Posted inଖେଳ

ମ୍ୟାଚ୍‌ ପରେ ଭୋ ଭୋ କାନ୍ଦିଲେ ଏହି କ୍ରିକେଟ୍‌ରଙ୍କ ବାପା: ଦେଖନ୍ତୁ ଭିଡିଓ

ଦୁବାଇ,୨୫।୧୦: ଭାରତ ବିପକ୍ଷରେ ବିଜୟ ପରେ ସମଗ୍ର ପାକିସ୍ତାନ ଏହି ସମୟରେ ଉତ୍ସବରେ ବୁଡି ରହିଛି। ଅଧିନାୟକ ବାବର ଆଜମଙ୍କୁ ସବୁଠି ପ୍ରଶଂସା କରାଯାଉଛି। ସେ ଏପରି କାର୍ଯ୍ୟ କରିଥିଲେ, ଯାହା ଇମ୍ରାନ ଖାନଙ୍କ ପରି ଜଣେ କିମ୍ବଦନ୍ତୀ ଅଧିନାୟକ ମଧ୍ୟ କରିପାରି ନ ଥିଲେ। ବାବର କେବଳ ଅଧିନାୟକତ୍ୱରେ ନୁହେଁ, ବ୍ୟାଟିଂରେ ମଧ୍ୟ ଚମତ୍କାର କରିଥିଲେ। ସେ ମହମ୍ମଦ ରିଜୱାନଙ୍କ ସହ ଏକ ଶତକୀୟ ଭାଗିଦାରୀ କରିଥିଲେ। ସେ ୬୮ ରନର ଅପରାଜିତ ଇନିଂସ ଖେଳିଥିଲେ। ଏହି ସମୟରେ ତାଙ୍କ ବାପାଙ୍କ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ସେ କାନ୍ଦୁଥିବାର ଦେଖାଯାଇଛି।
ଦୁବାଇରେ ଭାରତ-ପାକିସ୍ତାନ ମ୍ୟାଚ ଦେଖିବାକୁ ବାବର ଆଜାମଙ୍କ ପିତା ମଧ୍ୟ ପହଞ୍ଚିଥିଲେ। ଭିଡିଓରେ ଏହା ଦେଖିବାକୁ ମିଳେ ଯେ ସେ ଷ୍ଟାଡିୟମରେ ବସିଛନ୍ତି ଏବଂ ପାକିସ୍ତାନୀ ପ୍ରଶଂସକମାନେ ତାଙ୍କୁ ଚାରିଆଡ଼େ ଘେରି ରହିଛନ୍ତି। ସେ କୋହ ସମ୍ବରଣ କରି ପାରିନାହାନ୍ତି। ଦର୍ଶକ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଆଜାମଙ୍କ ସାନଭାଇ ମଧ୍ୟ ତାଙ୍କ ପିତାଙ୍କ ସହ ଉପସ୍ଥିତ ଥିଲେ।
ଆଇସିସି ଟି -୨୦ ବିଶ୍ୱକପ୍‌ର ସୁପର ୧୨ର ପ୍ରଥମ ମ୍ୟାଚ୍‌ରେ ପାକିସ୍ତାନ ଭାରତକୁ ୧୦ ଉଇକେଟରେ ହରାଇଛି। ୧୯୯୨ ପରେ ପ୍ରଥମଥର ପାଇଁ ପାକିସ୍ତାନ ବିଶ୍ୱକପରେ ଭାରତକୁ ପରାସ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?