Posted inଜାତୀୟ

ବାବୁଲ ସୁପ୍ରିୟୋ ଡେଇଁଲେ ବାଡ଼, ଟିଏମ୍‌ସିରେ ସାମିଲ୍‌…

କୋଲକାତା,୧୮।୯: ଭାଜପାର ଆସାନସୋଲ ଆସନର ଲୋକ ସଭା ଏମ୍‌ପି ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବାବୁଲ ସୁପ୍ରିୟୋ ବାଡ଼ ଡେଇଁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ରେ ସାମିଲ ହୋଇଛନ୍ତିି। ଏନେଇ ତୃଣମୂଳର ଟୁଇଟର ହ୍ୟାଣ୍ଡେଲରେ ସୂଚନା ପ୍ରଦାନ କରାଯାଇଛି।

ବାବୁଲଙ୍କୁ ତୃଣମୂଳ ରାଷ୍ଟ୍ରୀୟ ମହାସଚିବ ତଥା ଲୋକ ସଭା ଏମ୍‌ପି ଅଭିଷେକ ବାନାର୍ଜୀ ଏବଂ ରାଜ୍ୟ ସଭା ଏମ୍‌ପି ଡେରେକ୍‌ ଓ ବ୍ରାୟନ ସ୍ବାଗତ କରିବା ସହିତ ଦଳର ପ୍ରାଥମିକ ସଦସ୍ୟତା ପ୍ରଦାନ କରିଛନ୍ତି।

କେନ୍ଦ୍ରୀୟ କ୍ୟାବିନେଟ୍‌ର ସମ୍ପ୍ରସାରଣ ପୂର୍ବରୁ ସେ ନିଜ ପଦରୁ ଇସ୍ତଫା ଦେଇଥିଲେ। ଏହାପରେ ରାଜନୀତିରୁ ସନ୍ୟାସ ନେବା ପାଇଁ ମଧ୍ୟ ଘୋଷଣା କରିଥିଲେ। ଏହା ସହିତ ଏମ୍‌ପି ପଦରୁ ମଧ୍ୟ ଇସ୍ତଫା ଦେବାକୁ କହିଥିଲେ।

ମାତ୍ର ପରବର୍ତ୍ତୀ ସମୟରେ ବାବୁଲ ସେଭଳି କୌଣସି ପଦକ୍ଷେପ ଗ୍ରହଣ କରି ନ ଥିଲେ। ଏମ୍‌ପି ଭାବେ ଲୋକଙ୍କ ସେବା କରିବାକୁ ସେ କହିଥିଲେ।

ସେପ୍ଟେମ୍ବର ୩୦ରେ ଭବାନୀପୁର ଉପନିର୍ବାଚନ ପୂର୍ବରୁ ବାବୁଲ ତୃଣମୂଳରେ ସାମିଲ ହୋଇ ନୂଆ ଇନିଂସ୍‌ ଆରମ୍ଭ କରିଥିବାରୁ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଆରମ୍ଭ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

ଭାଜପା ପ୍ରାର୍ଥୀ ଦେବାଶିଷଙ୍କ ନାମାଙ୍କନ ରଦ୍ଦ, ଯିବେ ହାଇକୋର୍ଟ

କୋଲକାତା,୨୬।୪: ନିର୍ବାଚନ ଆୟୋଗ ପଶ୍ଚିମବଙ୍ଗର ବୀରଭୂମ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଦେବାଶିଷ ଧରଙ୍କ ନାମାଙ୍କନକୁ ବାତିଲ କରିଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଭାଜପା...

ବାଇକ୍‌ ରାଇଡ୍‌ରେ ବାହାରିଲେ ’ସ୍ପାଇଡର୍‌ମ୍ୟାନ, ସ୍ପାଇଡର୍‌ ଓମେନ୍‌’, ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୨୬।୪: ସୁପରହିଟ୍, ସ୍ପାଇଡରମ୍ୟାନ୍ ଏବଂ ସ୍ପାଇଡର୍-ଓମେନ୍‌ ପୋଷାକ ପିନ୍ଧି ବାଇକ୍‌ ରାଇଡ୍‌ କରୁଥିବା ଜଣେ ଯୁବକ ଏବଂ ଯୁବତୀଙ୍କୁ ପୋଲିସ ଗିରଫ କରିଛି। ଦକ୍ଷିଣ ପଶ୍ଚିମ...

ଆଜି ଗଣତନ୍ତ୍ର ପାଇଁ ବିଜୟର ଦିନ:ମୋଦି

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ପ୍ରଚାର ଚାଲିଛି। ତୃତୀୟ ପର୍ଯ୍ୟାୟରେ ବିହାରର ଅରାରିଆରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି।...

ସନ୍ଦେଶଖାଲି ମାମଲାରେ ସିବିଆଇ ଚଢ଼ାଉ

କୋଲକାତା,୨୬ା୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଶୁକ୍ରବାର ଅନେକ ସ୍ଥାନରେ ଚଢ଼ାଉ କରିଛି। ଅନୁସନ୍ଧାନକାରୀ ସଂସ୍ଥା ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ...

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri