Posted inଖେଳ

କୋହଲି, ଆମଲାଙ୍କ ରେକର୍ଡ ଭାଙ୍ଗିଲେ

କରାଚୀ,୧।୪: ଅଷ୍ଟ୍ରେଲିଆ ବିପକ୍ଷ ସିରିଜ୍‌ ପାକିସ୍ତାନ ଅଧିନାୟକ ବାବର ଆଜାମଙ୍କ ପାଇଁ ରେକର୍ଡ ବ୍ରେକିଂ ସାବ୍ୟସ୍ତ ହୋଇଛି। ପ୍ରଥମ ଦିନିକିଆରେ ଦ୍ରୁତତମ ବ୍ୟାଟର ଭାବେ ୪ ହଜାର ରନ୍‌ ପୂରଣ କରିଥିବା ବାବର ଦ୍ୱିତୀୟ ମ୍ୟାଚ୍‌ରେ ମଧ୍ୟ ଖେଳିଛନ୍ତି ଶତକୀୟ ଇନିଂସ। ଏଥିସହିତ ସେ ଆଧୁନିକ କ୍ରିକେଟ କିମ୍ବଦନ୍ତୀ ହାଶିମ ଆମଲା ଏବଂ ବିରାଟ କୋହଲିଙ୍କୁ ଅତିକ୍ରମ କରିଛନ୍ତି। ଦ୍ୱିତୀୟ ମ୍ୟାଚ୍‌ରେ ବାବର ୮୩ ବଲରେ ୧୧୪ ରନ୍‌ର ଇନିଂସ ଯୋଗୁ ପାକିସ୍ତାନ ୩୪୯ ରନ୍‌ର ଟାର୍ଗେଟକୁ ସଫଳତାର ସହ ପିଛା କରି ବିଜୟ ହାସଲ କରିଛି। ତାଙ୍କ ପାଳିରେ ୧୧ ଚୌକା ଏବଂ ୧ ଛକା ସାମିଲ ଥିଲା।

ଏହି ଶତକ ସେ ବିଶ୍ୱର ଦ୍ରୁତତମ କ୍ରିକେଟର ଭାବେ ୧୫ତମ ଦିନିକିଆ ଶତକ ହାସଲ କରିଛନ୍ତି। କ୍ୟାରିୟରର ୮୩ ତମ ଇନିଂସରେ ଏହି ମାଇଲଷ୍ଟୋନକୁ ସ୍ପର୍ଶ କରିଛନ୍ତି ୨୭ ବର୍ଷୀୟ ବ୍ୟାଟର। ତେବେ କୋହଲିଙ୍କୁ ୧୫ ଶତକ କରିବା ପାଇଁ ୧୦୬ ଇନିଂସ ଲାଗିଥିଲା। ବାବରଙ୍କ ପୂର୍ବରୁ ଏହି ରେକର୍ଡ ଥିଲା ପୂର୍ବତନ ଦକ୍ଷିଣ ଆଫ୍ରିକୀୟ ବ୍ୟାଟର ହାଶିମ ଆମଲାଙ୍କ ନାମରେ। ସେ ୮୬ତମ ଇନିଂସରେ ଏହି ସଫଳତା ପାଇଥିଲେ। ଡେଭିଡ୍‌ ଓ୍ବାର୍ନର ଏବଂ ଶିଖର ଧାଓ୍ବନ ୧୦୮ତମ ଇନିଂସରେ ୧୫ତମ ଶତକ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri