପରୀକ୍ଷା ଦେବାକୁ ପଡ଼ିଥାଏ ବୋଲି ସେ କହିଥିଲେ। ଏବେ ଏହି ପୋଷ୍ଟଟି ଭାଇରାଲ ହେଉଥିବା ବେଳେ ଲୋକମାନେ ବାବରଙ୍କ ପ୍ରଶଂସା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri