Posted inଖେଳ

ବାବରଙ୍କ ଶତକ: ପାକିସ୍ତାନର ଦମ୍‌ଦାର ବିଜୟ

ସେଞ୍ଚୁରିୟନ,୧୫।୪: ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଟି୨୦ ମ୍ୟାଚ୍‌ରେ ଭ୍ରମଣକାରୀ ପାକିସ୍ତାନ ୯ ଉଇକେଟରେ ବିଜୟ ହାସଲ କରିଛି। ସ୍ଥାନୀୟ ସୁପର ସ୍ପୋର୍ଟ ପାର୍କ ଗ୍ରାଉଣ୍ଡରେ ବୁଧବାର ଅନୁଷ୍ଠିତ ଏହି ହାଇସ୍କୋରିଂ ମୁକାବିଲାରେ ଅଧିନାୟକ ବାବର ଆଜମଙ୍କ ଦ୍ରୁତ ଶତକ ସହାୟତାରେ ପାକିସ୍ତାନ ଦୁଇ ଓଭର ବାକି ରଖି ମ୍ୟାଚ୍‌ ହାତେଇ ନେଇଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଦକ୍ଷିଣ ଆଫ୍ରିକା ଜବରଦସ୍ତ ବ୍ୟାଟିଂ କରି ୨୦ ଓଭରରେ ୫ ଉଇକେଟ ହରାଇ ୨୦୩ ରନ ସଂଗ୍ରହ କରିଥିଲା। ଜବାବରେ ପାକିସ୍ତାନ ୧୮ ଓଭରରେ ମାତ୍ର ଗୋଟିଏ ଉଇକେଟ ହରାଇ ୨୦୫ ରନକରି ବାଜି ମାରିଛି। ଏଥିସହିତ ୪ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ପାକିସ୍ତାନ ୨-୧ରେ ଅଗ୍ରଣୀ ହାସଲ କରିଛି। ବାବର ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।
୨୦୪ ରନର କଷ୍ଟସାଧ୍ୟ ଟାର୍ଗେଟର ପିଛା କରି ପାକିସ୍ତାନର ଦୁଇ ଓପନର ବାବର ଆଜମ ଓ କିପର ବ୍ୟାଟ୍ସମ୍ୟାନ ମହମ୍ମଦ ରିଜଓ୍ବାନ ପ୍ରଥମ ଉଇକେଟରେ ୧୯୭ ରନ ସଂଗ୍ରହ କରି ବିଜୟକୁ ସହଜ କରିଥିଲେ। ବାବର ୫୯ ବଲରୁ ୧୫ ଚୌକା ଓ ୪ ଛକା ସହ ୧୨୨ ରନର ଶତକୀୟ ପାଳି ଖେଳି ଲିଜାଡ ଓ୍ବିଲିୟମ୍ସଙ୍କ ବଲ୍‌ରେ ଉଇକେଟକିପର ହେନେରିଚ କ୍ଲସେନଙ୍କୁ କ୍ୟାଚ୍‌ ଦେଇ ଆଉଟ ହୋଇଥିଲେ। ଏଥିସହ ବାବର କ୍ୟାରିୟରର ପ୍ରଥମ ଟି୨୦ ଶତକ ହାସଲ କରିଛନ୍ତି। ରିଜଓ୍ବାନ ୭୩ (୪୭ ବଲ, ୫ ଚୌକା, ୨ ଛକା) ଓ ଫଖର ଜମାନ ୮ ରନକରି ଅପରାଜିତ ରହିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ଘରୋଇ ଦଳ ତରଫରୁ ଓପନର ଜାନେମନ ମଲାନ ୫୫, ଏଡେନ ମାରକ୍ରାମ ୬୩ ରନ (୬ ଚୌକା, ୪ ଛକା), ଜର୍ଜ ଲିଣ୍ଡେ ୨୨, କ୍ଲାସେନ ୧୫, ଆଣ୍ଡିଲ ଫେଲୁକ୍ୱାୟୋ ୧୧ ରନକରି ଆଉଟ ହୋଇଥିବା ବେଳେ ରାସି ଭାନ ଡେର ଡୁସେନ ୩୪ ରନ କରି ଅପରାଜିତ ରହିଥିଲେ। ପାକିସ୍ତାନ ତରଫରୁ ବୋଲିଂରେ ମହମ୍ମଦ ନଓ୍ବାଜ ୨, ଶାହିନ ଶାହା ଆଫ୍ରିଦି, ହାସନ ଅଲି ଓ ଫହିମ ଆଶ୍ରଫ୍‌ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଦକ୍ଷିଣ ଆଫ୍ରିକା ୨୦ ଓଭରରେ ୨୦୩/୫
(ମାରକ୍ରାମ- ୬୩, ମଲାନ- ୫୫, ଡୁସେନ- ୩୪*, ଲିଣ୍ଡେ- ୨୨, କ୍ଲାସେନ- ୧୫, ନଓ୍ବାଜ- ୨/୩୮, ଆଫ୍ରିଦି- ୧/୩୯, ହାସନ- ୧/୪୭, ଆଶ୍ରଫ- ୧/୩୭)।
ପାକିସ୍ତାନ ୧୮ ଓଭରରେ ୨୦୫
(ବାବର- ୧୨୨, ରିଜଓ୍ବାନ- ୭୩*, ଜମାନ- ୮*, ଓ୍ବିଲିୟମ୍ସ- ୧/୩୪)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

ଇଣ୍ଡିଆନ ୟୁନିଭର୍ସିଟିଜ୍‌ ରଗ୍‌ବୀ, ଚେସ୍‌ ଦଳ ଘୋଷିତ

ଭୁବନେଶ୍ୱର, ୨୪।୪(ତପନ ସ୍ବାଇଁ): ଫ୍ରାନ୍ସର ଏକ୍ସେନ-ପ୍ରୋଭିନ୍ସରେ ୨୦୨୪ ଓ୍ବାଲର୍‌ଡ ୟୁନିସର୍ଭିଟି ରଗ୍‌ବୀ ସେଭେନ୍ସ ଚାମ୍ପିୟନଶିପ୍‌ ଜୁନ୍‌ ୧୦ରୁ ୧୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସେହିପରି ଉଗାଣ୍ଡାର...

Video: ଆଉଟ୍‌ ଦେଇଥିବା ଅମ୍ପାୟାରଙ୍କଠାରୁ ‘ପ୍ରତିଶୋଧ’ ନେଲେ ବିରାଟ, ସର୍ବସମ୍ମୁଖରେ କଲେ ଏଭଳି…

ନୂଆଦିଲ୍ଲୀ,୨୩।୪: ବିରାଟ କୋହଲି କ୍ରିକେଟ ମଇଦାନରେ ନିଜର କ୍ରୋଧକୁ ନେଇ ପରିଚିତ। ଖେଳ ସମୟରେ ନିଜ ବିରୋଧୀ ଟିମ୍‌ର ମୁହଁ ଏବଂ ବ୍ୟାଟ୍‌ ଉଭୟର ଉଚିତ...

‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍‌ରେ ପ୍ରଭାବ ପଡ଼ିବ’ 

ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri