Posted inଖେଳ

ବାବରଙ୍କ ଶତକ: ପାକିସ୍ତାନ ୩୧୭/୫

କରାଚୀ, ୨୭ା୧୨: ସ୍ଥାନୀୟ ନ୍ୟାଶନାଲ ଷ୍ଟାଡିୟମରେ ସୋମବାର ଭ୍ରମଣକାରୀ ନ୍ୟୁଜିଲାଣ୍ଡ ଓ ଆୟୋଜକ ପାକିସ୍ତାନ କ୍ରିକେଟ ଦଳ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ ଆରମ୍ଭ ହୋଇଛି। ପାକିସ୍ତାନ ଅଧିନାୟକ ବାବର ଆଜମ ଟସ୍‌ ଜିତିବା ପରେ ଶୁଷ୍କ ଓ ଧିମା ଉଇକେଟରେ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେବା ପରେ ସୋମବାର ଖେଳ ଶେଷସୁଦ୍ଧା ୫ ଉଇକେଟ ବିନିମୟରେ ଦଳ ୩୧୭ ରନ୍‌ କରିଛି।
ଘରୋଇ ଦଳ ପ୍ରଥମେ ପ୍ରାରମ୍ଭିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା ଦଳ ଏକଦା ମାତ୍ର ୪୮ ରନ୍‌ରେ ଏହାର ୩ ଉଇକେଟ ହରାଇ ସାରିଥିଲା। ତେବେ ବାବର ଆଜମଙ୍କ ଅପରାଜିତ ଶତକ ଏବଂ ଡାକରା ପାଇ ଦଳରେ ସାମିଲ ହୋଇଥିବା ସର୍ଫରାଜ ଅହମ୍ମଦ (୮୬ ରନ୍‌) ପାର୍ଟନରଶିପ୍‌ରେ ୧୯୬ ରନ୍‌ ଯୋଗକରି ଦଳର ସ୍ଥିତିରେ ସୁଧାର ଆଣିଥିଲେ। ବାବରଙ୍କ ଏହା ହେଉଛି ୯ମ ଟେଷ୍ଟ ଶତକ। ସେ ୧୬୧ ରନ୍‌ କରି ଅପରାଜିତ ରହିଛନ୍ତି। ସେ ୧୬ ଚୌକା ଓ ଗୋଟିଏ ଛକା ଲଗାଇଛନ୍ତି। ସୋମବାର ଷ୍ଟମ୍ପ ଅପସାରଣ ବେଳକୁ ତାଙ୍କ ସହିତ ଆଘା ସଲମନ ୩ ରନ୍‌ କରି କ୍ରିଜ୍‌ରେ ରହିଛନ୍ତି।
ମ୍ୟାଚ୍‌ ପାଇଁ ନିକଟରେ ଇଂଲଣ୍ଡଠାରୁ ୩-୦ରେ ସିରିଜ ହାରିଥିବା ପାକିସ୍ତାନ ଦଳରେ ୩ ପରିବର୍ତ୍ତନ କରାଯାଇଛି। ଅଲ୍‌ଫର୍ମାଟ ଉଇକେଟ୍‌କିପର ମହମ୍ମଦ ରିଜ୍‌ଓ୍ବାନଙ୍କୁ ବିଶ୍ରାମ ଦିଆଯାଇଥିବା ବେଳେ ତାଙ୍କ ସ୍ଥାନରେ ପୂର୍ବତନ ଅଧିନାୟକ ସର୍ଫରାଜ ଅହମ୍ମଦଙ୍କୁ ସାମିଲ କରାଯାଇଛି। ୨୦୧୮ ପରେ ଏହା ହେଉଛି ତାଙ୍କର ପ୍ରଥମ ଟେଷ୍ଟ ମ୍ୟାଚ। ମୀର୍‌ ହାମ୍‌ଜାଙ୍କୁ ମଧ୍ୟ ଚୂଡ଼ାନ୍ତ ଏକାଦଶରେ ନିଆଯାଇଛି। ଏହି ବାମହାତୀ ଫାଷ୍ଟ ବୋଲର ଏହା ପୂର୍ବରୁ ଏକମାତ୍ର ଟେଷ୍ଟ ମ୍ୟାଚ୍‌ ୨୦୧୮ରେ ଆବୁଧାବିଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳିଥିଲେ। ଓପ୍‌ନିଂ ବ୍ୟାଟର ଇମାମ୍‌-ଉଲ୍‌ ହକ୍‌ ମଧ୍ୟ ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ହାମ୍‌ଷ୍ଟ୍ରିଙ୍ଗ୍‌ ଇଞ୍ଜୁରି ଯୋଗୁ ଇଂଲଣ୍ଡ ବିପକ୍ଷରେ ପାକିସ୍ତାନର ୮ଉଇକେଟ ପରାଜୟ ମ୍ୟାଚରେ ସେ ଖେଳି ନ ଥିଲେ। ଇଂଲଣ୍ଡ ବିପକ୍ଷ ଅନ୍ତିମ ଟେଷ୍ଟରୁ ଆଝାର ଅଲି ଅବସର ନେଇଥିବାରୁ ଶାନ୍‌ ମାସୁଦ ୩ ନମ୍ବର ସ୍ଥାନରେ ବ୍ୟାଟିଂ କରୁଛନ୍ତି।
ସଂକ୍ଷିପ୍ତ ସ୍କୋର
ପାକିସ୍ତାନ ପ୍ରଥମ ଇନିଂସ: ୩୧୭/୫ (ବାବର ଆଜମ-୧୬୧*, ସର୍ଫରାଜ ଅହମ୍ମଦ-୮୬; ମାଇକେଲ ବ୍ରେସ୍‌ଓ୍ବେଲ-୨/୬୧, ଏଜାଜ ପଟେଲ-୨/୯୧)।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri