Posted inଖେଳ

ICC ODI Rankings: ମ୍ୟାଚ୍‌ ନ ଖେଳି ବି ବାବର ନମ୍ବର ଓ୍ବାନ୍‌, ଶୀର୍ଷ ସ୍ଥାନ ହରାଇଲେ ଗିଲ୍‌

ଦୁବାଇ,୨୦।୧୨: ଆଇସିସି ପକ୍ଷରୁ ଦିନିକିଆ ର଼୍ୟାଙ୍କିିଂ ତାଲିକା ପ୍ରକାଶ ପାଇଛି। ଏଥିରେ ପାକିସ୍ତାନର ପୂର୍ବତନ ଅଧିନାୟକ ବାବର ଆଜମ ପୁଣିଥରେ ପ୍ରଥମ ସ୍ଥାନକୁ ଫେରିଥିବା ଦେଖାଯାଇଛି। ଫଳରେ ଭାରତୀୟ ଓପନର ଶୁବମନ ଗିଲ ତଳକୁ ଖସିଛନ୍ତି।

ଗତ ମାସରେ ଦିନିକିଆ ବିଶ୍ୱକପ୍‌ ସମୟରେ ର଼୍ୟାଙ୍କିଂରେ ଶୀର୍ଷ ସ୍ଥାନ ହାସଲ କରିଥିଲେ ଶୁବମନ। ଏହାପରଠାରୁ ସେ ଦିନିକିଆ ମ୍ୟାଚ୍‌ ଖେଳି ନାହାନ୍ତି। ଏଣୁ ସେ ୮୧୦ ପଏଣ୍ଟ ସହ ଦ୍ୱିତୀୟ ସ୍ଥାନକୁ ଖସିଛନ୍ତି। ଅପରପକ୍ଷେ ବାବର ୮୨୪ ରେଟିଂ ସହ ଶୀର୍ଷସ୍ଥାନରେ ପହଞ୍ଚିଛନ୍ତି। ତାଲିକାରେ ଶୁବମନଙ୍କ ପରେ ବିରାଟ କୋହଲି ଏବଂ ରୋହିତ ଶର୍ମା ସାମିଲ ଅଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଶ୍ରେୟାସ ଆୟର ୧୨ତମ ସ୍ଥାନକୁ ଖସିଛନ୍ତି। କେ ଏଲ୍‌ ରାହୁଲ ୧୬ତମ ସ୍ଥାନକୁ ଆସିଛନ୍ତି।

ବୋଲିଂ ତାଲିକାରେ ଦକ୍ଷିଣ ଆଫ୍ରିକାର କେଶବ ମହାରାଜ ଶୀର୍ଷ ସ୍ଥାନରେ ଅଛନ୍ତି। ସେହିଭଳି ଅଷ୍ଟ୍ରେଲିଆରଜୋଶ୍‌ ହାଜେଲଉଡ ଦ୍ୱିତୀୟ ଏବଂ ଭାରତର ମହମ୍ମଦ ସିରାଜ ତୃତୀୟ ସ୍ଥାନରେ ଅଛନ୍ତି। ଶୀର୍ଷ ୧୦ରେ ଜସପ୍ରିତ ବୁମ୍‌ରା ୫ମ ଏବଂ କୁଲଦୀପ ଯାଦବ ୮ମ ସ୍ଥାନରେ ଅଛନ୍ତି। ମହମ୍ମଦ ଶାମି ୧୧ତମ ଏବଂ ରବିନ୍ଦ୍ର ଜାଡେଜା ୨୨ତମ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri