Posted inଖେଳ

କୋହଲିଙ୍କୁ ପଛରେ ପକାଇଲେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌

କଲମ୍ବୋ,୧୭।୭: ଶ୍ରୀଲଙ୍କା ବିପକ୍ଷ ଗାଲେ ଟେଷ୍ଟରେ ପାକିସ୍ତାନର ସ୍ଥିତି ଖରାପ ରହିଛି। ପ୍ରଥମ ଇନିଂସରେ ଶ୍ରୀଲଙ୍କା ୨୨୨ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ପାକିସ୍ତାନ ୯ ଉଇକେଟ ହରାଇ ଏପର୍ଯ୍ୟନ୍ତ ୧୭୬ ରନ୍‌ କରିଛି। ପାକିସ୍ତାନ ପକ୍ଷରୁ ଅଧିନାୟକ ବାବର ଆଜମ ପଡ଼ିଆରେ ଜବରଦସ୍ତ ପ୍ରଦର୍ଶନ କରିଛନ୍ତି। ସେ ୨୦୨ ବଲ୍‌ ଖେଲି ୮୩ ରନ୍‌ର ପାଳି ଖେଳିଥିଲେ। ଏହି ମ୍ୟାଚରେ ସେ ୨୧ ରନ ସ୍କୋର କରିବା ମାତ୍ରେ ବାବର ଏକ ସ୍ବତନ୍ତ୍ର ରେକର୍ଡ ହାସଲ କରିଥିଲେ। ସେ ଅନ୍ତର୍ଜାତୀୟ କ୍ରିକେଟରେ ୧୦,୦୦୦ ରନ ସ୍କୋର କରିବାରେ ଦ୍ରୁତତମ ଏସୀୟ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ଏହି ପରିପ୍ରେକ୍ଷୀରେ ସେ ବିରାଟ କୋହଲିଙ୍କୁ ପଛରେ ପକାଇ ଥିଲେ।
ବାବର ସମସ୍ତ ତିନୋଟି ଫର୍ମାଟକୁ ମିଶାଇ ୨୨୮ ଇନିଂସରେ ୧୦ ହଜାର ରନ ପୂରଣ କରିଥିଲେ। ଏଥି ସହିତ କୋହଲି ୨୩୨ ଇନିଂସରେ ଏହା କରିଥିଲେ। ୨୪୩ ଇନିଂସରେ ଅନ୍ତର୍ଜାତୀୟ କ୍ରିକେଟରେ ସୁନୀଲ ଗାଭାସ୍କର ୧୦,୦୦୦ ରନ ପୂରଣ କରିଥିଲେ। ଅନ୍ତର୍ଜାତୀୟ କ୍ରିକେଟରେ ୧୦,୦୦୦ ରନ ପୂରଣ କରିବାରେ ବାବର ହେଉଛି ଏକାଦଶ ପାକିସ୍ତାନୀ ବ୍ୟାଟ୍ସମ୍ୟାନ। ତେବେ ସେ ଏହା କରିବାରେ ଦ୍ରୁତତମ ପାକିସ୍ତାନୀ ବ୍ୟାଟ୍ସମ୍ୟାନ ଅଟନ୍ତି।

୧୦,୦୦୦ ଅନ୍ତର୍ଜାତୀୟ ରନ ସ୍କୋର କରିବାରେ ଦ୍ରୁତତମ ଏସୀୟ ବ୍ୟାଟ୍ସମ୍ୟାନ
ବାବର ଆଜାମ ୨୨୮
ବିରାଟ କୋହଲି ୨୩୨
ସୁନୀଲ ଗାଭାସ୍କର ୨୪୩
ଜାଭେଦ ମିଆଣ୍ଡାଡ ୨୪୮
ସୌରଭ ଗାଙ୍ଗୁଲି ୨୫୩


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ଅସୁସ୍ଥ ମହିଳାଙ୍କୁ ବଳାତ୍କାର ଉଦ୍ୟମ କଲାବେଳେଯୁବକଙ୍କୁ ମାଡ଼ିବସିଲେ ଲୋକେ: ବହେ ଛେଚିଲେ

ପୁରୀ,୧୦।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅନ୍ତର୍ଗତ ଜଳକବର ନିକଟରେ ଜଣେ ମାନସିକ ଅସୁସ୍ଥ ମହିଳାଙ୍କୁ ଜଣେ ନିଶାସକ୍ତ ଯୁବକ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗକୁ ନେଇ…

ଏନକ୍ଲୋଜର୍ ଭିତରକୁ ପଶିଗଲେ ବ୍ୟକ୍ତି, ଝୁଣି ଖାଇଲା ରକ୍ତମୁଖା ବାଘ, ପୂରା ଘଟଣା ଜାଣିଲେ…

ଲଣ୍ଡନ,୧୧ା୧୦: ଇଂଲଣ୍ଡର ୟର୍କସାୟର୍ ଓ୍ବାଇଲ୍ଡଲାଇଫ୍‌ ପାର୍କରେ ଜଣେ ବ୍ୟକ୍ତି ବାଘ ରହୁଥିବା ଏନକ୍ଲୋଜର୍ (ଖୁଆଡ଼) ଭିତରକୁ ପଶିଯିବା ପରେ ବାଘ ଆକ୍ରମଣର ଶିକାର ହୋଇ ପ୍ରାଣ ହରାଇଛନ୍ତି।…

ଶୁକ୍ର-ମଙ୍ଗଳଙ୍କ ଯୋଗରେ ବଡ଼ ପରିବର୍ତ୍ତନ! ମେଷ, ମକର ସମେତ ୪ ରାଶିଙ୍କର ହେବ ଧନହାନି, ପାଖରୁ ପଳାଇବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହ ତୁଳା ରାଶିରେ ଏବଂ ମଙ୍ଗଳ ଗ୍ରହ କର୍କଟ ରାଶିରେ ଅବସ୍ଥାନ କରୁଛନ୍ତି। ଶୁକ୍ରଙ୍କୁ ଧନ, ସୁଖ-ସୁବିଧା ଓ ସମ୍ପର୍କର…

ସ୍କୁଟି ଧକ୍କାରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

ବଲାଙ୍ଗୀର, ୧୧।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସଇଁତଳା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ନର୍ସରୀ ନିକଟରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ

ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…

ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ…

ସରକାରଙ୍କ ବଡ଼ ଘୋଷଣା: ବଢିବ ମାସିକ ପେନସନ! ଜାଣନ୍ତୁ କେତେ …

ଲକ୍ଷ୍ନୌ,୧୧।୧୦: ଉତ୍ତରପ୍ରଦେଶର ବୟସ୍କ ନାଗରିକ, ନିରାଶ୍ରିତ ମହିଳା ଓ ଦିବ୍ୟାଙ୍ଗଜନଙ୍କ ପାଇଁ ବଡ଼ ଖବର। ଯୋଗୀ ଆଦିତ୍ୟନାଥ ସରକାର ଏହି ବର୍ଗର ହିତାଧିକାରୀଙ୍କୁ ମିଳୁଥିବା ପେନସନ ରାଶି…

ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ

ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?