Posted inଜାତୀୟ

କେବେହେଲେ ନିର୍ମାଣ ହେବ ନାହିଁ ବାବ୍ରି ମସଜିଦ୍, ଗର୍ଜିଲେ ମୁଖ୍ୟମନ୍ତ୍ରୀ ଯୋଗୀ

ନୂଆଦିଲ୍ଲୀ,୧୦।୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ସାଧାରଣ ସଭାରେ ବିରୋଧୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। କେବେହେଲେ ବାବ୍ରି ସଂରଚନା ପୁନଃନିର୍ମାଣ ହେବାର ପ୍ରଶ୍ନ ଉଠୁନାହିଁ ବୋଲି ବାରାବଙ୍କିଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗୀ ସ୍ପଷ୍ଟ କରିଛନ୍ତି ଯେ। ଯେଉଁମାନେ ଏଭଳି ସ୍ୱପ୍ନ ଦେଖୁଛନ୍ତି, ସେମାନଙ୍କ ଆଶା କେବେବି ପୂରଣ ହେବନାହିଁ।

ଯୋଗୀ କହିଛନ୍ତି ଯେ, ଭାଜପା ଯେଉଁ ପ୍ରତିଶ୍ରୁତି ଦିଏ ତାହା ପୂରଣ କରେ। “ଆମେ କହିଥିଲୁ ରାମଲାଲା ଆସିବେ ଏବଂ ସେହି ସ୍ଥାନରେ ହିଁ ମନ୍ଦିର ଗଢ଼ାହେବ, ଏଥିରେ କୌଣସି ସନ୍ଦେହ ରହିଛି କି?” ବୋଲି ସେ ପ୍ରଶ୍ନ କରିଛନ୍ତି।

ଅଯୋଧ୍ୟାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଦ୍ୱାରା ଗୈରିକ ପତାକା ଉତ୍ତୋଳନକୁ ସେ ସନାତନର ପ୍ରତୀକ ଭାବେ ବର୍ଣ୍ଣନା କରିଛନ୍ତି। ଭାରତୀୟ ଐତିହ୍ୟ ଓ ସନାତନ ଧର୍ମକୁ ଅପମାନିତ କରୁଥିବା ଶକ୍ତିମାନଙ୍କୁ ସେ କଡ଼ା ସମାଲୋଚନା କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଇନ ମାନୁଥିବା ବ୍ୟକ୍ତି ଉପକୃତ ହେବେ। ମାତ୍ର ଆଇନ ହାତକୁ ନେଉଥିବା ଲୋକଙ୍କ ପାଇଁ ସ୍ଥାନ କେବଳ ‘ନର୍କ’ରେ। ରାମଭକ୍ତଙ୍କ ଉପରକୁ ଗୁଳି ଚଳାଇଥିବା ଏବଂ ମନ୍ଦିର କାମରେ ବାଧା ସୃଷ୍ଟି କରୁଥିବା ଲୋକଙ୍କ ପାଇଁ ଆଉ କୌଣସି ସ୍ଥାନ ନାହିଁ।

ପୂର୍ବ ସରକାର ଅମଳରେ ରାଜ୍ୟରେ ଲାଗି ରହୁଥିବା ଦଙ୍ଗା, କର୍ଫ୍ୟୁ ଏବଂ ଅସୁରକ୍ଷିତ ମାହୋଲ ବିଷୟରେ ସେ ମନେ ପକାଇ ଦେଇଥିଲେ। ବର୍ତ୍ତମାନ ରାଜ୍ୟରେ ବ୍ୟାପାରୀ, ଝିଅ ଏବଂ ସାଧାରଣ ଜନତା ସମ୍ପୂର୍ଣ୍ଣ ସୁରକ୍ଷିତ ବୋଲି ସେ ଦାବି କରିଛନ୍ତି।

ସେ ଶେଷରେ ସତର୍କ କରାଇ ଦେଇଛନ୍ତି ଯେ, ଭାରତ ଏବଂ ସନାତନ ପରସ୍ପରର ପରିପୂରକ। ଦେଶ ଭିତରେ ଓ ବାହାରେ କିଛି ଶକ୍ତି ଷଡ଼ଯନ୍ତ୍ର କରୁଥିବାରୁ ସେ ସମସ୍ତଙ୍କୁ ସଜାଗ ରହିବାକୁ ଆହ୍ୱାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ଝାଡଖଣ୍ଡକୁ କାହିଁକି ଗଲେନି ରାହୁଲ ଗାନ୍ଧୀ? ସିଧା ସିଧା ଉତ୍ତର ଦେଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୧୧।୮: ମୌସୁମୀ ଅଧିବେଶନ ଚାଲିଥିବା ସମୟରେ ମଙ୍ଗଳବାର ଦିନ ସଂସଦ ପରିସର ବାହାରେ NDA ଏବଂ ବିରୋଧୀ ଦଳର ସାଂସଦମାନେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ ପଟେ…

Blinkit ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ସସ୍‌ପେଣ୍ଡ ହେଲା ଲାଇସେନ୍ସ; ସାମ୍ନାକୁ ଆସିଲା ଗୁରୁତର ତ୍ରୁଟି

ନୂଆଦିଲ୍ଲୀ, ୧୧।୮: ମହାରାଷ୍ଟ୍ରରେ IAS ଅଧିକାରୀ ତୁକାରାମ ମୁଣ୍ଡେଙ୍କ ଖରାପ ଓ ଅସୁରକ୍ଷିତ ଖାଦ୍ୟ ପଦାର୍ଥ ବିରୋଧୀ ଅଭିଯାନ ଜାରି ରହିଛି। ଦେଶର ପ୍ରସିଦ୍ଧ କମ୍ପାନୀ Blinkit…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

୧୯୪୭ରେ ଟଙ୍କାକର ମୂଲ୍ୟ କେତେ ଥିଲା? ଜାଣି ତାଜୁବ ହେବେ ୧ଟଙ୍କାରେ ୮ଲିଟର କ୍ଷୀର ଆଉ ସପ୍ତାହକର ଆସୁଥିଲା ରାଶନ…

ନୂଆଦିଲ୍ଲୀ, ୧୧।୮: ୧୫ ଅଗଷ୍ଟ ୧୯୪୭ରେ ଭାରତ ଯେତେବେଳେ ସ୍ୱାଧୀନ ହୋଇଥିଲା, ସେତେବେଳେ ଏହାର ଟଙ୍କା ଆମେରିକାର ଡଲାର ତୁଳନାରେ ବହୁତ ପଛରେ ନ ଥିଲା। ସେତେବେଳେ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିମାସରେ କେତେ ଦରମା ମିଳେ? ବଙ୍ଗଳା-ଭତ୍ତା ଛଡା ବେସିକ୍‌ ସାଲାରୀ କେତେ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୧୧।୮: ଆପଣ ଡାକ୍ତର, ଇଞ୍ଜିନିୟର ଏବଂ ସରକାରୀ କର୍ମଚାରୀଙ୍କ ଭଳି ବିଭିନ୍ନ ବୃତ୍ତିଗତଙ୍କ ଦରମା ବିଷୟରେ ଶୁଣିଥିବେ। ଏହି ପରିପ୍ରେକ୍ଷୀରେ, ଭାରତର ପ୍ରଧାନମନ୍ତ୍ରୀଙ୍କ ଦରମା କେତେ…

NEET ବିରୋଧରେ ବିଜୟ ସରକାରଙ୍କ ବଡ଼ ପଦକ୍ଷେପ, ବିରୋଧୀ DMK କଲା ସମର୍ଥନ

ନୂଆଦିଲ୍ଲୀ, ୧୧।୮: ତାମିଲନାଡୁର ବିଜୟ ସରକାର ମଙ୍ଗଳବାର ବିଧାନସଭାରେ NEET ପରୀକ୍ଷାକୁ ଉଚ୍ଛେଦ କରିବା ଏବଂ ସ୍ନାତକସ୍ତରୀୟ ମେଡିକାଲ ପାଠ୍ୟକ୍ରମରେ ନାମଲେଖା ପାଇଁ ଦ୍ୱାଦଶ ଶ୍ରେଣୀର ନମ୍ବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri