Posted inଜାତୀୟ

ବାବ୍ରି ଭଙ୍ଗା ମାମଲା: ଷଡ଼ଯନ୍ତ୍ର ନା କରସେବକଙ୍କ କ୍ରୋଧ କିଏ ଦାୟୀ, ବୁଧବାର ଫଇସଲା

ନୂଆଦିଲ୍ଲୀ, ୨୯।୯: ବାବ୍ରି ମସଜିଦ୍‌ ଭଙ୍ଗା ମାମଲାର ରାୟ ବୁଧବାର ଆସିବ। ମସଜିଦ୍‌ ଭଙ୍ଗା ପାଇଁ ଷଡ଼ଯନ୍ତ୍ର ହୋଇଥିଲା ନା କରସେବକଙ୍କ ମଧ୍ୟରେ ଦୀର୍ଘଦିନ ଧରି ସୃଷ୍ଟି ହୋଇଥିବା କ୍ରୋଧ ଯୋଗୁ ଏଭଳି ହୋଇଥିଲା, ଏହାର ଫଇସଲା କୋର୍ଟ କରିବେ। ଏଠାରେ କରସେବା କରାଯିବାର ଯୋଜନା ଥିଲା। ତେବେ ଶହ ଶହ ସଂଖ୍ୟାରେ କରସେବକ ଯୋଗଦେବାରୁ ପରିସ୍ଥିତି ଅଣାୟତ ହୋଇଥିଲା ବୋଲି ଉତ୍ତରପ୍ରଦେଶର ତତ୍‌କାଳୀନ ଭାଜପା ସରକାର କୋର୍ଟରେ ସତ୍ୟପାଠ ଦାଖଲ କରିଥିଲେ। ଏନେଇ ଲକ୍ଷ୍ନୌସ୍ଥିତ ସ୍ପେଶାଲ ସିବିଆଇ କୋର୍ଟ ପକ୍ଷରୁ ଲାଲ୍‌କୃଷ୍ଣ ଆଡ଼ଓ୍ବାଣୀ, ମୂରଲୀ ମନୋହର ଯୋଶୀ, କଲ୍ୟାଣ ସିଂ, ବିନୟ କଟିଆର, ମହନ୍ତ ନୃତ୍ୟ ଗୋପାଳ ଦାସ, ସାଧ୍ୱୀ ରିତମ୍ଭରା, ଉମା ଭାରତୀଙ୍କ ସମେତ ୩୨ ଜଣ ଅଭିଯୁକ୍ତଙ୍କୁ ଉପସ୍ଥିତ ରହିବାକୁ ସେପ୍ଟେମ୍ବର ୧୬ରେ ନୋଟିସ୍‌ ଜାରି ହୋଇଥିଲା। ଏହି ମାମଲାରେ ୪୯ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୧୭ ଜଣଙ୍କ ମୃତ୍ୟୁ ଘଟି ସାରିଛି। ୨୮ ବର୍ଷ ତଳେ ୧୯୯୨ ଡିସେମ୍ବର ୬ରେ ଅଭିଯୁକ୍ତମାନେ ବାବ୍ରି ମସଜିଦ୍‌ ଭଙ୍ଗାରେ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଥିଲା। ସ୍ପେଶାଲ ସିବିଆଇ କୋର୍ଟ ବିଚାରପତି ସୁରେନ୍ଦ୍ର କୁମାର ଯାଦବ ଏନେଇ ନୋଟିସ୍‌ ଜାରି କରିଥିଲେ। ଏହି ମାମଲାର ବିଚାର ଧାର୍ଯ୍ୟ ସମୟରେ କରିବାକୁ ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ନିର୍ଦ୍ଦେଶ ଆଧାରରେ ସ୍ପେଶାଲ କୋର୍ଟ ପକ୍ଷରୁ ଉଦ୍ୟମ ଜାରି ରହିଛି। ତେବେ ଉମା ଭାରତୀଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଥିବାରୁ ସେ କୋର୍ଟରେ ଉପସ୍ଥିତ ରହି ପାରିବେନି ବୋଲି କୁହାଯାଉଛି। ସୂଚନାଯୋଗ୍ୟ, ଏହି ମାମଲାରେ କୋର୍ଟରେ ୬୦୦ ତଥ୍ୟ ସମ୍ବଳିତ ପ୍ରମାଣ ଦାଖଲ କରାଯାଇଥିବାବେଳେ ୩୫୧ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତ ବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର…

ଭାତପୁରା ସ୍କୁଲରେ ଅବ୍ୟବସ୍ଥା: ବିପଦରେ ୧୬୨ ଛାତ୍ରଛାତ୍ରୀ

ଜମନକିରା,୨୯।୮(ରବିନ୍ଦ୍ର ପ୍ରସାଦ ଦାନୀ): ଜମନକିରା ବ୍ଲକ ଡିମିରୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଭାତପୁରା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭିତ୍ତିଭୂମିର ଦୁରବସ୍ଥା ଯୋଗୁଁ ୧୬୨ ଛାତ୍ରଛାତ୍ରୀ ବିପଦସଙ୍କୁଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri