ବବିତା ବରଗଡ଼ର ଗୌରବ: ସମ୍ବର୍ଦ୍ଧିତ କଲେ ଜିଲାପାଳ

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଚାଳିତ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା(ମାଟ୍ରିକ) ପରୀକ୍ଷାଫଳରେ ବରଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର( ଓଡ଼ିଆ ବିଭାଗ)ର ଛାତ୍ରୀ ବବିତା ରଥ ୫୮୪ମାର୍କ(୯୭.୩୩ ପ୍ରତିଶତ) ରଖି ରାଜ୍ୟରେ ଯୁଗ୍ମ ଟପ୍ପର ହୋଇଛନ୍ତି । ଏହି ସଫଳତାରେ ସେ ରାଜ୍ୟରେ ଜିଲା ପାଇଁ ଗୌରବ ଆଣିଛନ୍ତି। ଶନିବାର ଜିଲାପାଳ ଆଦିତ୍ୟ ଗୋୟଲ କୃତୀଛାତ୍ରୀ ବବିତା ଏବଂ ତାଙ୍କ ବାପା ସନ୍ତୋଷଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ମା, ବାପା, ଗୁରୁଜନଙ୍କ ଆଶିର୍ବାଦ ନେଇ ଆଗକୁ ମଧ୍ୟ ଭଲ ପାଠ ପଢିବା ଏବଂ ଜୀବନର ଲକ୍ଷ୍ୟ ପୂରଣ ପାଇଁ ଜିଲାପାଳ ଗୋୟଲ ବବିତାଙ୍କୁ ଉପଦେଶ ଦେଇଥିଲେ । ବରଗଡ଼ ଜିଲା ଶିକ୍ଷା ଅଧିକାରୀ ବିଶ୍ଵନାଥ ସାହୁ, ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ସରୋଜ କୁମାର ଭୁଏ, ବିନୟ ପ୍ରକାଶ ସଏ, ଜିଲା ବିଜ୍ଞାନ ନିରୀକ୍ଷକ ଧିରଜ ପଟ୍ଟନାୟକ ଉପସ୍ଥିତ ରହି ଜିଲାର ଗର୍ବ ଓ ଗୌରବ ବବିତାଙ୍କୁ ଶୁଭେଛା, ଅଭିନନ୍ଦନ ଜଣାଇବା ସହ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ । ସେହିପରି ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର (ଓଡ଼ିଆ ବିଭାଗ)ରେ ମଧ୍ୟ ଶନିବାର ପୂର୍ବାହ୍ନରେ ବବିତାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ବବିତା ମାତୃଭାଷା ଓଡିଆରେ ୯୭, ଇଂରାଜୀରେ ୯୮, ସଂସ୍କୃତରେ ୯୮, ଗଣିତରେ ୯୮, ସାଧାରଣ ବିଜ୍ଞାନରେ ୯୮ ଏବଂ ସାମାଜିକ ବିଜ୍ଞାନରେ ୯୫ ମାର୍କ ରଖିଛନ୍ତି । ଡାକ୍ତର ହେବାକୁ ସେ ଲକ୍ଷ୍ୟ ରଖିଥିବା ବବିତା କହିଛନ୍ତି। ସେ ଆହୁରି କହିଛନ୍ତି, ପଢ଼ିବା ପାଇଁ ସେଭଳି କିଛି ନିର୍ଦ୍ଦିଷ୍ଟ ସମୟସୀମା ଚୂଡ଼ାନ୍ତ କରି ନଥିଲି। ହେଲେ ପ୍ରତ୍ୟେକ ଦିନ ସବୁ ବିଷୟ ପ୍ରତି ଧ୍ୟାନ ଦେଉଥିଲି। ପ୍ରତ୍ୟେକ ବିଷୟ ଉପରେ ପଢ଼ିବା ପାଇଁ ନିୟମିତ ଏକ ଟାର୍ଗେଟ୍‌ ରଖୁଥିଲି ଏବଂ ତାହା ସରିବା ପର୍ଯ୍ୟନ୍ତ ପଢୁଥିଲି। ଆଗରୁ ଉଭୟ ତୃତୀୟ ଓ ପଞ୍ଚମ ଶ୍ରେଣୀରେ ବୃତ୍ତି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛି। ସେହିପରି ପଠାଣୀ ସାମନ୍ତ, ବ୍ରହ୍ମଗୁପ୍ତ ପରୀକ୍ଷାରେ ମଧ୍ୟ କୃତକାର୍ଯ୍ୟ ହୋଇଛି। ସଂସ୍କୃତ ବିଷୟରେ ଶତ ପ୍ରତିଶତ ମାର୍କ ପାଇବି ବୋଲି ଆଶା ରଖିଥିଲି। କିନ୍ତୁ ୯୮ମାର୍କ ରଖିଛି। ବାପା ସନ୍ତୋଷ ଏକ ବହି ଦୋକାନ କରିଥିବା ବେଳେ ମା ରୀନା ଗୃହିଣୀ ଅଟନ୍ତି ବୋଲି ବବିତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri