Posted inଜାତୀୟ

ବାବୁଲ ସୁପ୍ରିୟୋ ଡେଇଁଲେ ବାଡ଼, ଟିଏମ୍‌ସିରେ ସାମିଲ୍‌…

କୋଲକାତା,୧୮।୯: ଭାଜପାର ଆସାନସୋଲ ଆସନର ଲୋକ ସଭା ଏମ୍‌ପି ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବାବୁଲ ସୁପ୍ରିୟୋ ବାଡ଼ ଡେଇଁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ରେ ସାମିଲ ହୋଇଛନ୍ତିି। ଏନେଇ ତୃଣମୂଳର ଟୁଇଟର ହ୍ୟାଣ୍ଡେଲରେ ସୂଚନା ପ୍ରଦାନ କରାଯାଇଛି।

ବାବୁଲଙ୍କୁ ତୃଣମୂଳ ରାଷ୍ଟ୍ରୀୟ ମହାସଚିବ ତଥା ଲୋକ ସଭା ଏମ୍‌ପି ଅଭିଷେକ ବାନାର୍ଜୀ ଏବଂ ରାଜ୍ୟ ସଭା ଏମ୍‌ପି ଡେରେକ୍‌ ଓ ବ୍ରାୟନ ସ୍ବାଗତ କରିବା ସହିତ ଦଳର ପ୍ରାଥମିକ ସଦସ୍ୟତା ପ୍ରଦାନ କରିଛନ୍ତି।

କେନ୍ଦ୍ରୀୟ କ୍ୟାବିନେଟ୍‌ର ସମ୍ପ୍ରସାରଣ ପୂର୍ବରୁ ସେ ନିଜ ପଦରୁ ଇସ୍ତଫା ଦେଇଥିଲେ। ଏହାପରେ ରାଜନୀତିରୁ ସନ୍ୟାସ ନେବା ପାଇଁ ମଧ୍ୟ ଘୋଷଣା କରିଥିଲେ। ଏହା ସହିତ ଏମ୍‌ପି ପଦରୁ ମଧ୍ୟ ଇସ୍ତଫା ଦେବାକୁ କହିଥିଲେ।

ମାତ୍ର ପରବର୍ତ୍ତୀ ସମୟରେ ବାବୁଲ ସେଭଳି କୌଣସି ପଦକ୍ଷେପ ଗ୍ରହଣ କରି ନ ଥିଲେ। ଏମ୍‌ପି ଭାବେ ଲୋକଙ୍କ ସେବା କରିବାକୁ ସେ କହିଥିଲେ।

ସେପ୍ଟେମ୍ବର ୩୦ରେ ଭବାନୀପୁର ଉପନିର୍ବାଚନ ପୂର୍ବରୁ ବାବୁଲ ତୃଣମୂଳରେ ସାମିଲ ହୋଇ ନୂଆ ଇନିଂସ୍‌ ଆରମ୍ଭ କରିଥିବାରୁ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଆରମ୍ଭ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

୩୬ ଘଣ୍ଟାରେ ଜ୍ଞାନେଶ କୁମାରଙ୍କୁ ୩ ବଡ଼ ଆଶ୍ୱସ୍ତି, ନୀରବ ରହି ମଜବୁତ କଲେ ନିଜ ସ୍ଥିତି

ନୂଆଦିଲ୍ଲୀ,୨୮।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଗତ କିଛି ଦିନ ହେବ ରାଜନୀତି ସରଗରମ ରହିଛି। ସେପ୍ଟେମ୍ବର ୨୩ରେ ପ୍ରକାଶିତ ଏକ ରିପୋର୍ଟରେ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?