Posted inଖେଳ

ବାବର ଆଜମଙ୍କୁ ଅଧିନାୟକ ପାଠ ପଢାଇଲେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୧୯।୧୦:  ଭାରତର ପୂର୍ବତନ ଓପନର୍‌ ବ୍ୟାଟ୍ସମ୍ୟାନ ଗୌତମ ଗମ୍ଭୀର ପାକିସ୍ତାନ ଅଧିନାୟକ ବାବର ଆଜମଙ୍କୁ ପ୍ରଶଂସା କରିଥିଲେ। ସେ ବାବରଙ୍କ ବ୍ୟାଟିଂ କୌଶଳକୁ ମଧ୍ୟ ବହୁତ ପ୍ରଶଂସା କରିଥିଲେ। କିନ୍ତୁ ନିକଟରେ ଏକ ସାକ୍ଷାତକାରରେ ଗୌତମ ଗମ୍ଭୀର ବାବର ଆଜମଙ୍କୁ ତାଙ୍କ ଶୈଳୀ ପରିବର୍ତ୍ତନ କରିବାକୁ ପରାମର୍ଶ ଦେଇଛନ୍ତି।
ଏକ ସାକ୍ଷାତକାରରେ ଗୌତମ ଗମ୍ଭୀର କହିଛନ୍ତି, ମୁଁ ଭାବୁଛି ବାବରଙ୍କୁ ବ୍ୟକ୍ତିତ୍ୱ, ଖେଳ ଏବଂ ଗୁରୁତ୍ୱପୂର୍ଣ୍ଣ ଭାବରେ ତାଙ୍କ ମାନସିକତାରେ ପରିବର୍ତ୍ତନ କରିବାକୁ ପଡିବ। ପାକିସ୍ତାନରେ ଆକ୍ରମଣାତ୍ମକ ବ୍ୟାଟ୍ସମ୍ୟାନ ଇତିହାସ ରହିଛି, ସେ ଶହିଦ ଆଫ୍ରିଦି ହୁଅନ୍ତୁ, ଇମ୍ରାନ ନାଜିର, ସୟଦ ଅନୱାର କିମ୍ବା ଆମିର ସୋହେଲ। ବର୍ତ୍ତମାନର ଦଳର ଟପ- ଅର୍ଡର ବ୍ୟାଟ୍ସମ୍ୟାନ ମଧ୍ୟ ସମସ୍ତେ ସମାନ ମୋଡରେ ବ୍ୟାଟିଂ କରନ୍ତି। ଯଦି କାହାକୁ ଦାୟିତ୍ୱ ନେବାକୁ ପଡିବ, ତେବେ ସେ ଅଧିନାୟକ ହେବା ଉଚିତ୍‌।
ବାବର ଏବଂ ପାକିସ୍ତାନୀ କ୍ରିକେଟ ଦଳ ବିଷୟରେ ଗୌତମ ଆହୁରି କହିଛନ୍ତି, ପରିସଂଖ୍ୟାନକୁ ଦେଖିବାର କୌଣସି ଅର୍ଥ ନାହିଁ। ଆପଣ ପାକିସ୍ତାନ ପାଇଁ ସର୍ବାଧିକ ରନ ସ୍କୋରର୍‌ ହୋଇପାରିବେ, କିନ୍ତୁ ଟୁର୍ନାମେଣ୍ଟ ଜିତିବା ଦ୍ୱାରା ଉତ୍ତରାଧିକାରୀ ସୃଷ୍ଟି ହୋଇଛି, ରେକର୍ଡ ନୁହେଁ। ୱାସିମ ଆକ୍ରମ ୧୯୯୨ ବିଶ୍ୱକପ ଫାଇନାଲରେ ତିନୋଟି ଉଇକେଟ ନେଇଥିଲେ। ସେ ପାଞ୍ଚଟି ଉଇକେଟ ମଧ୍ୟ ନେଇ ନ ଥିଲେ, ତଥାପି ସମସ୍ତେ ତାଙ୍କ ବିଷୟରେ କଥାବାର୍ତ୍ତା ହୋଇଥିଲେ କାରଣ ସେ ବିଶ୍ୱକପ ଜିତାଇଥିଲେ। ତେଣୁ ବିଶ୍ୱକପ୍‌ ଜିତାଇବାକୁ ବାବରଙ୍କୁ ନିଜ ଶୈଳୀରେ ପରିବର୍ତ୍ତନ କରିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଧୋନୀ ମୋ ବାପାଙ୍କ ଭଳି…କିଛି ଏଭଳି କହିଲେ…

ନୂଆଦିଲ୍ଲୀ,୪।୫: ୨୦୨୨ରେ ପ୍ରଥମ ଥର ଆଇପିଏଲ୍‌ ଖେଳିଥିବା ମଥିଶା ପଥିରାନା ନିଜର ବୋଲିଂକୁ ନେଇ ‘ବେବି ମଲିଙ୍ଗା’ ନାମରେ ଖ୍ୟାତ। ଶ୍ରୀଲଙ୍କା ଅଣ୍ଡର ୧୯ ଟିମ୍‌ରେ...

‘ଓ୍ବାର୍ନର ୭୦% ଭାରତୀୟ, ୩୦% ଅଷ୍ଟ୍ରେଲିୟ’

ନୂଆଦିଲ୍ଲୀ,୪।୫: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ତଥା ବର୍ତ୍ତମାନ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଆଇପିଏଲ୍‌ ଖେଳୁଥିବା ଡେଭିଡ୍‌ ଓ୍ବାର୍ନରଙ୍କୁ ଭାରତ କେତେ ପସନ୍ଦ, ସମସ୍ତେ ତାହା ଜାଣନ୍ତି।...

‘ହତାଶ ହୋଇପଡ଼ିଛନ୍ତି ପାଣ୍ଡ୍ୟା,ଅଛନ୍ତି ଚାପରେ’

ନୂଆଦିଲ୍ଲୀ,୪।୫: ହାର୍ଦ୍ଦିକ ପାଣ୍ଡ୍ୟା ଥକି ଯାଇଥିବା, ହତାଶ ଏବଂ ଚାପରେ ଥିବା ଭଳି ଦୃଶ୍ୟମାନ ହେଉଛନ୍ତି। କିଛି ଏଭଳି କହିଛନ୍ତି ପୂର୍ବତନ ଅଷ୍ଟ୍ରେଲିୟ କ୍ରିକେଟର ଆରୋନ...

ଇଣ୍ଡିଆନ୍‌ ସୁପର ଲିଗ୍‌: ମୁମ୍ବାଇ ସିଟି ଏଫ୍‌ସି ଚାମ୍ପିୟନ

କୋଲକାତା,୪ା୫: ଇଣ୍ଡିଆନ୍‌ ସୁପର ଲିଗ(ଆଇଏସ୍‌ଏଲ୍‌)ର ଦଶମ ସଂସ୍କରଣରେ ଡିଫେଣ୍ଡିଂ ଚାମ୍ପିୟନ ମୋହନ ବାଗାନ ସୁପର ଜାଏଣ୍ଟ୍ସକୁ ୩-୧ରେ ହରାଇ ଟାଇଟଲ ହାସଲ କରିଛି ମୁମ୍ବାଇ ସିଟି...

ପାଣ୍ଡ୍ୟା-ବୁମ୍‌ରାଙ୍କୁ ଛାଡ଼ନ୍ତୁ, ଟିମ୍‌ ଇଣ୍ଡିଆର ଚିନ୍ତା ବଢ଼ାଇଲେଣି ରୋହିତ ଶର୍ମା…

ନୂଆଦିଲ୍ଲୀ,୪।୫: ଟି୨୦ ବିଶ୍ୱକପ୍‌ରେ ଜୁନ୍‌ ୫ରୁ ନିଜର ଅଭିଯାନ ଆରମ୍ଭ କରିବ ଟିମ୍‌ ଇଣ୍ଡିଆ। ପ୍ରଥମ ମ୍ୟାଚ୍‌ରେ ଦଳ ଆର୍ୟଲ୍ୟାଣ୍ଡକୁ ଭେଟିବ। ତେବେ ଏହା ପୂର୍ବରୁ...

ସଫେଇ ଦେଲେ ଚେସ ଚାମ୍ପିଅନ କାସପାରୋଭ

ନୂଆଦିଲ୍ଲୀ,୪।୫: ରୁଷିଆର ମହାନ ଚେସ ଖେଳାଳି ଗ୍ୟାରି କାସପାରୋଭ ନିକଟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିଷୟରେ ଏକ ସୋସିଆଲ ମିଡିଆ ପୋଷ୍ଟ କରିଥିଲେ। ବର୍ତ୍ତମାନ...

ରାହୁଲଙ୍କୁ ଟାର୍ଗେଟ କଲେ ଚେସ ଚାମ୍ପିଅନ ଗ୍ୟାରି କାସପାରୋଭ, କହିଲେ ପ୍ରଥମେ ରାଏବରେଲିରେ ଜିତିକି ଦେଖାନ୍ତୁ…

ନୂଆଦିଲ୍ଲୀ,୪।୫: ଆନ୍ତର୍ଜାତୀୟ ଖେଳାଳି ତଥା ପୂର୍ବତନ ବିଶ୍ୱ ଚାମ୍ପିଅନ ଗ୍ୟାରି କାସପାରୋଭଙ୍କ ଏକ ପୋଷ୍ଟ ରାଜନୈତିକ ଆଲୋଡ଼ନ ସୃଷ୍ଟି କରିଛି। ସେ ରାଏବରେଲିରୁ ଲୋକ ସଭା...

ଟି୨୦ ବିଶ୍ୱକପ୍‌: ଶ୍ରୀନାଥଙ୍କୁ ମିଳିଲା ପୁଣି ଗୁରୁଦାୟିତ୍ୱ

ଦୁବାଇ, ୪ା୫: ଆସନ୍ତା ମାସରେ ଆମେରିକା ଓ ଓ୍ବେଷ୍ଟଇଣ୍ଡିଜରେ ଅନୁଷ୍ଠିତ ହେଉଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଆଇସିସି ମ୍ୟାଚ ରେଫରି ଜାଭାଗଲ ଶ୍ରୀନାଥଙ୍କ ସମେତ ଅମ୍ପାୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri