Posted inଖେଳ

କୋହଲିଙ୍କୁ ପଛରେ ପକାଇଲେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌

କଲମ୍ବୋ,୧୭।୭: ଶ୍ରୀଲଙ୍କା ବିପକ୍ଷ ଗାଲେ ଟେଷ୍ଟରେ ପାକିସ୍ତାନର ସ୍ଥିତି ଖରାପ ରହିଛି। ପ୍ରଥମ ଇନିଂସରେ ଶ୍ରୀଲଙ୍କା ୨୨୨ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ପାକିସ୍ତାନ ୯ ଉଇକେଟ ହରାଇ ଏପର୍ଯ୍ୟନ୍ତ ୧୭୬ ରନ୍‌ କରିଛି। ପାକିସ୍ତାନ ପକ୍ଷରୁ ଅଧିନାୟକ ବାବର ଆଜମ ପଡ଼ିଆରେ ଜବରଦସ୍ତ ପ୍ରଦର୍ଶନ କରିଛନ୍ତି। ସେ ୨୦୨ ବଲ୍‌ ଖେଲି ୮୩ ରନ୍‌ର ପାଳି ଖେଳିଥିଲେ। ଏହି ମ୍ୟାଚରେ ସେ ୨୧ ରନ ସ୍କୋର କରିବା ମାତ୍ରେ ବାବର ଏକ ସ୍ବତନ୍ତ୍ର ରେକର୍ଡ ହାସଲ କରିଥିଲେ। ସେ ଅନ୍ତର୍ଜାତୀୟ କ୍ରିକେଟରେ ୧୦,୦୦୦ ରନ ସ୍କୋର କରିବାରେ ଦ୍ରୁତତମ ଏସୀୟ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ଏହି ପରିପ୍ରେକ୍ଷୀରେ ସେ ବିରାଟ କୋହଲିଙ୍କୁ ପଛରେ ପକାଇ ଥିଲେ।
ବାବର ସମସ୍ତ ତିନୋଟି ଫର୍ମାଟକୁ ମିଶାଇ ୨୨୮ ଇନିଂସରେ ୧୦ ହଜାର ରନ ପୂରଣ କରିଥିଲେ। ଏଥି ସହିତ କୋହଲି ୨୩୨ ଇନିଂସରେ ଏହା କରିଥିଲେ। ୨୪୩ ଇନିଂସରେ ଅନ୍ତର୍ଜାତୀୟ କ୍ରିକେଟରେ ସୁନୀଲ ଗାଭାସ୍କର ୧୦,୦୦୦ ରନ ପୂରଣ କରିଥିଲେ। ଅନ୍ତର୍ଜାତୀୟ କ୍ରିକେଟରେ ୧୦,୦୦୦ ରନ ପୂରଣ କରିବାରେ ବାବର ହେଉଛି ଏକାଦଶ ପାକିସ୍ତାନୀ ବ୍ୟାଟ୍ସମ୍ୟାନ। ତେବେ ସେ ଏହା କରିବାରେ ଦ୍ରୁତତମ ପାକିସ୍ତାନୀ ବ୍ୟାଟ୍ସମ୍ୟାନ ଅଟନ୍ତି।

୧୦,୦୦୦ ଅନ୍ତର୍ଜାତୀୟ ରନ ସ୍କୋର କରିବାରେ ଦ୍ରୁତତମ ଏସୀୟ ବ୍ୟାଟ୍ସମ୍ୟାନ
ବାବର ଆଜାମ ୨୨୮
ବିରାଟ କୋହଲି ୨୩୨
ସୁନୀଲ ଗାଭାସ୍କର ୨୪୩
ଜାଭେଦ ମିଆଣ୍ଡାଡ ୨୪୮
ସୌରଭ ଗାଙ୍ଗୁଲି ୨୫୩


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri