Posted inଖେଳ

ବାବରଙ୍କ ଶତକ: ପାକିସ୍ତାନର ଦମ୍‌ଦାର ବିଜୟ

ସେଞ୍ଚୁରିୟନ,୧୫।୪: ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଟି୨୦ ମ୍ୟାଚ୍‌ରେ ଭ୍ରମଣକାରୀ ପାକିସ୍ତାନ ୯ ଉଇକେଟରେ ବିଜୟ ହାସଲ କରିଛି। ସ୍ଥାନୀୟ ସୁପର ସ୍ପୋର୍ଟ ପାର୍କ ଗ୍ରାଉଣ୍ଡରେ ବୁଧବାର ଅନୁଷ୍ଠିତ ଏହି ହାଇସ୍କୋରିଂ ମୁକାବିଲାରେ ଅଧିନାୟକ ବାବର ଆଜମଙ୍କ ଦ୍ରୁତ ଶତକ ସହାୟତାରେ ପାକିସ୍ତାନ ଦୁଇ ଓଭର ବାକି ରଖି ମ୍ୟାଚ୍‌ ହାତେଇ ନେଇଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଦକ୍ଷିଣ ଆଫ୍ରିକା ଜବରଦସ୍ତ ବ୍ୟାଟିଂ କରି ୨୦ ଓଭରରେ ୫ ଉଇକେଟ ହରାଇ ୨୦୩ ରନ ସଂଗ୍ରହ କରିଥିଲା। ଜବାବରେ ପାକିସ୍ତାନ ୧୮ ଓଭରରେ ମାତ୍ର ଗୋଟିଏ ଉଇକେଟ ହରାଇ ୨୦୫ ରନକରି ବାଜି ମାରିଛି। ଏଥିସହିତ ୪ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ପାକିସ୍ତାନ ୨-୧ରେ ଅଗ୍ରଣୀ ହାସଲ କରିଛି। ବାବର ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।
୨୦୪ ରନର କଷ୍ଟସାଧ୍ୟ ଟାର୍ଗେଟର ପିଛା କରି ପାକିସ୍ତାନର ଦୁଇ ଓପନର ବାବର ଆଜମ ଓ କିପର ବ୍ୟାଟ୍ସମ୍ୟାନ ମହମ୍ମଦ ରିଜଓ୍ବାନ ପ୍ରଥମ ଉଇକେଟରେ ୧୯୭ ରନ ସଂଗ୍ରହ କରି ବିଜୟକୁ ସହଜ କରିଥିଲେ। ବାବର ୫୯ ବଲରୁ ୧୫ ଚୌକା ଓ ୪ ଛକା ସହ ୧୨୨ ରନର ଶତକୀୟ ପାଳି ଖେଳି ଲିଜାଡ ଓ୍ବିଲିୟମ୍ସଙ୍କ ବଲ୍‌ରେ ଉଇକେଟକିପର ହେନେରିଚ କ୍ଲସେନଙ୍କୁ କ୍ୟାଚ୍‌ ଦେଇ ଆଉଟ ହୋଇଥିଲେ। ଏଥିସହ ବାବର କ୍ୟାରିୟରର ପ୍ରଥମ ଟି୨୦ ଶତକ ହାସଲ କରିଛନ୍ତି। ରିଜଓ୍ବାନ ୭୩ (୪୭ ବଲ, ୫ ଚୌକା, ୨ ଛକା) ଓ ଫଖର ଜମାନ ୮ ରନକରି ଅପରାଜିତ ରହିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ଘରୋଇ ଦଳ ତରଫରୁ ଓପନର ଜାନେମନ ମଲାନ ୫୫, ଏଡେନ ମାରକ୍ରାମ ୬୩ ରନ (୬ ଚୌକା, ୪ ଛକା), ଜର୍ଜ ଲିଣ୍ଡେ ୨୨, କ୍ଲାସେନ ୧୫, ଆଣ୍ଡିଲ ଫେଲୁକ୍ୱାୟୋ ୧୧ ରନକରି ଆଉଟ ହୋଇଥିବା ବେଳେ ରାସି ଭାନ ଡେର ଡୁସେନ ୩୪ ରନ କରି ଅପରାଜିତ ରହିଥିଲେ। ପାକିସ୍ତାନ ତରଫରୁ ବୋଲିଂରେ ମହମ୍ମଦ ନଓ୍ବାଜ ୨, ଶାହିନ ଶାହା ଆଫ୍ରିଦି, ହାସନ ଅଲି ଓ ଫହିମ ଆଶ୍ରଫ୍‌ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଦକ୍ଷିଣ ଆଫ୍ରିକା ୨୦ ଓଭରରେ ୨୦୩/୫
(ମାରକ୍ରାମ- ୬୩, ମଲାନ- ୫୫, ଡୁସେନ- ୩୪*, ଲିଣ୍ଡେ- ୨୨, କ୍ଲାସେନ- ୧୫, ନଓ୍ବାଜ- ୨/୩୮, ଆଫ୍ରିଦି- ୧/୩୯, ହାସନ- ୧/୪୭, ଆଶ୍ରଫ- ୧/୩୭)।
ପାକିସ୍ତାନ ୧୮ ଓଭରରେ ୨୦୫
(ବାବର- ୧୨୨, ରିଜଓ୍ବାନ- ୭୩*, ଜମାନ- ୮*, ଓ୍ବିଲିୟମ୍ସ- ୧/୩୪)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଟି-୨୦ ବିଶ୍ୱକପ୍‌ରୁ ଅଷ୍ଟ୍ରେଲିଆ ଆଉଟ୍: ବର୍ଷା ସାଜିଲା ବାଧକ, ସୁପର-୮ରେ ଜିମ୍ବାୱେ

ନୂଆଦିଲ୍ଲୀ,୧୭।୨: ଟି-୨୦ ବିଶ୍ୱକପ୍‌ରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପାଲେକେଲେରେ ଜିମ୍ବାୱେ ଏବଂ ଆୟରଲାଣ୍ଡ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି।…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

ପ୍ରେମାନନ୍ଦ ଜୀ ମହାରାଜଙ୍କ ଶରଣ ନେଲେ ବିରୁଷ୍କା

ନୂଆଦିଲ୍ଲୀ,୧୭।୨: ଭାରତୀୟ ଷ୍ଟାର କ୍ରିକେଟର ବିରାଟ କୋହଲି ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କ ସହିତ ପ୍ରେନାନନ୍ଦଜୀ ମହାରାଜଙ୍କ ଦର୍ଶନ ପାଇଁ ଆସିଛନ୍ତି। ଏହା ପ୍ରଥମ ଥର ନୁହେଁ…

ଆଜି ଏହି ୨ଟି ଦଳ T20 World Cup Super-8 ପାଇଁ ଟିକେଟ ପାଇପାରନ୍ତି, ପୂର୍ବରୁ ୫ଦଳକୁ ମିଳି ସାରିଛି ଏଣ୍ଟ୍ରି

ନୂଆଦିଲ୍ଲୀ,୧୭।୨: ୨୦୨୬ ଟି-୨୦ ବିଶ୍ୱକପ ଯାତ୍ରା ଆରମ୍ଭ ହୋଇଥିଲା ୨୦ଟି ଦଳକୁ ପାଞ୍ଚଟି ଲେଖାଏଁ ଗ୍ରୁପରେ ରଖାଯାଇ। ଏବେ ଗ୍ରୁପ ପର୍ଯ୍ୟାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି, ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri