Posted inଜାତୀୟ

ବାବ୍ରି ଅଭିଯୁକ୍ତଙ୍କୁ ଦୋଷ ମୁକ୍ତ କରାଯାଉ: ଇକବାଲ୍‌ ଅନସାରୀ

ନୂଆଦିଲ୍ଲୀ, ୧୭।୯: ବାବ୍ରି ମସଜିଦ୍‌ ଭଙ୍ଗା ମାମଲାରେ ସିବିଆଇର ସ୍ବତନ୍ତ୍ର କୋର୍ଟ ପକ୍ଷରୁ ଅଭିଯୁକ୍ତ ଲାଲ୍‌କୃଷ୍ଣ ଆଡ଼ଓ୍ବାଣୀ, ମୂରଲୀ ମନୋହର ଯୋଶୀ, କଲ୍ୟାଣ ସିଂ, ବିନୟ କଟିଆର, ମହନ୍ତ ନୃତ୍ୟ ଗୋପାଳ ଦାସ, ସାଧ୍ୱୀ ରିତମ୍ଭରା, ଉମା ଭାରତୀଙ୍କ ସମେତ ୩୨ ଜଣ ଅଭିଯୁକ୍ତଙ୍କୁ ସେପ୍ଟେମ୍ବର ୩୦ରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି। ତେବେ ଏହାକୁ ନେଇ ବାବ୍ରି ମସଜିଦ୍‌ ମାମଲାର ମୁଖ୍ୟ ପକ୍ଷକାର ଇକବାଲ୍‌ ଅନସାରୀ କହିଛନ୍ତି ଯେ, ସୁପ୍ରିମ୍‌କୋର୍ଟଙ୍କ ରାୟ ପରେ ସମସ୍ତ ବିବାଦ ଶେଷ ହୋଇଛି। ମନ୍ଦିର ନିର୍ମାଣ କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଛି। ତେଣୁ ସମସ୍ତ ଅଭିଯୁକ୍ତଙ୍କୁ ଦୋଷ ମୁକ୍ତ କରାଯାଉ। ଏବେ କେତେକ ଅଭିଯୁକ୍ତଙ୍କର ପରଲୋକ ମଧ୍ୟ ହୋଇ ସାରିଛି। ଏହି ସମସ୍ୟାର ଶାନ୍ତିପୂର୍ଣ୍ଣ ସମାଧାନ ହେବା ପରେ ଅଭିଯୁକ୍ତଙ୍କୁ ଦଣ୍ଡାଦେଶ କରିବାର କୌଣସି ଆବଶ୍ୟକତା ନାହିଁ ବୋଲି ସେ କହିଛନ୍ତି। ଏହି ମାମଲାରେ ଅଭିଯୁକ୍ତମାନେ ବରିଷ୍ଠ ସମ୍ମାନୀୟ ନେତା ତଥା ବ୍ୟକ୍ତି ବିଶେଷ ସେମାନଙ୍କୁ ସିବିଆଇ ସ୍ବତନ୍ତ୍ର କୋର୍ଟ ମୁକ୍ତ କରିବା ଉଚିତ ବୋଲି ଅନସାରୀ କହିଛନ୍ତି। ଦେଶର ବିକାଶ ପାଇଁ ହିନ୍ଦୁ ମୁସଲମାନ୍‌ ମିଳିତ ଭାବେ କାର୍ଯ୍ୟ କରିବା ସହିତ ଉଭୟ ସମ୍ପ୍ରଦାୟ ମଧ୍ୟରେ ସୌହାର୍ଦ୍ଦପୂର୍ଣ୍ଣ ସ୍ଥିତି ରହିବା ଆବଶ୍ୟକ। ଏପରିସ୍ଥଳେ ସିିବିଆ କୋର୍ଟ ଅଭିଯୁକ୍ତଙ୍କୁ ଦୋଷ ମୁକ୍ତ କରାଯାଉ ବୋଲି ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri