Posted inଖେଳ

ପାକିସ୍ତାନ କ୍ରିକେଟ୍‌ରେ ହଲଚଲ: ପୁଣି ଅଧିନାୟକ ପଦରୁ ଇସ୍ତଫା ଦେଲେ ବାବର ଆଜମ

ନୂଆଦିଲ୍ଲୀ,୨।୧୦: ପାକିସ୍ତାନ କ୍ରିକେଟ ଦଳର ତାରକା ବ୍ୟାଟ୍ସମ୍ୟାନ ବାବର ଆଜମ ଦ୍ୱିତୀୟଥର ପାଇଁ ଅଧିନାୟକ ପଦରୁ ଇସ୍ତଫା ଦେଇଛନ୍ତି। ବାବର ପାକିସ୍ତାନର ଦିନିକିଆ ଏବଂ ଟି-୨୦ର ଅଧିନାୟକ ଥିଲେ। ଏହା ପୂର୍ବରୁ ମଧ୍ୟ ସେ ଥରେ ଇସ୍ତଫା ଦେଇଥିଲେ, କିନ୍ତୁ ତାଙ୍କୁ ପୁଣି ଅଧିନାୟକ କରାଯାଇଥିଲା। ଏଥର ବାବର ‘କାର୍ଯ୍ୟଭାର’ ଦର୍ଶାଇ ପାକିସ୍ତାନର ଅଧିନାୟକତ୍ୱ ଛାଡିଛନ୍ତି। ଏବେ ସେ ତାଙ୍କ ବ୍ୟାଟିଂରେ ଅଧିକ ଧ୍ୟାନ ଦେବେ ବୋଲି କହିଛନ୍ତି।

ବୁଧବାର ଅର୍ଥାତ୍‌ ଆଜି ବାବର ପ୍ରଶଂସକଙ୍କ ସହ ଅଧିନାୟକ ପଦରୁ ଇସ୍ତଫା ଦେଇଥିବା ଖବର ଶେୟାର କରିଛନ୍ତି। ବାବର ସୋସିଆଲ ମିଡିଆରେ ଲେଖିଛନ୍ତି, ପ୍ରିୟ ପ୍ରଶଂସକଗଣ, ମୁଁ ଆଜି ଆପଣଙ୍କ ସହ କିଛି ଖବର ବାଣ୍ଟୁଛି। ମୁଁ ପାକିସ୍ତାନ ପୁରୁଷ କ୍ରିକେଟ ଦଳର ଅଧିନାୟକ ପଦରୁ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଛି। ଏହି ଦଳର ଅଧିନାୟକ ହେବା ଏକ ଗୌରବର ବିଷୟ, କିନ୍ତୁ ବର୍ତ୍ତମାନ ସମୟ ଆସିଛି ଯେ ଏହି ପଦରୁ ଇସ୍ତଫା ଦେବା ଏବଂ ମୋର ଖେଳକୁ ଧ୍ୟାନ ଦେବା ପାଇଁ ସମୟ ଆସିଛି। ମୋର ପ୍ରଦର୍ଶନକୁ ପ୍ରାଥମିକତା ଦେବା ଏବେ ମୋର କାମ। ମୋର ବ୍ୟାଟିଂକୁ ଉପଭୋଗ କରିବାକୁ ଏବଂ ମୋ ପରିବାର ସହିତ ସମୟ ବିତାଇବାକୁ ଚାହୁଁଛି, ଯାହା ମୋତେ ଖୁସି ଦିଏ।

ବର୍ଷେ ମଧ୍ୟରେ ଅଧିନାୟକତ୍ୱରୁ ଏହା ବାବର ଆଜମଙ୍କର ଦ୍ୱିତୀୟ ଇସ୍ତଫା। ଏହାପୂର୍ବରୁ ସେ ଦିନିକିଆ ବିଶ୍ୱକପ ୨୦୨୩ ପରେ ଅଧିନାୟକ ପଦରୁ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଥିଲେ। ଦିନିକିଆ ବିଶ୍ୱକପ ପରେ ବାବର ନଭେମ୍ବର ୧୫, ୨୦୨୩ରେ ଅଧିନାୟକ ପଦରୁ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଥିଲେ। ସେହି ସମୟରେ ବାବର ପାକିସ୍ତାନ ପାଇଁ ତିନୋଟି ଫର୍ମାଟର ଅଧିନାୟକ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

ସନ୍ଦେହ ଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କେନ୍ଦ୍ରାପଡ଼ା,୧୮।୫(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଚାନ୍ଦୋଳ ଫାଣ୍ଡି ଅନ୍ତର୍ଗତ ଚାନ୍ଦୋଳ ବଜାରରେ ଥିବା ଏକ ବ୍ୟବସାୟିକ କମ୍ପେ୍‌କ୍ସ ନିକଟରେ ଜଣେ ଯୁବକଙ୍କର ମୃତଦେହ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri