ବବିଙ୍କ ଉପରେ ଆଉ ପାଉନି କି ନବୀନଙ୍କ ଭରସା, କମିଟି ତାଲିକାରୁ ହଟିଲା ନାଁ

ଭୁବନେଶ୍ୱର,୨୮ା୯: ବିଜେଡିର ପରାଜୟ ପରେ ଦଳର ପୁରୁଖା ନେତାମାନେ ଏହାର କାରଣ ଖୋଜି ଚାଲିଛନ୍ତି। ଅନ୍ୟପକ୍ଷରେ ଦଳର ମୁଖିଆ ମଧ୍ୟ ସମସ୍ତଙ୍କୁ ଏହାର ହିସାବ ମାଗୁଛନ୍ତି। ଦଳ ପରାଜୟ ବରଣ ପରେ ନବୀନ ଏବେ ଆକ୍ଟିଭ୍‌ ହୋଇଯାଇଛନ୍ତି। ଦଳୀୟ ନେତାମାନଙ୍କୁ ଡାକି ଘନଘନ ବୈଠକ କରୁଛନ୍ତି। ଏହି ବୈଠକରେ ମାନସ ମନ୍ଥନ କରୁଛନ୍ତି ସୁପ୍ରିମୋଙ୍କଠାରୁ ଆରମ୍ଭ କରି ଦଳୀୟ ନେତା।

ଗତ ୨୫ ତାରିଖରେ ବିଜେଡି ତିନି ତିନୋଟି କମିଟି ଘୋଷଣା କରିଥିଲା। ଉପଦେଷ୍ଟା କମିଟି, ସଦସ୍ୟତା ଅଭିଯାନ କମିଟି ଏବଂ କାର୍ଯ୍ୟକ୍ରମ ପରିଚାଳନା କମିଟି। ସବୁଠାରୁ ଆଶ୍ଚର୍ଯ୍ୟର କଥା ଏହି ୩ଟି ଯାକ କମିଟିରେ ଦଳର ପୂର୍ବତନ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏବଂ ଓ ଏମ୍‌ପି ମାନସ ମଙ୍ଗରାଜଙ୍କ ନାଁ ନାହିଁ। ଯାହାକୁ ନେଇ ରାଜନୈତିକ ମହଲରେ ବିଭିନ୍ନ ଚର୍ଚ୍ଚା ହେଉଛି।

କୁହାଯାଉଛି ବବିଙ୍କ ଉପରେ ଆଉ କୁଆଡ଼େ ସୁପ୍ରିମୋଙ୍କ ଭରସା ପାଉନି । ସେଥିପାଇଁ କମିଟି ତାଲିକାରେ ବବିଙ୍କ ନାଁ ନାହିଁ। ସେମିତି ମାନସଙ୍କୁ ମଧ୍ୟ ଅଣଦେଖା କରାଯାଉଥିବା ଚର୍ଚ୍ଚା ହେଉଛି।

ଅନ୍ୟପକ୍ଷରେ ଏହି ହାରିବାକୁ ନେଇ ଏକ ବଡ଼ ବୟାନ ଦେଇଥିଲେ ବୌଦ୍ଧ ଜିଲା କଣ୍ଟାମାଳର ପୂର୍ବତନ ବିଧାୟକ ମହୀଧର ରଣା। ସେ କହିଥିଲେ, ଆମ ନିଜ ନିଜ ଭିତରେ ଆକ୍ରୋଶ ମନୋଭାବ ରହିଲା। ଯେଉଁଥିପାଇଁ ଦଳ ପରାଜିତ ହେଲା। ଏଥିସହିତ ନିର୍ବାଚନରେ ପଞ୍ଚାୟତ, ବ୍ଲକ ସଭାପତିଙ୍କୁ ସାଂଗଠନିକ ଦାୟିତ୍ୱ ଦିଆଗଲାନାହିଁ। ଦାୟିତ୍ୱ ଓ ଗୁରୁତ୍ୱ ଦିଆ ନ ଯିବାରୁ ଦଳ ହାରିଗଲା। ସବୁଠୁ ବଡ଼ କାରଣ ହେଲା ଭାଜପା ତୁଳନାରେ ବିଜେଡିର ନିର୍ବାଚନୀ ଇସ୍ତାହାର ସେତେଟା ଆଖିଦୃଶିଆ ନ ଥିଲା। ଫଳରେ ଦଳକୁ ପରାଜୟ ଭୋଗିବାକୁ ପଡ଼ିଲା।

ସେହିପରି ପୂର୍ବରୁ ଘସିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର ଦଳର ପରାଜୟ ଉପରେ ଖୋଲାଖୋଲି ନିଜ ମନ୍ତବ୍ୟ ଦେଇଥିଲେ। ଯାହାକୁ ନେଇ ବେଶ୍‌ ଚର୍ଚ୍ଚା ହୋଇଥିଲା। ସେ କହିଥିଲେ, ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ନ ବୁଲିବା କାରଣରୁ ବିଜେଡି ପରାଜୟବରଣ କରିଛି। ବିଜେଡିର ସବୁ ସ୍ଥାନରେ ଭୋଟ ଅଛି, କିନ୍ତୁ ନବୀନ ବୁଲିଲେନି। ନବୀନ ସମୟ ଦେଇ ନ ପାରିବାରୁ କିଛି ସ୍ଥାନରେ ସଂଗଠନ କ୍ଷତିଗ୍ରସ୍ତ ହେଲା। ସେ ଆଉଥରେ ବୁଲିଲେ ସଂଗଠନ ଫେରିଆସିବ ବୋଲି ଆଶା ରହିଛି।

ଏହାପୂର୍ବରୁ ବିଜେଡି ନେତା ପ୍ରଦୀପ ମାଝୀ ବିଜେଡି ପରାଜୟ ପାଇଁ ୩ କାରଣକୁ ଦାୟୀ କରିଥିଲେ। ନିର୍ବାଚନ ପୂର୍ବରୁ ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବା ନେଇ ଚର୍ଚ୍ଚା, ଦଳ ମଧ୍ୟରେ ଥିବା ଅନ୍ତଃକନ୍ଦଳ। ଖରାପ ନିର୍ବାଚନ ପରିଚାଳନାକୁ ସେ ପରାଜୟର ମୁଖ୍ୟ କାରଣ ବୋଲି ସ୍ବୀକାର କରିଛନ୍ତି।

ସୂଚନାଯୋଗ୍ୟ,ଗତ ନିର୍ବାଚନରେ ବିଜେଡିର ବଡ଼ ପରାଜୟ ପରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଦଳୀୟ ନେତାଙ୍କ ସହ ପ୍ରାୟତଃ ଆଲୋଚନା କରୁଛନ୍ତି। ଦଳର ପରାଜୟ ପାଇଁ ନେତାମାନେ ବିଭିନ୍ନ କାରଣକୁ ଦାୟୀ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri